ଓଡ଼ିଶା ସିଭିଲ୍ ସର୍ଭିସ ୨୦୨୧ ରେଜଲ୍ଟ ଉପରେ ଅନ୍ତରୀଣ ଅଙ୍କୁଶ

ଫଳ ପ୍ରକାଶ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ । କୋର୍ଟଙ୍କ ବିନାନୁମତିରେ ଫଳ ପ୍ରକାଶ ନକରିବାକୁ OPSCକୁ ନିର୍ଦ୍ଦେଶ ।

ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀଙ୍କ ଆବେଦନକୁ ଗ୍ରହଣ କରି ନିର୍ଦ୍ଦେଶ

୨୦୨୧ ଓଡିଶା ସିଭିଲ ସର୍ଭିସର ପରୀକ୍ଷାର ଫଳ ପ୍ରକାଶ ଉପରେ ହାଇକୋର୍ଟଙ୍କ ଅନ୍ତରୀଣ ଅଙ୍କୁଶ । ଚୟନ ପ୍ରକ୍ରିୟା ଜାରି ରହିଲେ ବି କୋର୍ଟଙ୍କ ବିନାନୁମତିରେ ଫଳ ପ୍ରକାଶ ନକରିବାକୁ OPSCକୁ ନିର୍ଦେଶ ଦେଇଛନ୍ତି ହାଇକୋର୍ଟ । ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀ ସତୀଶ କୁମାର ପାଣିଗ୍ରାହୀଙ୍କ ଆବେଦନକୁ ଗ୍ରହଣ କରି ହାଇକୋର୍ଟ ଏହି ନିର୍ଦେଶ ଦେଇଛନ୍ତି ।

ଆବେଦନକାରୀଙ୍କୁ ଏବେ ଚାଲିଥିବା ପର୍ସନାଲିଟି ଟେଷ୍ଟରେ ସାମିଲ କରିବ OPSC । ଆବେଦନାକାରୀଙ୍କ ଡିଜାବଲିଟି ଟେଷ୍ଟ ପାଇଁ ମେଡିକାଲ ବୋର୍ଡ଼ ଗଠନ କରିବେ ରାଜ୍ୟ ସରକାର । ଆସନ୍ତା ଶୁଣାଣିରେ ଡିଜାବଲିଟି ଟେଷ୍ଟ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ରହିଛି ।

ଅନ୍ତରୀଣ ଅଙ୍କୁଶ ସହ ସମସ୍ତ ପ୍ରତିପକ୍ଷଙ୍କୁ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।...