Advertisment

UPSC CSE Notification 2025: IAS ପାଇଁ ସୁବର୍ଣ୍ଣ ସୁଯୋଗ; ପୂରଣ ହେବ ୧୧ ଶହରୁ ଅଧିକ ପଦବୀ

UPSCରେ CSE ଓ IFS ପଦବୀ ପୂରଣ ହେବ। ଏନେଇ UPSC ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

author-image
Pramod Behera
ଅଦ୍ୟତନ ହୋଇଛି
UPSC CSE Notification 2025 apply for 1129 post

UPSC CSE Notification 2025 apply for 1129 post

ଆପଣ ବର୍ଷ ବର୍ଷ ଧରି ୟୁନିଅନ୍ ପବ୍ଲିକ୍ ସର୍ଭିସ କମିଶନ(UPSC) ପାଇଁ ପ୍ରସ୍ତୁତି ହେଉଛନ୍ତି କି? ଯଦି ହଁ, ତେବେ ଏହି ଖବର ଆପଣଙ୍କ ପାଇଁ। UPSC ନେଇ ଆସିଛି ଏହି ସୁଯୋଗ। ସିଭିଲ ସର୍ଭିସ୍ ପ୍ରାଥମିକ ପରୀକ୍ଷା (UPSC CSE 2025) ପାଇଁ UPSC ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ UPSCରେ CSE ଓ IFS ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏଥିପାଇଁ ଉଭୟ ମହିଳା ଓ ପୁରୁଷ ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୧୧୦୦ରୁ ଅଧିକ ପଦବୀ ପୂରଣ ହେବ। ଗ୍ରାଜୁଏସନ୍ ପାଶ୍ କରିଥିବା ପ୍ରାର୍ଥୀ ମଧ୍ୟ ଏହାର ସୁଯୋଗ ନେବେ।

ଅଧିକ ପଢ଼ନ୍ତୁ: କୋଲ୍ ଇଣ୍ଡିଆ ଲିମିଟେଡ୍‌ରେ ପୂରଣ ହେବ ମ୍ୟାନେଜମେଣ୍ଟ ଟ୍ରେନି ପଦବୀ

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ UPSCର ଅଫିସିଆଲ୍ ୱେବ୍‌ସାଇଟ୍‌ upsc.gov.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ UPSC CSE Notification 2025 apply for 1129 post Notificationରେ କ୍ଲିକ୍ କରି ଦେଖିପାରିବେ।

Advertisment

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୨୨ ଜାନୁଆରୀ ୨୦୨୫
  • ଅନ୍‌ଲାଇନ୍ ଆବେଦନ ଶେଷ – ୧୧ ଫେବୃଆରୀ ୨୦୨୫
  • ପ୍ରାଥମିକ ପରୀକ୍ଷା – ୨୫ ମେ ୨୦୨୫
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଖାଲି ପଦବୀ:

  • CSE – ୯୭୯ଟି ପୋଷ୍ଟ୍‌
  • IFS – ୧୫୦ଟି ପୋଷ୍ଟ୍‌
  • ମୋଟ ପଦବୀ – ୧୧୨୯ଟି ପୋଷ୍ଟ୍‌
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଯୋଗ୍ୟତା:

  • IAS - ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଯେକୌସି ବିଷୟରେ ସ୍ନାତକ ଡିଗ୍ରୀ
  • IFS - ପଶୁପାଳନ ଏବଂ ପ୍ରାଣୀ ଚିକିତ୍ସା ବିଜ୍ଞାନ, ଉଦ୍ଭିଦ ବିଜ୍ଞାନ, ରସାୟନ ବିଜ୍ଞାନ, ଭୂବିଜ୍ଞାନ, ଗଣିତ, ପଦାର୍ଥ ବିଜ୍ଞାନ, ପରିସଂଖ୍ୟାନ, କୃଷି କିମ୍ବା ସମକକ୍ଷ ବିଷୟରେ ସ୍ନାତକ ଡିଗ୍ରୀ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୨୧ ବର୍ଷ
  • ସର୍ବାଧିକ ବୟସ – ୩୨ ବର୍ଷ
  • ବୟସ ଗଣନା ୦୧ ଅଗଷ୍ଟ୍ ୨୦୨୫ ଅନୁସାରେ ହେବ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଦରମା:

  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଅଧିକ ପଢ଼ନ୍ତୁ: ଓଡ଼ିଶା ପୋଲିସ୍‌ରେ ଚାକିରି; ପୂରଣ ହେବ ୯୦୦ରୁ ଅଧିକ ପଦବୀ

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ – ୧୦୦ଟଙ୍କା
  • SC/ST/PwBD/ ମହିଳା – ଦେୟମୁକ୍ତ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ପ୍ରାରମ୍ଭିକ ପରୀକ୍ଷା
  • ମୁଖ୍ୟ ପରୀକ୍ଷା
  • ବ୍ୟକ୍ତିଗତ ସାକ୍ଷାତକାର
  • ଡକ୍ୟୁମେଣ୍ଟ୍ ଯାଞ୍ଚ

କିପରି କରିବେ ଆବେଦନ:

  • ଅଫିସିଆଲ୍ ୱେବସାଇଟ୍ upsc.gov.in କୁ ଯାଆନ୍ତୁ
  • ହୋମ୍‌ପେଜ୍‌ରେ UPSC Civil Services Prelims Exam 2025 ଲିଙ୍କ୍ ଉପରେ କ୍ଲିକ୍ କରନ୍ତୁ
  • ନିଜକୁ ପଞ୍ଜିକରଣ କରନ୍ତୁ
  • ଏହା ପରେ ଲଗ୍‌ ଇନ୍ କରି
  • ଆବେଦନ ଫର୍ମ ପୂରଣ କରନ୍ତୁ
  • ଫଟୋ ଏବଂ ଡକ୍ୟୁମେଣ୍ଟ୍ ଅପ୍‌ଲୋଡ୍ କରନ୍ତୁ
  • ଆବେଦନ ଫିସ୍ ଦିଅନ୍ତୁ
  • ‘Submit’ ବଟନ୍‌ରେ କ୍ଲିକ୍ କରନ୍ତୁ
  • ଭବିଷ୍ୟତ ପ୍ରମାଣ ପାଇଁ ଦାଖଲ ହୋଇଥିବା ଆବେଦନର ଏକ କପି ପ୍ରିଣ୍ଟ୍ କରି ରଖନ୍ତୁ

ଅଧିକ ପଢ଼ନ୍ତୁ: ଭାରତୀୟ ସେନାରେ ଚାକିରି ସୁଯୋଗ: ଦରମା ୨ଲ‍କ୍ଷ ୫୦ହଜାର

UPSC UPSC Jobs Govt Jobs Job Search Job Seekers
Advertisment
Advertisment