• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  • କିପରି କଟିବ ଦିନ,ଜାଣିନ୍ତୁ ଆଜିର ରାଶିଫଳ 

ଆଜି ୨୦୨୧ ମସିହା ଡିସେମ୍ବର ତା ୪ ରିଖ ଶନିବାର ବିଛା ୧୯ ଦିନ ମାର୍ଗଶିର ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥି , ତେବେ ଆସନ୍ତୁ ଜାଣିବା କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ପ୍ରତିକାର।

ମେଷ:

ପ୍ରତିବନ୍ଧକ କାରଣରୁ ର୍ନିମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି । ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇଯାଇ ପାରନ୍ତି । ପାରିବାରିକ ମତାନ୍ତରକୁ ନେଇ ମନ ଭାରାକ୍ରାନ୍ତ ରହିବ ଅପରାହ୍ନରେ କୋଣସି ଶୁଭ ଖବର ଶୁଣିପାରନ୍ତି ।

ପ୍ରତିକାର- ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ

ବୃଷ:

ପରିବାରରେ ଅପ୍ରିୟ ସତକଥା କହି ଦୋଷୀ ହେବାର ସମ୍ଭାବନା ରହିଛି । ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ମୁକାବିଲା କରି ବିଜୟୀ ହେବେପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମାଲିମକଦ୍ଦମା ଓ ବିବାଦ ସମାଧାନ ହୋଇଯିବ ନ୍ୟାୟ ଆପଣଙ୍କ ସପକ୍ଷରେ ଆସିବ ।

ପ୍ରତିକାର- ନବ ଗ୍ରହ ସ୍ତୋତ୍ର ପାଠ କରନ୍ତୁ

ମିଥୁନ:

ଆଜି ଶାରୀରିକ ପୀଡ଼ା ଅନୁଭବ ହୋଇପାରେ । ନୂତନ ଗୃହ ର୍ନିମାଣ ପାଇଁ ମନ ବଳାଇବେ ଓ ସେଥିରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ସାମାନ୍ୟ କଥାକୁ ନେଇ ମନାନ୍ତର ମତାନ୍ତର ଦେଖାଦେଇପାରେ ।

ପ୍ରତିକାର-ମା ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ

କର୍କଟ:

ଆଜି ପରିବାରରେ ପିତା ମାତାଙ୍କ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ଅସ୍ଥିରତା ଦେଖାଦେଇପାରେ । ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ

କର୍ମକ୍ଷେତ୍ରରେ ପୂର୍ବର ସମସ୍ୟା ଦୂର ହୋଇଯିବଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।

ପ୍ରତିକାର- ମହା ମୃତ୍ୟୁଞ୍ଜୟ ମନ୍ତ୍ରକୁ ଦଶଥର ଜପ କରନ୍ତୁ

ସିଂହ:

ଆଜି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି, ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ

ବନ୍ଧୁଙ୍କ ସହ ସାକ୍ଷାତ ହେବ କୈାଣସି ଶୁଭ ଖବର ଶୁଣିପାରନ୍ତି ,ସାହିତ୍ୟ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।

ପ୍ରତିକାର- ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ

କନ୍ୟା:

ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ ସନ୍ତାନ ସନ୍ତତିମାନେ ଆଜ୍ଞାଧୀନ ହେବେ । ଉନ୍ନତି ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ । ଖର୍ଚ୍ଚାଧିକ କାରଣରୁ ମନସ୍ତାପ ହୋଇପାରେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ମଧ୍ୟମ ରହିବ ।

ପ୍ରତିକାର- ରାମ ରକ୍ଷା ସ୍ତୋତ୍ର ପାଠ କରନ୍ତୁ

ତୁଳା:

ଆଜି ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ, ହାତକୁ ନେଇଥିବା ଯୋଜନାଗୁଡିକ ଠିକଭାବେ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ । ଦିନର ଦିତୀୟାର୍ଦ୍ଧରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ହଠାତ୍ ସମାଧାନ ହୋଇଯିବ । ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ ।

