/odishatv-khabar/media/post_attachments/uploadimage/library/16_9/16_9_0/IMAGE_1737088486.jpg)
Junior Teacher
ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କୁ ଖୁସି କରାଇଲେ ସରକାର। ବଢ଼ିଲା ଦରମା। ମାସିକ ଦରମା ୧୬,୦୦୦ ହଜାରକୁ ବୃଦ୍ଧି ହୋଇଛି। ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି।
ଏଥିଲାଗି ରାଜ୍ୟ ସରକାର ବହନ କରିବେ ଅତିରିକ୍ତ ୮୯ କୋଟି ୧୫ ଲକ୍ଷ ଟଙ୍କା। ଏହାସହିତ ଏହି ବର୍ଗର ଶିକ୍ଷକ ମାନଙ୍କ ଇପିଏଫ ପରିମାଣ ମଧ୍ୟ ୧୪ ଶହ ୪୩ ଟଙ୍କାରୁ ୧୯ ଶହ ୫୦ ଟଙ୍କାକୁ ବୃଦ୍ଧି ପାଇଛି।
ରାଜ୍ୟ ସରକାର ପ୍ରତ୍ୟେକ ସ୍କିମାଟିକ କନିଷ୍ଠ ଶିକ୍ଷକଙ୍କ ପାଇଁ ପୂର୍ବରୁ ୧୨,୫୪୩ ଟଙ୍କା ପ୍ରଦାନ କରୁଥିବା ବେଳେ, ଏବେ ମାସକୁ ୧୭,୯୫୦ ଟଙ୍କା ପ୍ରଦାନ କରିବେ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ୧୩,୭୪୦ ଜଣ ସ୍କିମାଟିକ କନିଷ୍ଠ ଶିକ୍ଷକ କାର୍ଯ୍ୟରତ ଅଛନ୍ତି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୮୯.୧୫ କୋଟି ଟଙ୍କା ବହନ କରିବେ। ରାଜ୍ୟରେ ପ୍ରାଥମିକ ଶିକ୍ଷାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।
ଉଲ୍ଲେଖଯୋଗ୍ୟ, ରାଜ୍ୟରେ ୧୬,୦୦୦ ରୁ ଅଧିକ କନିଷ୍ଠ ଶିକ୍ଷକ ନିଯୁକ୍ତି କରାଯାଇଛି। ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାଦ୍ୱାରା ଏହି ବର୍ଗର କନିଷ୍ଠ ଶିକ୍ଷକମାନେ ଉପକୃତ ହେବେ। ଏବଂ ଏହାଦ୍ୱାରା ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)