ଆଜି ୨୦୨୧ ମସିହା ଡିସେମ୍ବର ତା ୫ ରିଖ ରବିବାର ବିଛା ୨୦ ଦିନ ମାର୍ଗଶିର ମାସ ଶୁକ୍ଳପକ୍ଷ । ପ୍ରତିପଦା ଭୁକ୍ତ ଦ୍ୱିତୀୟା ତିଥି ଜ୍ୟେଷ୍ଠା ନକ୍ଷତ୍ର ବିଛା ଚନ୍ଦ୍ର ସକାଳ ୭ଟା ୫୦ମିନିଟ୍ ପଯର୍ୟନ୍ତ ତାହାପରେ ମୂଳା ନକ୍ଷତ୍ର ଧନୁ ଚନ୍ଦ୍ର ଭୋଗ ହେବ ।
ଘାତ ବାର-: ମେଷ ରାଶି
ଘାତ ଚନ୍ଦ୍ର-: ସିଂହ, କନ୍ୟା ଓ ମକର ରାଶି ମହିଳାଙ୍କର
ଆଜିର ନିଷେଧ ଖାଦ୍ୟ-: ପାଣି କଖାରୁ ଓ ବୋଇତି କଖାରୁ
ଆଜି- ଦ୍ୱିତୀୟାର ଚନ୍ଦ୍ର ଦର୍ଶନ ପୂଜା ଉପବାସ ଅର୍ଘ୍ୟ ଦାନ । ଏବେ ଆସନ୍ତୁ ଦେଖିବା ଆଜି ଆପଣଙ୍କ ଭାଗ୍ୟରେ କଣ ରହିଛି । ତେବେ ଆସନ୍ତୁ ଜାଣିବା ମେଷ ରାଶିଠାରୁ ମୀନ ରାଶି ପର୍ଯ୍ୟନ୍ତ ଜନ୍ମିତ ବ୍ୟକ୍ତିମାନଙ୍କ ରାଶିଫଳ ସମ୍ପର୍କରେ...
ମେଷ:- ପ୍ରତିବନ୍ଧକ କାରଣରୁ ର୍ନିମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି । ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇଯାଇ ପାରନ୍ତି । ପାରିବାରିକ ମତାନ୍ତରକୁ ନେଇ ମନ ଭାରାକ୍ରାନ୍ତ ରହିବ । ଅପରାହ୍ନରେ କୋଣସି ଶୁଭ ଖବର ଶୁଣିପାରନ୍ତି ।
ପ୍ରତିକାର:- ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ ।
ବୃଷ:- ପରିବାରରେ ଅପ୍ରିୟ ସତକଥା କହି ଦୋଷୀ ହେବାର ସମ୍ଭାବନା ରହିଛି । ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ମୁକାବିଲା କରି ବିଜୟୀ ହେବେ । ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମାଲିମକଦ୍ଦମା ଓ ବିବାଦ ସମାଧାନ ହୋଇଯିବ । ନ୍ୟାୟ ଆପଣଙ୍କ ସପକ୍ଷରେ ଆସିବ ।
ପ୍ରତିକାର:- ନବ ଗ୍ରହ ସ୍ତୋତ୍ର ପାଠ କରନ୍ତୁ ।
ମିଥୁନ:- ଆଜି ଶାରୀରିକ ପୀଡ଼ା ଅନୁଭବ ହୋଇପାରେ । ନୂତନ ଗୃହ ର୍ନିମାଣ ପାଇଁ ମନ ବଳାଇବେ ଓ ସେଥିରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ସାମାନ୍ୟ କଥାକୁ ନେଇ ମନାନ୍ତର ମତାନ୍ତର ଦେଖାଦେଇପାରେ ।
ପ୍ରତିକାର:- ମା ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ ।
କର୍କଟ:- ଆଜି ପରିବାରରେ ପିତା ମାତାଙ୍କ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ଅସ୍ଥିରତା ଦେଖାଦେଇପାରେ । ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ । କର୍ମକ୍ଷେତ୍ରରେ ପୂର୍ବର ସମସ୍ୟା ଦୂର ହୋଇଯିବ । ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।
ପ୍ରତିକାର:- ମହା ମୃତ୍ଯୁଞ୍ଜୟ ମନ୍ତ୍ରକୁ ଦଶଥର ଜପ କରନ୍ତୁ ।
ସିଂହ:- ଆଜି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି, ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ବନ୍ଧୁଙ୍କ ସହ ସାକ୍ଷାତ ହେବ । କୈାଣସି ଶୁଭ ଖବର ଶୁଣିପାରନ୍ତି ,ସାହିତ୍ୟ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।
ପ୍ରତିକାର:- ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ ।
