• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୨ ମସିହା ଜାନୁଆରୀ ତା ୫ ତାରିଖ ବୁଧବାର ଧନୁ ୨୧ ଦିନ ପୌଷ ମାସ ଶୁଳ୍କ ପକ୍ଷ । ତୃତୀୟା ତିଥି ଶ୍ରବଣା ନକ୍ଷତ୍ର ସକାଳ ଘ ୮-୪୯ ମିନିଟ୍ ପର୍ଯ୍ୟନ୍ତ, ତାହାପରେ ଧନିଷ୍ଠା ନକ୍ଷତ୍ର ମକରଚନ୍ଦ୍ର ଭୋଗ ହେବ ।

ଘାତ ବାର: କର୍କଟ ରାଶିର

ଘାତ ଚନ୍ଦ୍ର- ସିଂହ ରାଶି ପୁରୁଷଙ୍କର

ଆଜିର ନିଷେଧ ଖାଦ୍ୟ- ପୋଟଳ

ଏବେ ଆସନ୍ତୁ ଦେଖିବା ଆଜି ଆପଣଙ୍କ ଭାଗ୍ୟରେ କଣ ରହିଛି । ତେବେ ଆସନ୍ତୁ ଜାଣିବା ମେଷ ରାଶି ଠାରୁ ମୀନ ରାଶି ପର୍ଯ୍ୟନ୍ତ ଜନ୍ମିତ ବ୍ୟକ୍ତିମାନଙ୍କ ରାଶିଫଳ ସମ୍ପର୍କରେ...

ମେଷ:- ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରାଇବ । ଭ୍ରମଣର ଯୋଗ ରହିଛି । ବ୍ୟବସାୟରେ କେତେକ ସମସ୍ୟା ଦେଖା ଦେଇପାରେ ।

ପ୍ରତିକାର:- ସାତୋଟି ଲବଙ୍ଗ ପାଖରେ ରଖନ୍ତୁ ।

ବୃଷ:- ପାରିବାରିକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ । ଯାତ୍ରା, ବାଣିଜ୍ୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ବହୁତ ଭଲ ରହିବ ।

ପ୍ରତିକାର:- କୈଣସି ଅସହାୟ ବ୍ୟକ୍ତିକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ ।

ମିଥୁନ:- ଅପ୍ରିୟସତ୍ୟ ଭାଷଣ ଜନିତ ବନ୍ଧୁଙ୍କ ସହ କଳହର ସୂଚନା ରହିଛି । ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ । ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି ।

ପ୍ରତିକାର:- ଶିବଙ୍କୁ କର୍ପୂରର ଆଳତୀ କରନ୍ତୁ । ଆଳତୀର କଳାକୁ ମୁଣ୍ଡରେ ମାରନ୍ତୁ ।

କର୍କଟ:- ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ମିଳିବ । ଅଫିସ୍ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ । ଯାତ୍ରା ଓ ଆନୁଷ୍ଠାନିକ କାମରେ ଖୁସି ରହିବେ ।

ପ୍ରତିକାର:- ଗଣେଶଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ଥର ଜପ କରନ୍ତୁ ।

ସିଂହ:- ସ୍ଥଗିତ କାମକୁ ଅତିଶୀଘ୍ର ସମ୍ପନ୍ନ କରିବା ଦିଗରେ ଚେଷ୍ଟା କରି ସଫଳ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ କରିବାକୁ ପଡ଼ିବ । କୌଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ ।

ପ୍ରତିକାର:- ଓମ ନମଃ ଭଗବତେ ଶ୍ରୀ ସୂର୍ଯ୍ୟ ନାରାୟଣାୟ ଏହି ମନ୍ତ୍ରକୁ ଦଶଥର ଜପ କରନ୍ତୁ ।

କନ୍ୟା:- ଆଜି ମନରେ ଭାବପ୍ରବଣତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ଉଦ୍ରେକ କରିବ । ସାମାଜିକ ସ୍ତରରେ କାମ କରି ସମାଲୋଚିତ ହୋଇ ପାରନ୍ତି ।

ପ୍ରତିକାର:- ବୁଲା କୁକୁରକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ ।

ତୁଳା:- ପାରିବାରିକ ଜୀବନରେ ସମସ୍ୟା ଦେଖା ଦେଇ ପାରେ । ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ । ମାଲି ମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ପ୍ରତିକାର:- ମା ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ ।

ବିଛା:- ପାରିବାରିକ ଜୀବନ ଓ କର୍ମକ୍ଷେତ୍ରରେ ଶୁଭ ଫଳ ମିଳିବ । ଯାତ୍ରାରେ ସଫଳତା ହାସଲ କରିବେ । ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ ।

ପ୍ରତିକାର:- ହନୁମାନଙ୍କୁ ଦର୍ଶନ କରନ୍ତୁ ତାଙ୍କ ସିନ୍ଦୂର ମଥାରେ ଲଗାନ୍ତୁ ।

ଧନୁ:- ସଭାସମିତି କିମ୍ବା ପାରିବାରିକ କ୍ଷେତ୍ରର ଦ୍ୱନ୍ଦ୍ୱ ଉପୁଜିପାରେ । ଚେଷ୍ଟା କରୁଥିବା କାମ ଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ବାକି ପଡିଥିବା ଟଙ୍କା ଆଦାୟ ପାଇଁ ଅନୁକୁଳ ସୁଯୋଗ ସୃଷ୍ଟି ହେବ ।

ପ୍ରତିକାର:- ୯-ପିତା ମାତାଙ୍କ ପାଦ ସ୍ପର୍ଶ କରି ପ୍ରଣାମ କରନ୍ତୁ ।

ମକର:- ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍ ଭାବରେ ହେବା କଷ୍ଟକର ହେବ । ପ୍ରତ୍ୟେକ କ୍ଷେତ୍ରରେ ର୍ଧଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ ।

ପ୍ରତିକାର:- ଶିବଙ୍କ ପାଖରେ ପାଞ୍ଚୋଟି ତ୍ରୀଶାଖା ବେଲପତ୍ର ମହାମୃତ୍ୟୁଞ୍ଜୟ ମନ୍ତ୍ରରେ ପ୍ରଦାନ କରନ୍ତୁ ।

କୁମ୍ଭ:- ଆଜି ସକାଳୁ ସକାଳୁ ଦେବ ଦର୍ଶନ ସକାଶେ ମନ ବଳାଇପାରନ୍ତି । ଖାଦ୍ୟ ପେୟର ଅନିୟମିତତା ଯୋଗୁ ଶରୀର ଅସୁସ୍ଥ ହୋଇପାରେ । ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି ।

ପ୍ରତିକାର:- ଗାଈକୁ ଦୁବଘାସ ଖାଇବାକୁ ଦିଅନ୍ତୁ ।

ମୀନ:- ପାରିବାରିକ କ୍ଷେତ୍ରରେ ସମସ୍ୟାଦେଖା ଦେଇପାରେ । ଯାନବାହନ ଚଳାଇବାବେଳେ ଆଜି ସତର୍କତା ଅବଲମ୍ବନ କରନ୍ତୁ । ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି ।

ପ୍ରତିକାର:- ଅଶ୍ୱତ୍ଥ ବୃକ୍ଷ ମୂଳରେ ରାଶି ତେଲର ଦୀପଟିଏ ପ୍ରଦାନ କରନ୍ତୁ ।