Advertisment

RRB Level Group D Recruitment 2025: ଭାରତୀୟ ରେଳବାଇରେ ପୂରଣ ହେବ ୩୨ ହଜାରରୁ ଅଧିକ ପଦବୀ

ଭାରତୀୟ ରେଳବାଇରେ ଅନେକ ପଦବୀ ପୂରଣ ହେବ। ଏନେଇ RRB ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

ଅଦ୍ୟତନ ହୋଇଛି
RRB Level Group D Recruitment 2025

RRB Level Group D Recruitment 2025

Advertisment

ଭାରତୀୟ ରେଳବାଇରେ ଚାକିରି କରିବା ପାଇଁ ଆପଣ ବର୍ଷ ବର୍ଷ ଧରି ପ୍ରସ୍ତୁତି ହେଉଛନ୍ତି କି? ଯଦି ହଁ, ତେବେ ଏହି ଖବର ଆପଣଙ୍କ ପାଇଁ। ରେଳ ନିଯୁକ୍ତି ବୋର୍ଡ (RRB) ନେଇ ଆସିଛି ଏହି ସୁଯୋଗ। ଏନେଇ RRB ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ RRB ରେ ଗ୍ରୁପ୍-D ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏଥିପାଇଁ ଉଭୟ ମହିଳା ଓ ପୁରୁଷ ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୩୨ ହଜାରରୁ ଅଧିକ ପଦବୀ ପୂରଣ ହେବ। ଦଶମ ପାଶ୍ କରିଥିବା ପ୍ରାର୍ଥୀ ମଧ୍ୟ ଏହାର ସୁଯୋଗ ନେବେ।

ଅଧିକ ପଢ଼ନ୍ତୁ: କୋଲ୍ ଇଣ୍ଡିଆ ଲିମିଟେଡ୍‌ରେ ପୂରଣ ହେବ ମ୍ୟାନେଜମେଣ୍ଟ ଟ୍ରେନି ପଦବୀ

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ RRB ର ଅଫିସିଆଲ୍ ୱେବ୍‌ସାଇଟ୍‌ rrbcdg.gov.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ RRB Level Group D Recruitment 2025 apply for 32438 post Notificationରେ କ୍ଲିକ୍ କରି ଦେଖିପାରିବେ।

Advertisment

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୨୩ ଜାନୁଆରୀ ୨୦୨୫
  • ଅନ୍‌ଲାଇନ୍ ଆବେଦନ ଶେଷ – ୨୨ ଫେବୃଆରୀ ୨୦୨୫
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଖାଲି ପଦବୀ:

  • ଟ୍ରାକ୍ ମେଣ୍ଟେନର୍ ଗ୍ରେଡ୍ - IV
  • ଟେକ୍ନିକାଲ୍ ବିଭାଗରେ (ଇଲେକ୍ଟ୍ରିକାଲ୍, ମେକାନିକାଲ୍ ଏବଂ S&T)ରେ ହେଲ୍‌ପର / ଆସିଷ୍ଟାଣ୍ଟ, ଆସିଷ୍ଟାଣ୍ଟ ପଏଣ୍ଟମ୍ୟାନ୍
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
Advertisment

ଯୋଗ୍ୟତା:

  • ଏକ ସ୍ୱୀକୃତିପ୍ରାପ୍ତ ବୋର୍ଡରୁ ଦଶମ ପାସ୍,
  • NCVT / SCVT- ସ୍ୱୀକୃତିପ୍ରାପ୍ତ ଅନୁଷ୍ଠାନଗୁଡ଼ିକରୁ ITI
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୧୮ ବର୍ଷ
  • ସର୍ବାଧିକ ବୟସ – ୩୬ ବର୍ଷ
  • ବୟସ ଗଣନା ୦୧ ଜାନୁଆରୀ ୨୦୨୫ ଅନୁସାରେ ହେବ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଅଧିକ ପଢ଼ନ୍ତୁ: ଓଡ଼ିଶା ପୋଲିସ୍‌ରେ ଚାକିରି; ପୂରଣ ହେବ ୯୦୦ରୁ ଅଧିକ ପଦବୀ

ଦରମା:

  • ଲେବଲ୍ ୧ , ୭ ପେ CPC ମାଟ୍ରିକ୍ସ୍ ଅନୁସାରେ
  • ସର୍ବନିମ୍ନ ଦରମା – ୧୮, ୦୦୦ ଟଙ୍କା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ – ୫୦୦ଟଙ୍କା
  • SC/ST/PwBD/ ESM/ ମହିଳା– ୨୫୦ଟଙ୍କା
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ଲିଖିତ ପରୀକ୍ଷା
  • ଶାରୀରିକ ଦକ୍ଷତା ଟେଷ୍ଟ୍(PET)
  • ମେଡିକାଲ୍ ଟେଷ୍ଟ୍
  • ଡକ୍ୟୁମେଣ୍ଟ୍ ଯାଞ୍ଚ

କିପରି କରିବେ ଆବେଦନ:

  • ଅଫିସିଆଲ୍ ୱେବସାଇଟ୍ rrbcdg.gov.in କୁ ଯାଆନ୍ତୁ
  • ହୋମ୍‌ପେଜ୍‌ରେ CEN 08/2024 ଲିଙ୍କ୍ ଉପରେ କ୍ଲିକ୍ କରନ୍ତୁ
  • ନିଜକୁ ପଞ୍ଜିକରଣ କରନ୍ତୁ
  • ଏହା ପରେ ଲଗ୍‌ ଇନ୍ କରନ୍ତୁ
  • ଆବେଦନ ଫର୍ମ ପୂରଣ କରନ୍ତୁ
  • ଫଟୋ ଏବଂ ଡକ୍ୟୁମେଣ୍ଟ୍ ଅପ୍‌ଲୋଡ୍ କରନ୍ତୁ
  • ଆବେଦନ ଫିସ୍ ଦିଅନ୍ତୁ
  • ‘Submit’ ବଟନ୍‌ରେ କ୍ଲିକ୍ କରନ୍ତୁ
  • ଭବିଷ୍ୟତ ପ୍ରମାଣ ପାଇଁ ଦାଖଲ ହୋଇଥିବା ଆବେଦନର ଏକ କପି ପ୍ରିଣ୍ଟ୍ କରି ରଖନ୍ତୁ

ଅଧିକ ପଢ଼ନ୍ତୁ: ଭାରତୀୟ ସେନାରେ ଚାକିରି ସୁଯୋଗ: ଦରମା ୨ଲ‍କ୍ଷ ୫୦ହଜାର

Indian Railways Indian Railway Jobs Govt Jobs Job Search Job Seekers
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