Advertisment

Central Bank of India Recruitment 2025: ଗ୍ରାଜୁଏସନ୍‌ କରିଛନ୍ତି କି… ହୋଇପାରିବେ ବ୍ୟାଙ୍କ୍ ଅଫିସର୍

ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଇଣ୍ଡିଆରେ କ୍ରେଡିଟ୍ ଅଫିସର ପଦବୀ ପୂରଣ ହେବ। ଏନେଇ ବ୍ୟାଙ୍କ୍ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

ଅଦ୍ୟତନ ହୋଇଛି
Central Bank of India Recruitment 2025

Central Bank of India Recruitment 2025

Advertisment

ବ୍ୟାଙ୍କିଙ୍ଗ କ୍ଷେତ୍ରରେ ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ଏକ ଖୁସି ଖବର। ଆପଣ ଯଦି ବ୍ୟାଙ୍କ୍ ଚାକିରି ପାଇଁ ଆଶାୟୀ କେବେ ଏହି ଖବରକୁ ଅଣଦେଖା କରନ୍ତୁ ନାହିଁ। ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଇଣ୍ଡିଆ(CBI) ଏହି ସୁଯୋଗ ନେଇ ଆସିଛି। ଏନେଇ CBI ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ CBIରେ କ୍ରେଡିଟ୍ ଅଫିସର ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏନେଇ ଉଭୟ ମହିଳା ଓ ପୁରୁଷ ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ପଦବୀ ପୂରଣ ହେବ। ଗ୍ରାଜୁଏସନ କରିଥିବା ପ୍ରାର୍ଥୀ ଏହାର ସୁଯୋଗ ନେବେ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ CBI ର ଅଫିସିଆଲ୍ ୱେବ୍‌ସାଇଟ୍‌ centralbankofindia.co.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ Central Bank of India Recruitment 2025 apply for 1000 post Notificationରେ କ୍ଲିକ୍ କରି ଦେଖିପାରିବେ।

Advertisment

ଅଧିକ ପଢ଼ନ୍ତୁ: ଏହି Degrees କରିବାକୁ ଚିନ୍ତା କରୁଛନ୍ତି କି… ବେକାର ହୋଇପାରେ କ୍ୟାରିୟର୍

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ଚାଲିଛି
  • ଅନ୍‌ଲାଇନ୍ ଆବେଦନ ଶେଷ – ୨୦ ଫେବୃଆରୀ ୨୦୨୫
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
Advertisment

ଖାଲି ପଦବୀ:

  • ସାଧାରଣ ବର୍ଗ – ୪୦୫ଟି ପୋଷ୍ଟ୍‌
  • SC – ୧୫୦ଟି ପୋଷ୍ଟ୍‌
  • ST – ୭୫ଟି ପୋଷ୍ଟ୍‌
  • OBC – ୨୭୦ଟି ପୋଷ୍ଟ୍‌
  • EWS – ୧୦୦ଟି ପୋଷ୍ଟ୍‌
  • ମୋଟ ପଦବୀ – ୧୦୦୦ଟି ପୋଷ୍ଟ୍‌
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଯୋଗ୍ୟତା:

  • କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟ ବା ଅନୁଷ୍ଠାନରୁ ଯେକୌଣସି ବିଷୟରେ ୬୦% ମାର୍କ ସହିତ ସ୍ନାତକ ଡିଗ୍ରୀ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୨୦ ବର୍ଷ
  • ସର୍ବାଧିକ ବୟସ – ୩୦ ବର୍ଷ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଦରମା:

  • ସର୍ବନିମ୍ନ ଦରମା –୪୮, ୪୮୦ ଟଙ୍କା
  • ସର୍ବାଧିକ ଦରମା –୮୫, ୯୨୦ ଟଙ୍କା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଅଧିକ ପଢ଼ନ୍ତୁ: ପ୍ରଥମ ଚେଷ୍ଟାରେ ସାକ୍ଷାତକାରରେ ପାସ୍ ହେବାକୁ ଚାହୁଁଛନ୍ତି କି… ଆପଣଙ୍କ ପାଇଁ ୫ଟି ଟିପ୍ସ

ଆବେଦନ ଶୁଳ୍କ:

  • ସମସ୍ତ ବର୍ଗ – ୭୫୦ଟଙ୍କା
  • SC/ST/ PwBD/ମହିଳା – ୧୫୦ଟଙ୍କା
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ଅନ୍‌ଲାଇନ୍ ପରୀକ୍ଷା
  • ବ୍ୟକ୍ତିଗତ ସାକ୍ଷାତକାର
  • ଡକ୍ୟୁମେଣ୍ଟ୍ ଯାଞ୍ଚ

କିପରି କରିବେ ଆବେଦନ:

  • ଅଫିସିଆଲ୍ ୱେବସାଇଟ୍ centralbankofindia.comକୁ ଯାଆନ୍ତୁ
  • ହୋମ୍‌ପେଜ୍‌ରେ Central Bank of India Recruitment ଲିଙ୍କ୍ ଉପରେ କ୍ଲିକ୍ କରନ୍ତୁ
  • ଏହା ପରେ “Apply” ବଟନ୍ ଉପରେ କ୍ଲିକ୍ କରନ୍ତୁ
  • ଆବେଦନ ଫର୍ମ ପୂରଣ କରନ୍ତୁ
  • ଫଟୋ ଏବଂ ଡକ୍ୟୁମେଣ୍ଟ୍ ଅପ୍‌ଲୋଡ୍ କରନ୍ତୁ
  • ଆବେଦନ ଫିସ୍ ଦିଅନ୍ତୁ
  • ‘Submit’ ବଟନ୍‌ରେ କ୍ଲିକ୍ କରନ୍ତୁ
  • ଭବିଷ୍ୟତ ପ୍ରମାଣ ପାଇଁ ଦାଖଲ ହୋଇଥିବା ଆବେଦନର ଏକ କପି ପ୍ରିଣ୍ଟ୍ କରି ରଖନ୍ତୁ

ଅଧିକ ପଢ଼ନ୍ତୁ: ଦ୍ୱାଦଶ ପରେ କ’ଣ କରିବେ ଚିନ୍ତାରେ ଅଛନ୍ତି କି… କରନ୍ତୁ ଏହି କୋର୍ସ, ସାଙ୍ଗେ ସାଙ୍ଗେ ମିଳିବ ଚାକିରି

Govt Jobs Job Search Job Seekers Bank Job Central Bank Of India
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