Advertisment

IBPS RRB Recruitment 2024: ବିଭିନ୍ନ କ୍ଷେତ୍ରୀୟ ଗ୍ରାମୀଣ ବ୍ୟାଙ୍କରେ ସରକାରୀ ଚାକିରି; ପୂରଣ ହେବ ପାଖାପାଖି ୧୦ ହଜାର ପଦବୀ

ବ୍ୟାଙ୍କରେ ସରକାରୀ ଚାକିରି ଖୋଜୁଥିବା ଯୁବକମାନଙ୍କ ପାଇଁ ଏକ ବଡ ଖବର। ବିଭିନ୍ନ କ୍ଷେତ୍ରୀୟ ଗ୍ରାମୀଣ ବ୍ୟାଙ୍କରେ ସିଧାସଳଖ ଅଫିସର ପଦଦୀ ପୂରଣ ହେବ। ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବ୍ୟାଙ୍କିଙ୍ଗ୍ ପର୍ସନାଲ ସିଲେକ୍‌ସନ୍‌ (IBPS) ଅଧିନରେ ଏହି ପଦବୀ ପୂରଣ ହେବ। ଏନେଇ IBPS ବିଜ୍ଞପ୍ତି ପ୍ରକାଶ କରିଛି।

author-image
Pramod Behera
IBPS RRB Recruitment  Apply for 9995 posts

IBPS RRB Recruitment Apply for 9995 posts

ବ୍ୟାଙ୍କରେ ସରକାରୀ ଚାକିରି ଖୋଜୁଥିବା ଯୁବକମାନଙ୍କ ପାଇଁ ଏକ ବଡ ଖବର। ବିଭିନ୍ନ କ୍ଷେତ୍ରୀୟ ଗ୍ରାମୀଣ ବ୍ୟାଙ୍କରେ ସିଧାସଳଖ ଅଫିସର ପଦଦୀ ପୂରଣ ହେବ। ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବ୍ୟାଙ୍କିଙ୍ଗ୍ ପର୍ସନାଲ ସିଲେକ୍‌ସନ୍‌ (IBPS) ଅଧିନରେ ଏହି ପଦବୀ ପୂରଣ ହେବ। ଏନେଇ IBPS ବିଜ୍ଞପ୍ତି ପ୍ରକାଶ କରିଛି।

Advertisment

ଏହି ନିଯୁକ୍ତି ମାଧ୍ୟମରେ ପ୍ରୋବେଶନାରୀ ଅଫିସର(PO) ଓ କ୍ଲର୍କ ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏନେଇ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ପାଖାପାଖି ୧୦ ହଜାର ପଦବୀ ପୂରଣ ହେବ। BA ପାଶ୍ କରିଥିବା ପ୍ରାର୍ଥୀମାନେ ଏହାର ସୁଯୋଗ ନେଇପାରିବେ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ BSF ର ଅଫିସିଆଲ୍ ୱେବ୍‌ସାଇଟ୍‌ ibps.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ IBPS RRB Recruitment Apply for 9995 posts Notification ଏହି ଲିଙ୍କ୍ ଉପରେ କ୍ଲିକ୍ କରି ଦେଖିପାରିବେ।

Advertisment

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୦୭ ଜୁନ୍ ୨୦୨୪
  • ଅନ୍‌ଲାଇନ୍ ଆବେଦନ ଶେଷ – ୨୭ ଜୁନ୍ ୨୦୨୪
  • ପରୀରା – ୨୨ ରୁ ୨୭ ଜୁଲାଇ ୨୦୨୪

ଖାଲି ପଦବୀ:

  • ବିଜ୍ଞପ୍ତି ଦେଖନ୍ତୁ

ଶିକ୍ଷାଗତ ଯୋଗ୍ୟତା:

  • ୫୦ % ମାର୍କ ସହିତ ମାନ୍ୟତାପ୍ରାପ୍ତରୁ ବିଶ୍ୱବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ
  • କମ୍ପ୍ୟୁଟର ଦକ୍ଷତା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୧୮ ବର୍ଷ
  • ସର୍ବାଧିକ ବୟସ – ୪୦ ବର୍ଷ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • SC/ST/PwD – ୧୭୫ ଟଙ୍କା
  • ସାଧାରଣ ବର୍ଗ – ୮୫୦ ଟଙ୍କା

ଚୟନ ପ୍ରକ୍ରିୟା:

  • ପ୍ରାରମ୍ଭିକ ପରୀକ୍ଷା
  • ମୁଖ୍ୟ ପରୀକ୍ଷା
  • ସାକ୍ଷାତକାର
  • ଡକ୍ୟୁମେଣ୍ଟ୍ ଯାଞ୍ଚ

ଆବେଦନ:

  • ସର୍ବପ୍ରଥମେ ଅଫିସିଆଲ୍ ୱେବସାଇଟ୍ ibps.in କୁ ଯାଆନ୍ତୁ
  • ହୋମ୍‌ପେଜ୍‌ରେ CRP RRB XIII ଆବେଦନ ଲିଙ୍କ୍‌ରେ କ୍ଲିକ୍ କରନ୍ତୁ
  • ପଞ୍ଜୀକରଣ ଏବଂ ଆବେଦନ ପ୍ରକ୍ରିୟା ସହିତ ଆଗକୁ ଯାଆନ୍ତୁ
  • ଫର୍ମ ପୂରଣ କରନ୍ତୁ, ଆବେଦନ ଶୁଳ୍କ ଦିଅନ୍ତୁ ଏବଂ Submit କରନ୍ତୁ
  • ଭବିଷ୍ୟତ ପ୍ରମାଣ ପାଇଁ ଆବେଦନ ଫର୍ମର ଏକ ପ୍ରିଣ୍ଟଆଉଟ୍ ରଖନ୍ତୁ
Govt Jobs Bank Jobs
Advertisment
Advertisment