• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୨ ମସିହା, ଜାନୁଆରୀ ତା ୪ତାରିଖ, ମଙ୍ଗଳବାର, ଧନୁ ୨୦ଦିନ, ପୌଷ ମାସ, ଶୁଳ୍କପକ୍ଷ, ଦ୍ୱିତୀୟା ତିଥି, ଉତ୍ତରାଷାଢା ନକ୍ଷତ୍ର, ମକର ଚନ୍ଦ୍ର । ଆଜି ମକର ରାଶିର ଘାତବାର ଓ ସିଂହ ରାଶି ପୁରୁଷଙ୍କର ଘାତଚନ୍ଦ୍ର । ଆଜି ବୋଇତି କଖାରୁ ଖାଇବା ନିଷେଧ । ଆଜି ଦ୍ୱିତୀୟାର ଚନ୍ଦ୍ର ଦର୍ଶନ ପୂଜା ।

ଏବେ ଆସନ୍ତୁ ଦେଖିବା ଆଜି ଆପଣଙ୍କ ଭାଗ୍ୟରେ କଣ ରହିଛି । ତେବେ ଆସନ୍ତୁ ଜାଣିବା ମେଷ ରାଶି ଠାରୁ ମୀନ ରାଶି ପର୍ଯ୍ୟନ୍ତ ଜନ୍ମିତ ବ୍ୟକ୍ତିମାନଙ୍କ ରାଶିଫଳ ସମ୍ପର୍କରେ...

ମେଷ:- ଆଜିର ଦିନ ଶୁଭଫଳ ପ୍ରଦାନ କରିବ, ଶାରୀରିକ, ମାନସିକ ଜୀବନ ସୁଖପ୍ରଦ ହେବ । ମହିଳାମାନେ ଧୈର୍ଯ୍ୟ ଆତ୍ମବିଶ୍ୱାସ ରଖି କାର୍ଯ୍ୟ କଲେ ସୁଫଳ ନିଶ୍ଚୟ ପାଇବେ, ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିବ । ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ, ଧାର୍ମିକ କାର୍ଯ୍ୟରେ ଯୋଗ ଦାନ କରିବେ ।

ପ୍ରତିକାର:- କିଛି ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ ।

ବୃଷ:- ଆଜି କମ ପରିଶ୍ରମରେ ଅଧିକ ଅର୍ଥ ରୋଜଗାରର ହେବ । କୋର୍ଟ କଚେରୀର ବିଚାରଧୀନ ମାଲିମୋକଦମାରେ ଜୟଯୁକ୍ତ ହେବେ, ପରିବାରରେ ସୁଖ-ଶାନ୍ତି ରହିବ । ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରିପାରିବେ, ଆକସ୍ମିକ ଧନଲାଭ ହେବ ।

ପ୍ରତିକାର:- ଗୁଡ଼ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:- ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ, ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ । ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ହେବ, ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ । ବିଦ୍ୟାର୍ଥିମାନେ ପଢାପଢିରେ କୃତକାର୍ଯ୍ୟ ହେବେ ।

ପ୍ରତିକାର:- ନାରାୟଣଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ ।

କର୍କଟ:- ଆଜି ବ୍ୟବସାୟ କ୍ଷେତ୍ରରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ । ବଡ଼ଙ୍କର ଆଶୀର୍ବାଦରେ ଲାଭ ହେବ, ମଧ୍ୟାହ୍ନ ପରେ ମିତ୍ରମାନଙ୍କ ସହିତ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି । ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପଡ଼ିପାରେ, ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।

ପ୍ରତିକାର:- ଶିବଙ୍କ ପାଖରେ ଘୃତ ଦୀପଟିଏ ଜାଳନ୍ତୁ ।

ସିଂହ:- ଆଜି ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁସମ୍ପର୍କ ରହିବ । ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ପରିସ୍ଥିତି ଅନୁକୂଳ ରହିବ, ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବ । କ୍ରୀଡାକ୍ଷେତ୍ରରେ କୃତକାର୍ଯ୍ୟ ହେବେ, ମହିଳାମାନଙ୍କ ପାଇଁ ଦିନଟି ଅନୁକୂଳ ରହିବ ।

ପ୍ରତିକାର:- ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ ।

କନ୍ୟା:- ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ, ସ୍ୱାସ୍ଥ୍ୟଗତ ସମସ୍ୟାକୁ ନେଇ ଚିକିତ୍ସକଙ୍କ ପରାମର୍ଶ ନେବାକୁ ପଡ଼ିପାରେ । ପାରିବାରିକ ସମସ୍ୟା ଦୂର କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ । ପିତା ମାତାଙ୍କ ଆର୍ଶୀବାଦ ଆପଣଙ୍କୁ ଅନେକାଂଶରେ ବିଜୟୀ କରାଇବ ।

