• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୨ ମସିହା ଜାନୁଆରୀ ତା ୬ ତାରିଖ ଗୁରୁବାର ଧନୁ ୨୨ ଦିନ ପୌଷ ମାସ ଶୁଳ୍କ ପକ୍ଷ ଚତୁର୍ଥୀ ତିଥି ଶତଭିଷା ନକ୍ଷତ୍ର କୁମ୍ଭ ଚନ୍ଦ୍ର

ଏବେ ଆସନ୍ତୁ ଦେଖିବା ଆଜି ଆପଣଙ୍କ ଭାଗ୍ୟରେ କଣ ରହିଛି । ତେବେ ଆସନ୍ତୁ ଜାଣିବା ମେଷ ରାଶି ଠାରୁ ମୀନ ରାଶି ପର୍ଯ୍ୟନ୍ତ ଜନ୍ମିତ ବ୍ୟକ୍ତିମାନଙ୍କ ରାଶିଫଳ ସମ୍ପର୍କରେ...

ମେଷ:- ଆଜି ଯଗି ରଖି ଚଳନ୍ତୁ । ଭାଇ,ବନ୍ଧୁ ଓ ସମ୍ପର୍କୀୟଙ୍କ ସହ ମନାନ୍ତର ଯୋଗୁଁ ମନ ଭାରାକ୍ରାନ୍ତ ହୋଇ ପାରେ । ଶରୀର ସୁସ୍ଥ ରହିବ, ବକେୟା ଅର୍ଥ ହସ୍ତଗତ ହେବ । ବାଣିଜ୍ୟ,ବ୍ୟବସାୟିକ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ ।

ପ୍ରତିକାର:- ସାତଟି ଲାଲ୍ ରଙ୍ଗର ମନ୍ଦାର ଫୁଲ ଗ୍ରାମ ଦେବତୀଙ୍କୁ ଚଢାନ୍ତୁ ।

ବୃଷ:- ଆଜି ଯେକୈାଣସି ପରିସ୍ଥିତିରେ ମଧ୍ୟ ଆପଣଙ୍କ ବୁଦ୍ଧିବଳ ଖଟାଇ କାମ ହାସଲ କରିବେ । ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କାର୍ଯ୍ୟ କରି ପ୍ରଶଂସିତ ହେବେ । ଅର୍ଥଲାଭ ଓ ଶୁଭଖବର ପାଇ ମନ ଖୁସୀ ହୋଇଯିବ ।

ପ୍ରତିକାର:- ତିନୋଟି ପାଚିଲା କଦଳୀ ଗାଈକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:- ଆଜି ସମସ୍ତ କାମରେ ସାହସିକ ପଦେକ୍ଷପ ନେଇ କୃତକାର୍ଯ୍ୟ ହେବେ । ପାରିବାରିକ ଜୀବନ ସୁଖପ୍ରଦ ହେବ , ମହିଳାମାନଙ୍କ ମନ ପ୍ରଫୁଲ୍ଲ ରହିବ । କ୍ରୀଡା,ଚଳଚ୍ଚିତ୍ର ଓ କଳା,ସାହିତ୍ୟରେ ଉନ୍ନତି କରିବେ ।

ପ୍ରତିକାର:- ସାତଟି ପାନ ପତ୍ର ଓ ସାତଟି ଦୁବ ଶ୍ରୀ ଗଣେଶଙ୍କୁ ଚଢାନ୍ତୁ ।

କର୍କଟ:- ଆଜି ହସ ଖୁସିରେ ଦିନଟି କାଟିବେ । କୈାଣସି ମୂଲ୍ୟବାନ ଜିନିଷ କ୍ରୟ କରିପାରନ୍ତି, ଆମଦାନୀ ରପ୍ତାନୀ କାରବାରରେ ଲାଭ ବାନ ହେବେ । ବୁଦ୍ଧି ବିବେକ ଓ ଜ୍ଞାନ ବଳରେ ପୂର୍ବ ସମସ୍ୟାର ସରଳ ସମାଧନ କରିବେ ।

ପ୍ରତିକାର:- ହଳଦୀ ରଙ୍ଗ ଚନ୍ଦନର ଟିକା ମଥାରେ ଲଗାନ୍ତୁ ।

ସିଂହ:- ଆଜି ଅଟକି ରହିଥିବା କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯାୟରେ ପହ଼଼ଞ୍ଚାଇବେ । ଅପରାହ୍ନରେ କୋଣସି ଶୁଭଖବର ପାଇ ଖୁସି ହେବେ । ପରିବାରରେ ଭାତୃ ସମ୍ପର୍କ ସୁଦୃଢ ହେବ, ବ୍ୟବସାୟ କ୍ଷେତ୍ରରେ ଆୟ ବ୍ୟୟ ପ୍ରାୟ ସମାନ ରହିବ ।

