• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pramod Behera

ଆପଣ କୌଣସି ବ୍ୟାଙ୍କ୍‌ ଚାକିରି ପାଇଁ ବର୍ଷ ବର୍ଷ ଧରି ପ୍ରସ୍ତୁତ କରୁଛନ୍ତି କି? ଯଦି ଆପଣ ଏକ ବ୍ୟାଙ୍କରେ ଚାକିରି ଖୋଜୁଛନ୍ତି ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ଅନେକଗୁଡିଏ ପଦବୀ ପୂରଣ ହେବ। ଏନେଇ ବ୍ୟାଙ୍କ୍ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

ଏହି ନିଯୁକ୍ତି ମାଧ୍ୟମରେ ବ୍ୟାଙ୍କରେ ସ୍ପେସାଲ୍ ଅଫିସର୍‌(SO) ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ମୋଟ ୩୫୦ ପଦବୀ ପୂରଣ ହେବ। ଇଂଜିନିୟରିଂ କରିଥିବା ପ୍ରାର୍ଥୀମାନେ ଏହାର ସୁଯୋଗ ନେଇ ପାରିବେ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ ବ୍ୟାଙ୍କର ଅଫିସିଆଲ୍ ୱେବ୍‌ସାଇଟ୍‌ pnbindia.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ Punjab National Bank SO Recruitment 2025 apply for 350 post Notificationରେ କ୍ଲିକ୍ କରି ଦେଖିପାରିବେ।

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୦୩ ମାର୍ଚ୍ଚ ୨୦୨୫
  • ଅନ୍‌ଲାଇନ୍ ଆବେଦନ ଶେଷ – ୨୪ ମାର୍ଚ୍ଚ ୨୦୨୫
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଖାଲି ପଦବୀ:

  • କ୍ରେଡିଟ୍ ଅଫିସର – ୨୫୦ଟି ପୋଷ୍ଟ୍‌
  • ଶିଳ୍ପ ଅଧିକାରୀ – ୭୫ଟି ପୋଷ୍ଟ୍‌
  • ମ୍ୟାନେଜର୍(IT) – ୦୫ଟି ପୋଷ୍ଟ୍
  • ସିନିୟର ମ୍ୟାନେଜର୍ (IT) – ୦୫ଟି ପୋଷ୍ଟ୍‌
  • ମ୍ୟାନେଜର୍ ଡାଟା ସାଇଣ୍ଟିଷ୍ଟ – ୦୩ଟି ପୋଷ୍ଟ୍‌
  • ସିନିୟର ମ୍ୟାନେଜର୍ ଡାଟା ସାଇଣ୍ଟିଷ୍ଟ – ୦୨ଟି ପୋଷ୍ଟ୍‌
  • ମ୍ୟାନେଜର ସାଇବର ସୁରକ୍ଷା – ୦୫ଟି ପୋଷ୍ଟ୍‌
  • ସିନିୟର ମ୍ୟାନେଜର ସାଇବର ସୁରକ୍ଷା – ୦୫ଟି ପୋଷ୍ଟ୍‌
  • ମୋଟ ପଦବୀ – ୩୫୦ଟି ପୋଷ୍ଟ୍‌
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଅଧିକ ପଢ଼ନ୍ତୁ: ଆପଣ ନୂଆ ନୂଆ ସାକ୍ଷାତକାର ସାମ୍ନା କରୁଛନ୍ତି କି; ଜାଣନ୍ତୁ ପାଞ୍ଚଟି ପ୍ରଶ୍ନ ଓ ଉତ୍ତର

ଯୋଗ୍ୟତା:

  • ଏକ ସ୍ୱୀକୃତିପ୍ରାପ୍ତ ଅନୁଷ୍ଠାନରୁ ସମ୍ପନ୍ଧିତ ବିଷୟରେ BE / B.Tech ରେ ଅତିକମରେ ୬୦ ପ୍ରତିଶତ ମାର୍କ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୨୧ ବର୍ଷ
  • ସର୍ବାଧିକ ବୟସ – ୩୦/୩୮ ବର୍ଷ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଦରମା:

  • ସର୍ବନିମ୍ନ ଦରମା – ୪୮, ୪୮୦ ଟଙ୍କା
  • ସର୍ବାଧିକ ଦରମା – ୧,୦୫, ୨୮୦ ଟଙ୍କା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ – ୧୧୮୦ଟଙ୍କା
  • SC/ST/PwBD/ – ୫୯ଟଙ୍କା
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ଲିଖିତ ପରୀକ୍ଷା
  • ସାକ୍ଷାତକାର
  • ଡକ୍ୟୁମେଣ୍ଟ୍ ଯାଞ୍ଚ

କିପରି କରିବେ ଆବେଦନ:

  • ଅଫିସିଆଲ୍ ୱେବସାଇଟ୍ pnbindia.in କୁ ଯାଆନ୍ତୁ
  • ହୋମ୍‌ପେଜ୍‌ରେ Career ଟ୍ୟାବ୍ ଉପରେ କ୍ଲିକ୍ କରନ୍ତୁ
  • ଏହାପରେ Click here for New Registration ଉପରେ କ୍ଲିକ୍ କରନ୍ତୁ
  • ନିଜକୁ ପଞ୍ଜିକରଣ କରନ୍ତୁ
  • ଏହା ପରେ ଆବେଦନ ଫର୍ମ ପୂରଣ କରନ୍ତୁ
  • ଫଟୋ ଏବଂ ଡକ୍ୟୁମେଣ୍ଟ୍ ଅପ୍‌ଲୋଡ୍ କରନ୍ତୁ
  • ଆବେଦନ ଫିସ୍ ଦିଅନ୍ତୁ
  • ‘Submit’ ବଟନ୍‌ରେ କ୍ଲିକ୍ କରନ୍ତୁ
  • ଭବିଷ୍ୟତ ପ୍ରମାଣ ପାଇଁ ଦାଖଲ ହୋଇଥିବା ଆବେଦନର ଏକ କପି ପ୍ରିଣ୍ଟ୍ କରି ରଖନ୍ତୁ

ଅଧିକ ପଢ଼ନ୍ତୁ: ସାକ୍ଷାତକାର ସମୟରେ କେବେ ବି କରନ୍ତୁ ନାହିଁ ଏହି ଭୁଲ୍, ହାତକୁ ଆସିଥିବା ଚାକିରି ଚାଲିଯିବ

OTV is now on Whatsapp

Join and get latest news update delivered to you via whatsapp

Join Now