• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ ଆଜିର ରାଶିଫଳରୁ

ଆଜି ୨୦୨୨ ମସିହା, ମାର୍ଚ୍ଚମାସ ୧୭ ତାରିଖ, ଗୁରୁବାର, ମୀନ ୩ ଦିନ, ଫାଲଗୁନମାସ, ଶୁକ୍ଳପକ୍ଷ ଚତୁର୍ଦ୍ଦଶୀତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହରାଶିରେ ଚନ୍ଦ୍ର, ତୁଳା ଓ କୁମ୍ଭ ରାଶିର ଘାତବାର, କର୍କଟ ଓ ମକର ରାଶିର ଘାତଚନ୍ଦ୍ର। ବିରି ନ ଖାଇଲେ ଭଲ,

ରାହୁ ମେଷକୁ ଓ କେତୁ ତୁଳା ରାଶିକୁ ବକ୍ର ସଂଚାର ହେବେ

ମେଷ:-ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ

ବ୍ୟବସାୟ କ୍ଷେତ୍ରରେ ମାନସିକସ୍ଥିତି ଭଲ ରହିବ ଓ ଅଧ୍ୟାପନ, ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ମିଳିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ

ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବୃଷ:-ଭଲ କାର୍ଯ୍ୟ କରି ଆଶାଆକାଂକ୍ଷାକୁ ପୂର୍ଣ୍ଣ କରି ପାରିବେ ଓ ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହେବ, ଯାହା ଆଗକୁ ବଢିବାରେ ସହାୟତା ମିଳିବ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ

ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ

ରୋଜଗାର ସମସ୍ୟା ସୁଧୁରିଯାଇ ଧନଲାଭ ହେବାରୁ ମନ ଖୁସି ରହିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ ।

ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କର୍କଟ:-ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ ।

ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟରହିବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ କିନ୍ତୁ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ ।

ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ସିଂହ:-ମନୋସ୍କାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ ।

ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ ।

ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ

କନ୍ୟା:-କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବା ସହ ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବ । ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗ ସହ ଆଶା ଆକାଂକ୍ଷା ପୂରଣ ହୋଇପାରିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।

ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ

ତୁଳା:-ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ

ରାଜନୀତି କ୍ଷେତ୍ରରେ ସହନଶୀଳତା ଯୋଗେ ଯଶ ମିଳିବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ।

ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ବିଚ୍ଛା:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବା ସହ ଆର୍ଥିକସ୍ଥିତି ବହୁତ ଭଲ ରହିବ । ଉଚିତ୍ ପରାମର୍ଶ ପାଇ ଅଫିସ୍ ରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବାଫଳରେ ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ବୃଦ୍ଧି ହେବ ।

ପ୍ରତିକାର-ଆମିଷ ସେବନ କରନ୍ତୁ ନାହିଁ ।

ଧନୁ:-କର୍ମକ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ

ସମସ୍ତ ଆଶାପୂରଣ ହେବାରେ କିଛି ଅସୁବିଧା ହେବ ନାହିଁ

ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ୟ ରହି ବନ୍ଧୁତ୍ ବୃଦ୍ଧି ପାଇବ

ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ମକର:-କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ

ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସହଜରେ ସମାଧାନ କରିପାରିବେ

ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ ।

ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

କୁମ୍ଭ:-ସମସ୍ୟା ମୂଳକ କାମପ୍ରତି ପ୍ରଲୋଭିତ ହୋଇ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ କରି ପାରନ୍ତି । ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ

ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ମୀନ:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ

ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବା ସହ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ

ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