Daily Horoscope 1 Feb 2022: ଜାଣନ୍ତୁ ଆଜିର ରାଶିଫଳ

ଆଜି ୨୦୨୨ ମସିହା, ଫେବୃଆରୀ ୧ ତାରିଖ, ମଙ୍ଗଳବାର, ମକର, ୧୯ଦିନ, ମାଘ ମାସ, କୃଷ୍ଣପକ୍ଷ, ଅମାବାସ୍ୟା ତିଥି, ଶ୍ରଣା ନକ୍ଷତ୍ର, ମକର ଚନ୍ଦ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ ।

ଜାଣନ୍ତୁ ଆଜିର ରାଶିଫଳ

ଆଜି ୨୦୨୨ ମସିହା, ଫେବୃଆରୀ ୧ ତାରିଖ, ମଙ୍ଗଳବାର, ମକର, ୧୯ଦିନ, ମାଘ ମାସ, କୃଷ୍ଣପକ୍ଷ, ଅମାବାସ୍ୟା ତିଥି, ଶ୍ରଣା ନକ୍ଷତ୍ର, ମକର ଚନ୍ଦ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ ।

ମେଷ -ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିପାରିବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିପାରିବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହୋଇପାରିବେ ।

 

ବୃଷ -ମାନସିକ ଅସ୍ଥିରତା ସଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ ।

 

ମିଥୁନ- ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ଆର୍ଥିକ ସମସ୍ୟାର ସମାଧାନ ହୋଇପାରେ । ଗତକାଲି ଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭ ଫଳ ମିଳିପାରେ ।

 

କର୍କଟ -ଆପଣସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହୋଇପାରିବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହୋଇପାରନ