• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୨ ମସିହା ଜାନୁଆରୀ ତା ୮ ତାରିଖ ଶନିବାର । ଧନୁ ୨୪ ଦିନ ପୌଷ ମାସ ଶୁଳ୍କ ପକ୍ଷ ଷଷ୍ଠୀ, ଭୁକ୍ତ ସପ୍ତମୀ ତିଥି ଉତ୍ତର ଭାଦ୍ର ନକ୍ଷତ୍ର ମୀନ ଚନ୍ଦ୍ର ।

ଘାତ ବାର: ବୃଷ, ସିଂହ ଓ କନ୍ୟା ରାଶି

ଘାତ ଚନ୍ଦ୍ର- ଧନୁ ରାଶି ପୁରୁଷ ଓ ତୁଳା ରାଶି ମହିଳାଙ୍କର

ଆଜିର ନିଷେଧ ଖାଦ୍ୟ- ପିତା ଦ୍ରବ୍ୟ ଓ ତାଳ

ଏବେ ଆସନ୍ତୁ ଦେଖିବା ଆଜି ଆପଣଙ୍କ ଭାଗ୍ୟ କଣ ରହିଛି । ତେବେ ଦେଖନ୍ତୁ ମେଷ ରାଶି ଠାରୁ ମୀନ ରାଶି ପର୍ଯ୍ୟନ୍ତ ଜନ୍ମିତ ବ୍ୟକ୍ତିମାନଙ୍କ ରାଶିଫଳ ସମ୍ପର୍କରେ...

ମେଷ:- ପ୍ରତିବନ୍ଧକ କାରଣରୁ ର୍ନିମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି । ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇଯାଇ ପାରନ୍ତି । ପାରିବାରିକ ମତାନ୍ତରକୁ ନେଇ ମନ ଭାରାକ୍ରାନ୍ତ ରହିବ । ଅପରାହ୍ନରେ କୋଣସି ଶୁଭ ଖବର ଶୁଣିପାରନ୍ତି ।

ପ୍ରତିକାର:- ଅଶୁଭତ୍ୱକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ ।

ବୃଷ:- ପରିବାରରେ ଅପ୍ରିୟ ସତକଥା କହି ଦୋଷୀ ହେବାର ସମ୍ଭାବନା ରହିଛି । ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ମୁକାବିଲା କରି ବିଜୟୀ ହେବେ ,ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମାଲିମକଦ୍ଦମା ଓ ବିବାଦ ସମାଧାନ ହୋଇଯିବ । ନ୍ୟାୟ ଆପଣଙ୍କ ସପକ୍ଷରେ ଆସିବ ।

ପ୍ରତିକାର:- ଶୁଭ ଫଳ ପାଇବା ପାଇଁ ନବ ଗ୍ରହ ସ୍ତୋତ୍ର ପାଠ କରନ୍ତୁ ।

ମିଥୁନ:- ଆଜି ଶାରୀରିକ ପୀଡ଼ା ଅନୁଭବ ହୋଇପାରେ । ନୂତନ ଗୃହ ର୍ନିମାଣ ପାଇଁ ମନ ବଳାଇବେ ଓ ସେଥିରେ ସଫଳ ହେବେ । ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାର୍ଯ୍ୟ କରି ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ସାମାନ୍ୟ କଥାକୁ ନେଇ ମନାନ୍ତର ମତାନ୍ତର ଦେଖାଦେଇପାରେ ।

ପ୍ରତିକାର:- ଶୁଭ ଫଳ ପାଇବା ପାଇଁ ମା ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ ।

କର୍କଟ:- ଆଜି ପରିବାରରେ ପିତା ମାତାଙ୍କ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ଅସ୍ଥିରତା ଦେଖାଦେଇପାରେ । ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ । କର୍ମକ୍ଷେତ୍ରରେ ପୂର୍ବର ସମସ୍ୟା ଦୂର ହୋଇଯିବ । ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।

ପ୍ରତିକାର:- ଶୁଭ ଫଳ ପାଇବା ପାଇଁ ମହା ମୃତ୍ୟୁଞ୍ଜୟ ମନ୍ତ୍ରକୁ ଦଶଥର ଜପ କରନ୍ତୁ ।

ସିଂହ:- ଆଜି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି, ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ, ବନ୍ଧୁଙ୍କ ସହ ସାକ୍ଷାତ ହେବ । କୈାଣସି ଶୁଭ ଖବର ଶୁଣିପାରନ୍ତି । ସାହିତ୍ୟ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।

ପ୍ରତିକାର:- ଶୁଭ ଫଳ ପାଇବା ପାଇଁ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ ।

କନ୍ୟା:- ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ । ସନ୍ତାନ ସନ୍ତତିମାନେ ଆଜ୍ଞାଧୀନ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ । ଖର୍ଚ୍ଚାଧିକ କାରଣରୁ ମନସ୍ତାପ ହୋଇପାରେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ମଧ୍ୟମ ରହିବ ।