କନ୍ୟା:- ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ । ସନ୍ତାନ ସନ୍ତତିମାନେ ଆଜ୍ଞାଧୀନ ହେବେ ।ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ । ଖର୍ଚ୍ଚାଧିକ କାରଣରୁ ମନସ୍ତାପ ହୋଇପାରେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ମଧ୍ୟମ ରହିବ ।
ପ୍ରତିକାର:- ରାମ ରକ୍ଷା ସ୍ତୋତ୍ର ପାଠ କରନ୍ତୁ ।
ତୁଳା:- ଆଜି ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ, ହାତକୁ ନେଇଥିବା ଯୋଜନାଗୁଡିକ ଠିକ୍ ଭାବେ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ । ଦିନର ଦିତୀୟାର୍ଦ୍ଧରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ହଠାତ୍ ସମାଧାନ ହୋଇଯିବ । ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ ।
ପ୍ରତିକାର:- ଶ୍ରୀ ସୁକ୍ତ ପାଠ କରନ୍ତୁ ।
ବିଛା:- ଆଜି କୈାଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତ ହେବେ, ସାହାଯ୍ୟ ସହଯୋଗ ପାଇ ମନ ପ୍ରଫୁଲ୍ଲିତ ରହିବ ।
ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ । ବ୍ୟବସାୟ ପରିବହନ ପାଇଁ ଦିନଟି ଅନୁକୂଳ ରହିବ । ଛାତ୍ର ଛାତ୍ରୀମାନେ ସମସ୍ତ ଦିଗରେ ବିଜୟୀ ହେବେ ।
ପ୍ରତିକାର:- ହନୁମାନ ଚାଳିଶା ପାଠ କରନ୍ତୁ ।
ଧନୁ:- ଆଜି ଯଗିରଖି ଚଳନ୍ତୁ ବାଣିଜ୍ୟ, ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି । ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ବ୍ୟତୀତ କିଛି କରିପାରିବେ ନାହିଁ । ସମସ୍ୟା ସମାଧାନ ପାଇଁ କଚେରି ମାମଲାରେ ଆଇନଜ୍ଞଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ, ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ ।
ପ୍ରତିକାର:- ଅଶୁଭକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ କୁଞ୍ଜିକା ସ୍ତୋତ୍ର ପାଠ କରନ୍ତୁ ।
ମକର:- ଆଜି ଆପଣ ଭଲ କଥା କହିଲେ ମଧ୍ୟ ପରିବାରରେ ତାହାକୁ ଭୁଲ୍ ବିଚାର କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି କାମ କରିବା ଓ ଭଲ କହିବାକୁ ହେବ, ଅନ୍ୟଥା ଭୁଲ୍ ବୁଝାମଣା ସୃଷ୍ଟି ହୋଇପାରେ । ରାଜନୈତିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ । ଶରିର ସୁସ୍ଥ ରହିବ, ସୁସ୍ୱାଦୁ ଭୋଜନ ମିଳିବ ।
ପ୍ରତିକାର:- ଦୁର୍ଗା ସପ୍ତ ଶ୍ଳୋକ ପାଠ କରନ୍ତୁ ।
କୁମ୍ଭ:- ଆଜି କୌଣସି ଅଜଣା ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ । ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବହୁ ଦିନର ଆଶା ଅଭିଳାଷ ପୁରଣ ହେବ । ପିତା ମାତାଙ୍କ ସ୍ନେହ ଶ୍ରଦ୍ଧା ସହାନୁଭୂତି ଆର୍ଶ୍ରିବାଦ ମିଳିବ ।
ପ୍ରତିକାର:- ହନୁମାନ ଚାଳିଶା ପାଠ କରନ୍ତୁ ।
ମୀନ:- ଆଜି ଆଶା ଆଶଙ୍କା ଦେଇ ଗତି କରିବେ, ପ୍ରତ୍ୟେକ କ୍ଷେତ୍ରରେ ବାଧା ବିଘ୍ନ ଦେଖାଦେଇପାରେ । ଅତୀତ କଥାକୁ ନେଇ ଗୁଡାଏ ଚିନ୍ତାକରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ନିଜ ଜୀବନ ସାଥୀର ଭରସା ଉତ୍ସାହ ପ୍ରେରଣା ଆପଣଙ୍କୁ ଅନେକାଂଶରେ ସଫଳତା ଆଣିଦେବ ।
ପ୍ରତିକାର:- ଶିବ ପଞ୍ଚାକ୍ଷର ମନ୍ତ୍ର ପାଠ କରନ୍ତୁ ।