ପ୍ରତିକାର:- ସୂର୍ଯ୍ୟଙ୍କ ଗାୟତ୍ରୀ ମନ୍ତ୍ର ପଢି ଗୁଡ଼ ପାଣିରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦିଅନ୍ତୁ ।

କନ୍ୟା:- ଆଜି କର୍ମକ୍ଷେତ୍ରରେ ବାଦ ବିବାଦ ଦେଖାଦେଇପାରେ । ପାରିବାରିକ ଜୀବନ ସୁଖପ୍ରଦ ହେବ ଜୀବନ ସାଥୀର ସାହାଯ୍ୟ ସହଯୋଗ ପାଇ ମନ ବଳ ସୁଦୃଢ ହେବ । ଆଇନ ଅଦାଲତରେ ମାମଲାର ବିଚାର ଆପଣଙ୍କ ସପକ୍ଷରେ ଆସିବ ।

ପ୍ରତିକାର:- କିଛି ଅରୁଆ ଚାଉଳ କଳାବିରି ଦୁବଘାସ ଗାଈକୁ ଖାଇବାକୁ ଦିଅନ୍ତୁ ।

ତୁଳା:- ଆଜି ମାନସିକ ଚିନ୍ତା ଶାରୀରିକ ଅସୁସ୍ଥତା ଯୋଗୁଁ ମନ ଭାରାକ୍ରାନ୍ତ ହେବ । କୈଣସି ମାଙ୍ଗଳିକ ବିଷୟରେ ଆଲୋଚନା କରି ଶେଷ ପର୍ଯ୍ୟାୟରେ ପହଁଚିବେ । ବ୍ୟବସାୟ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ ।

ପ୍ରତିକାର:- ରାଶି ତେଲର ଦୀପଟିଏ ମା କାଳୀଙ୍କ ପାଖରେ ପ୍ରଦାନ କରନ୍ତୁ ।

ବିଛା:- ଆଜି ବହୁ ଦିନର ଆଶା ଅଭିଳାଷ ପୁରଣ ହେବ । ମହିଳାମାନେ ଆମୋଦ ପ୍ରମୋଦରେ ଦିନଟି କାଟିବେ । ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ, ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ ।

ପ୍ରତିକାର:- ହନୁମାନଙ୍କୁ ଦର୍ଶନ କରିବା ସହିତ ସାତଟି ପେଡା ହନୁମାନଙ୍କ ପାଖରେ ଭୋଗ କରନ୍ତୁ ।

ଧନୁ:- ଆଜି ଆପଣ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ । ଲକ୍ଷ୍ୟ ସ୍ଥଳରେ ପହଁଞ୍ଚିବା ପାଇଁ କେହି ଜଣେ ବ୍ୟକ୍ତି ସାହାଯ୍ୟ ସହଯୋଗ କରିବେ । ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି ।

ପ୍ରତିକାର:- ମହାପ୍ରଭୁ ବିଷ୍ଣୁଙ୍କୁ ଦର୍ଶନ କରନ୍ତୁ । ତାଙ୍କ ପାଖରେ ଘୃତ ଦୀପ ଟିଏ ପ୍ରଦାନ କରନ୍ତୁ ।

ମକର:- ଆଜି ସାଧାରଣ କଥାରେ ପରିବାରରେ ଭୁଲ୍ ବୁଝାମଣା ଦେଖାଦେଇପାରେ । ପିତା ମାତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଦେଖା ଦେବ । ଅପରାହ୍ନରେ କୈାଣସି ଶୁଭ ଖବର ଶୁଣିପାରନ୍ତି । ଆୟ ବୃଦ୍ଧି ଘଟିବ ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିବ ।

ପ୍ରତିକାର:- କଉଡିଟିଏ ନିଜ ପାଖରେ ରଖନ୍ତୁ ।

କୁମ୍ଭ:- ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି ନୂତନ କର୍ମାରମ୍ଭ କରିପାରନ୍ତି । ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ଆୟ ତୁଳନାରେ ବ୍ୟୟ ବୃଦ୍ଧି ଘଟିବ, ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନୋନିବେଶ କରିବେ ।

ପ୍ରତିକାର:- କିଛି ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ ।

ମୀନ:- ଆଜି ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ,ଫଳରେ କାମ ପ୍ରତିସ୍ପୃହା ରହିବ ନାହିଁ । ହଠାତ୍ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । କର୍ମକ୍ଷେତ୍ରରେ କୈାଣସି ସଠିକ୍ ନିଷ୍ପତି ନେଇ ପାରିବେ ନାହିଁ । ପ୍ରତିବନ୍ଧକ କାରଣରୁ ଶେଷ ସମୟରେ ଯାତ୍ରା ସ୍ଥଗିତ ରହିଯିବ ।

ପ୍ରତିକାର:- ଗାୟତ୍ରୀ ମହାମନ୍ତ୍ରକୁ ୨୭ଥର ଜପ କରନ୍ତୁ ।