ପ୍ରତିକାର:- ଶୁଭ ଫଳ ପାଇବା ପାଇଁ ରାମ ରକ୍ଷା ସ୍ତୋତ୍ର ପାଠ କରନ୍ତୁ ।

ତୁଳା:- ଆଜି ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ । ହାତକୁ ନେଇଥିବା ଯୋଜନାଗୁଡିକ ଠିକ ଭାବେ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ । ଦିନର ଦିତୀୟାର୍ଦ୍ଧରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ହଠାତ୍ ସମାଧାନ ହୋଇଯିବ । ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ ।

ପ୍ରତିକାର:- ଶୁଭ ଫଳ ପାଇବା ପାଇଁ ଶ୍ରୀ ସୁକ୍ତ ପାଠ କରନ୍ତୁ ।

ବିଛା:- ଆଜି କୈାଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତ ହେବେ, ସାହାଯ୍ୟ ସହଯୋଗର ପାଇ ମନ ପ୍ରଫୁଲ୍ଲିତ ରହିବ । ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ । ବ୍ୟବସାୟ ପରିବହନ ପାଇଁ ଦିନଟି ଅନୁକୂଳ ରହିବ, ଛାତ୍ର ଛାତ୍ରୀମାନେ ସମସ୍ତ ଦିଗରେ ବିଜୟୀ ହେବେ ।

ପ୍ରତିକାର:- ଶୁଭ ଫଳ ପାଇବା ପାଇଁ ହନୁମାନ ଚାଳିଶା ପାଠ କରନ୍ତୁ ।

ଧନୁ:- ଆଜି ଯଗିରଖି ଚଳନ୍ତୁ । ବାଣିଜ୍ୟ, ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି । ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ବ୍ୟତୀତ କିଛି କରିପାରିବେ ନାହିଁ । ସମସ୍ୟା ସମାଧାନ ପାଇଁ କଚେରି ମାମଲାରେ ଆଇନଜ୍ଞଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ । ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ ।

ପ୍ରତିକାର:- ଶୁଭ ଫଳ ପାଇବା ପାଇଁ କୁଞ୍ଜିକା ସ୍ତୋତ୍ର ପାଠ କରନ୍ତୁ ।

ମକର:- ଆଜି ଆପଣ ଭଲ କଥା କହିଲେ ମଧ୍ୟ ପରିବାରରେ ତାହାକୁ ଭୁଲ୍ ବିଚାର କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି କାମ କରିବା ଓ କହିବା ଭଲ ହେବ । ଅନ୍ୟଥା ଭୁଲ୍ ବୁଝାମଣା ସୃଷ୍ଟି ହୋଇପାରେ । ରାଜନୈତିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ , ଶରୀର ସୁସ୍ଥ ରହିବ, ସୁସ୍ୱାଦୁ ଭୋଜନ ମିଳିବ ।

ପ୍ରତିକାର:- ଫଳ ପାଇବା ପାଇଁ ଦୁର୍ଗା ସପ୍ତ ଶ୍ଳୋକି ପାଠ କରନ୍ତୁ ।

କୁମ୍ଭ:- ଆଜି କୌଣସି ଅଜଣା ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ । ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । କ୍ରୀଡା କ୍ଷେତ୍ରରେ କ୍ରୀଡାବିତ୍ ମାନେ ବିଜୟୀ ହେବେ । ବହୁ ଦିନର ଆଶା ଅଭିଳାଷ ପୁରଣ ହେବ । ପିତା ମାତାଙ୍କ ସ୍ନେହ ଶ୍ରଦ୍ଧା ସହାନୁଭୂତି ଆର୍ଶ୍ରିବାଦ ମିଳିବ।

ପ୍ରତିକାର:- ଶୁଭ ଫଳ ପାଇବା ପାଇଁ ହନୁମାନ ଚାଳିଶା ପାଠ କରନ୍ତୁ ।

ମୀନ:- ଆଜି ଆଶା ଆଶଙ୍କା ଦେଇ ଗତି କରିବେ,ପ୍ରତ୍ୟେକ କ୍ଷେତ୍ରରେ ବାଧା ବିଘ୍ନ ଦେଖାଦେଇପାରେ । ଅତୀତ କଥାକୁ ନେଇ ଗୁଡାଏ ଚିନ୍ତାକରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ନିଜ ଜୀବନ ସାଥୀର ଭରସା ଉତ୍ସାହ ପ୍ରେରଣା ଆପଣଙ୍କୁ ଅନେକାଂଶରେ ସଫଳତା ଆଣିଦେବ ।

ପ୍ରତିକାର:- ଶୁଭ ଫଳ ପାଇବା ପାଇଁ ଶିବ ପଞ୍ଚାକ୍ଷର ମନ୍ତ୍ର ପାଠ କରନ୍ତୁ ।