ପ୍ରତିକାର- ଶ୍ରୀ ସୁକ୍ତ ପାଠ କରନ୍ତୁ

ବିଛା:

ଆଜି କୈାଣସି ଆନୁଷ୍ଠାନିକ କାଯର୍ୟରେ ଯୋଗଦାନ କରି ପ୍ରଶଂସିତ ହେବେ, ସାହାଯ୍ୟ ସହଯୋଗର ପାଇ ମନ ପ୍ରଫୁଲ୍ଲିତ ରହିବ । ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ । ବ୍ୟବସାୟ ପରିବହନ ପାଇଁ ଦିନଟି ଅନୁକୂଳ ରହିବ ଛାତ୍ର ଛାତ୍ରୀମାନେ ସମସ୍ତ ଦିଗରେ ବିଜୟୀ ହେବେ ।

ପ୍ରତିକାର-ହନୁମାନ ଚାଳିଶା ପାଠ କରନ୍ତୁ

ଧନୁ:

ଆଜି ଯଗିରଖି ଚଳନ୍ତୁ ବାଣିଜ୍ୟ, ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି । ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ବ୍ୟତୀତ କିଛି କରିପାରିବେ ନାହିଁ । ସମସ୍ୟା ସମାଧାନ ପାଇଁ କଚେରି ମାମଲାରେ ଆଇନଜ୍ଞଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ, ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ ।

ପ୍ରତିକାର- ଅଶୁଭକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ କୁଞ୍ଜିକା ସ୍ତୋତ୍ର ପାଠ କରନ୍ତୁ

ମକର:

ଆଜି ଆପଣ ଭଲ କଥା କହିଲେ ମଧ୍ୟ ପରିବାରରେ ତାହାକୁ ଭୁଲ୍ ବିଚାର କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି କାମ କରିବା ଓ କହିବା ଭଲ ହେବ ଅନ୍ୟଥା ଭୁଲ୍ ବୁଝାମଣା ସୃଷ୍ଟି ହୋଇପାରେ । ରାଜନୈତିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ ଶରିର ସୁସ୍ଥ ରହିବ, ସୁସ୍ୱାଦୁ ଭୋଜନ ମିଳିବ ।

ପ୍ରତିକାର-ଦୁର୍ଗା ସପ୍ତ ଶ୍ଳୋକ ପାଠ କରନ୍ତୁ

କୁମ୍ଭ:

ଆଜି କୌଣସି ଅଜଣା ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ । ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ

ବହୁ ଦିନର ଆଶା ଅଭିଳାଷ ପୁରଣ ହେବ ପିତା ମାତାଙ୍କ ସ୍ନେହ ଶ୍ରଦ୍ଧା ସହାନୁଭୂତି ଆର୍ଶ୍ରିବାଦ ମିଳିବ ।

ପ୍ରତିକାର-ହନୁମାନ ଚାଳିଶା ପାଠ କରନ୍ତୁ

ମୀନ:

ଆଜି ଆଶା ଆଶଙ୍କା ଦେଇ ଗତି କରିବେ,ପ୍ରତ୍ୟେକ କ୍ଷେତ୍ରରେ ବାଧା ବିଘ୍ନ ଦେଖାଦେଇପାରେ । ଅତୀତ କଥାକୁ ନେଇ ଗୁଡାଏ ଚିନ୍ତାକରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ନିଜ ଜୀବନ ସାଥୀର ଭରସା ଉତ୍ସାହ ପ୍ରେରଣା ଆପଣଙ୍କୁ ଅନେକାଂଶରେ ସଫଳତା ଆଣିଦେବ ।

ପ୍ରତିକାର-ଶିବ ପଞ୍ଚାକ୍ଷର ମନ୍ତ୍ର ପାଠ କରନ୍ତୁ