Advertisment

ରାଜ୍ୟରେ ନିଯୁକ୍ତ ହେବେ ୭୫୪୦ ହାଇସ୍କୁଲ ଶିକ୍ଷକ

୨୦୨୧-୨୨ରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଉର୍ଦ୍ଧ୍ୱ ଶିକ୍ଷକ ପଦବୀ ପୂରଣ କରାଯାଇଥିଲା।

author-image
Chandan Shishu
ଅଦ୍ୟତନ ହୋଇଛି
High School Teacher Post

High School Teacher Post

ରାଜ୍ୟର ସମସ୍ତ ୪ ହଜାର ୮ଶହ ୪୮ଟି ସରକାରୀ ହାଇସ୍କୁଲର ସବୁ ପଦବୀ ପୂରଣ ହେବ। ୭ ହଜାର ୫ଶହ ୪୦ ଜଣ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ନିଯୁକ୍ତ ପ୍ରକ୍ରିୟା କରିବା ପାଇଁ ଓଡିଶା ଷ୍ଟାଫ ସିଲେକ୍ସନ କମିଶନଙ୍କୁ ଅନୁରୋଧ କରାଯାଇଛି। ଏହି ପଦବୀ ଗୁଡିକ ପୂରଣ ହେବା ପରେ ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ଶିକ୍ଷକ ପଦବୀ ପୂରଣ ହୋଇପାରିବ ବୋଲି ଆଶା ରଖିଛନ୍ତି ରାଜ୍ୟ ସରକାର।

Advertisment

ମିଳିଥିବା ସୂଚନା ଅନୁଯାୟୀ, ଟିଜିଟି (ଆର୍ଟସ), ଟିଜିଟି (ପିସିଏମ ଓ ସିବିଜେଡ୍) ସଂସ୍କୃତ, ହିନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ କରାଯିବ।

୨୦୨୧-୨୨ରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଉର୍ଦ୍ଧ୍ୱ ଶିକ୍ଷକ ପଦବୀ ପୂରଣ କରାଯାଇଥିଲା।୨୦୨୧-୨୨ରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଉର୍ଦ୍ଧ୍ୱ ଶିକ୍ଷକ ପଦବୀ ପୂରଣ କରାଯାଇଥିଲା।

Advertisment
Govt Jobs
Advertisment
Advertisment