Pratap-Jena
ଭୁବନେଶ୍ୱର : ଠିକା କର୍ମଚାରୀଙ୍କ ପାଇଁ ଖୁସି ଖବର । ରାଜ୍ୟର ସମସ୍ତ ଠିକା କର୍ମଚାରୀଙ୍କ ପାଇଁ କ୍ୟାବିନେଟରେ ବଡ଼ ନିଷ୍ପତ୍ତି ହୋଇଛି । ଏଣିକି ଠିକା କର୍ମଚାରୀଙ୍କୁ ଇନିସିଆଲ ଆପଏଣ୍ଟି କୁହାଯିବ ବୋଲି ନିଷ୍ପତ୍ତି ହୋଇଥିବା କହିଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ସମସ୍ତ ଠିକା କର୍ମଚାରୀଙ୍କୁ ପ୍ରଥମ ବର୍ଷରୁ ଅଧିକ ୫୦ ପ୍ରତିଶତ ଦରମା ପ୍ରଦାନ କରାଯିବ । ପୂର୍ବ ନିୟମ ଅନୁସାରେ ୬ ବର୍ଷ ପରେ ନିୟମିତ ହେବେ ଠିକା କର୍ମଚାରୀ । ତେବେ ଠିକା କର୍ମଚାରୀଙ୍କୁ ପ୍ରଥମ ବର୍ଷରୁ ୫୦ ପ୍ରତିଶତ ଅଧିକ ଦେବାକୁ ହେଲେ ବାର୍ଷିକ ୨୫୦ କୋଟି ଖର୍ଚ୍ଚ ହେବ । ନିୟମିତ କର୍ମଚାରୀଙ୍କ ଭଳି ମେଡିକାଲ ଖର୍ଚ୍ଚ ପାଇବେ ଠିକା କର୍ମଚାରୀ ।
ସେହିପରି ରାଜ୍ୟର ଆସନ୍ତା ୧ବର୍ଷ ପାଇଁ ଧାନ କିଣା ପଲିସିକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି । ଖରିଫ ଓ ରବିରେ ପ୍ରାୟ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ ଓ ୫୨ ଲକ୍ଷ ମେଟ୍ରିକ ଟନ୍ ଚାଉଳ କିଣିବା ପାଇଁ ନିଷ୍ପତ୍ତି ହୋଇଛି । ଏହି କାର୍ଯ୍ୟରେ ବିଶେଷ ଭାବେ SHGକୁ ନିୟୋଜିକ କରିବା ପାଇଁ ନିଷ୍ପତ୍ତି ହୋଇଥିବା ବେଳେ ପ୍ୟାକ୍ସ, ଲ୍ୟାମ୍ସ ଓ ପାଣିପଞ୍ଚାୟତ ସଂସ୍ଥା ଜରିଆରେ ବି ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କହିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1633942804.jpg)