ପ୍ରତିକାର:- ଗଣେଶ ପାଖରେ କର୍ପୁର ଆଳତୀ କରି ଆଳତୀର କଳାକୁ ମୁଣ୍ଡରେ ମାରନ୍ତୁ ।

ତୁଳା:- ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧାବିଘ୍ନ ସୃଷ୍ଟି ହୋଇପାରେ । ପାରିବାରିକ ସମସ୍ୟା ମନକୁ ଭାରାକ୍ରାନ୍ତ କରାଇବ, ଅପରାହ୍ନରେ ଆପଣଙ୍କୁ ପ୍ରତିକୂଳତାର ସାମ୍ନା କରିବାକୁ ପଡ଼ିପାରେ । ଆକସ୍ମିକ ଖର୍ଚ୍ଚ ହୋଇପାରେ, ମହିଳାମାନେ ଚତୁରତାର ସହ କାର୍ଯ୍ୟ କରି ପ୍ରଶଂସନୀୟା ହେବେ ।

ପ୍ରତିକାର:- ମା ଲକ୍ଷ୍ମୀଙ୍କ ଦଶ ନାମକୁ ଜପ କରନ୍ତୁ ।

ବିଛା:- ଆଜି ଆତ୍ମବିଶ୍ୱାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ଆଗେଇ ନେବେ, ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ । ଶାରୀରିକ ସ୍ୱାସ୍ଥ୍ୟ ଭଲ ରହିବ, ସ୍ୱଭାବରେ ଉଗ୍ରତା ରହିବ, ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ । ମିତ୍ର ଏବଂ ସ୍ନେହୀ ଜନମାନଙ୍କ ସହିତ ଯାତ୍ରା କିମ୍ବା ପର୍ଯ୍ୟଟନର ଯୋଗ ଅଛି ।

ପ୍ରତିକାର:- ହନୁମାନଙ୍କ ସିନ୍ଦୂର ମଥାରେ ଲଗାନ୍ତୁ, ହନୁମାନ ଚାଳିଶା ପାଠ କରନ୍ତୁ ।

ଧନୁ:- ଆଜି ଆପଣଙ୍କୁ ମାନସିକ ଶାନ୍ତି ମିଳିବ, ବକେୟା ପ୍ରାପ୍ୟ ମିଳିବ । ବିଦ୍ୟାର୍ଥୀ ଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧୀତ ବିଷୟ ଗୁଡ଼ିକରେ ସଫଳତା ପ୍ରାପ୍ତ ହେବେ । ଘରର ବାତାବରଣରେ ସୁଖ-ଶାନ୍ତି ରହିବ, ବ୍ୟବସାୟରେ ସଫଳତା ମିଳିବ ।

ପ୍ରତିକାର:- ହଳଦୀ ରଙ୍ଗର ରୁମାଲ ବ୍ୟବହାର କରନ୍ତୁ ।

ମକର:- ପାରିବାରିକ ଜୀବନରେ ସାମାନ୍ୟ କଥାକୁ ନେଇ ମତାନ୍ତର ଦେଖା ଦେଇପାରେ । ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ, ଧନ ଏବଂ ପ୍ରତିଷ୍ଠାରେ ହାନି ହେବାର ଆଶଙ୍କା ଅଛି । ମଧ୍ୟାହ୍ନ ପରେ ଆପଣଙ୍କ ସ୍ୱଭାବରେ ଭାବୁକତା ବଢ଼ିପାରେ, ଆପଣଙ୍କ କାର୍ଯ୍ୟଧାରାକୁ ଅଧିକ କ୍ରିୟାଶୀଳ କରିବାକୁ ଅଗ୍ରସର ହେବେ ।

ପ୍ରତିକାର:- ମା କାଳୀଙ୍କୁ ଦର୍ଶନ କରିବା ସହିତ ରାଶି ତେଲର ଦୀପଟିଏ ଜାଳନ୍ତୁ ।

କୁମ୍ଭ:- ଆଜି ଆବଶ୍ୟକ ର୍ନିଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବ ପ୍ରଥମ ସ୍ଥାନ ଦେବେ । ମିତ୍ରମାନଙ୍କ ସହିତ ସାକ୍ଷାତ ହେବ, ଯାହା ଦ୍ୱାରା ମନ ଆନନ୍ଦ ରହିବ । ଛୋଟ ଯାତ୍ରାର ଆୟୋଜନ ହୋଇପାରେ, ଭାଇମାନଙ୍କ ସହିତ ସୁସମ୍ପର୍କ ରହିବ ।

ପ୍ରତିକାର:- ବୁଲା କୁକୁରକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ ।

ମୀନ:- ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ, ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ । ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ, ମଧ୍ୟାହ୍ନ ପରେ ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି

ପ୍ରତିକାର:- ଦରିଦ୍ର, ଅସହାୟ ବ୍ୟକ୍ତିଙ୍କୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ ।

OTV is now on Whatsapp

Join and get latest news update delivered to you via whatsapp

Join Now