• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ASO ଚୟନ ଅନିୟମିତତା ମାମଲାରେ ହାଇକୋର୍ଟ ରାୟ ପ୍ରକାଶ କରିଛନ୍ତି । ୬ ସପ୍ତାହ ମଧ୍ୟରେ ଚୟନ ପ୍ରକ୍ରିୟା ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଅଦାଲତ ଅବମାନନା ମାମଲାରେ OPSCକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି । ମେ' ୧୯ ରାୟକୁ ପାଳନ କରାଯାଇ ନଥିବାରୁ ଅବମାନନା ମାମଲା ହୋଇଥିଲା । ଫଳରେ ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟ ରାୟ ଶୁଣାଇଥିଲେ ।

ପୂର୍ବରୁ ASO ଚୟନ ପ୍ରକ୍ରିୟା ବିବାଦ ମାମଲାରେ ଶୁଣାଣି ଶେଷ ହୋଇଥିଲା । ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ ହାଇକୋର୍ଟ । OPSC ଦ୍ୱାରା ପ୍ରକାଶିତ ମେରିଟ ଲିଷ୍ଟକୁ ଉଚ୍ଚ ନ୍ୟାୟାଳୟ ଖାରଜ କରିଥିଲେ । ସାନି ମେରିଟ ଲିଷ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ ।

ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ୍ କରିଥିଲେ କୃତକାର୍ଯ୍ୟ ପରୀକ୍ଷାର୍ଥୀ । ଏହାକୁ ଚ୍ୟାଲେଞ୍ଜ କରି ଦୁଇଟି ମାମଲା ମଧ୍ୟ ରୁଜୁ କରାଯାଇଥିଲା । ନିଷ୍ପତ୍ତିର ପୁନର୍ବିଚାର ଓ ପକ୍ଷ ନ ଥିବାରୁ ରିଟ୍ ପିଟିସନ୍ ହୋଇଥିଲା ।

ଉଲ୍ଲେଖେଯୋଗ୍ୟ, ଓଡ଼ିଶା ଲୋକସେବା ଆୟୋଗ (OPSC) ତରଫରୁ ଅନୁଷ୍ଠିତ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ASO) ନିଯୁକ୍ତି ପରୀକ୍ଷାରେ ପ୍ରକାଶିତ ମେଧା ତାଲିକାକୁ ହାଇକୋର୍ଟ ରଦ୍ଦ କରିଥିଲେ ।

ମୂଲ୍ୟାୟନ ପଦ୍ଧତିରେ ହଠାତ୍ ପରିବର୍ତ୍ତନ ଆଣି ପ୍ରତି ବିଷୟରେ କ୍ୱାଲିଫାଇଂ ମାର୍କ ବ୍ୟବସ୍ଥା ଲାଗୁ କରିଥିଲା OPSC ଏବଂ ଗୋଟିଏ ପଦ ପାଇଁ ଦେଢ଼ ଜଣ ଆଧାରରେ ମୋଟ୍ ୧୧ ଶହ ୪ ପ୍ରାର୍ଥୀଙ୍କର ମେରିଟ୍ ଲିଟ୍ ପ୍ରକାଶ କରିଥିଲା । ଏହାକୁ ନେଇ ଦେଖାଦେଇଥିଲା ତମ୍ବିତୋଫାନ ।

  • Reported by:
  • GAUTAM PANDA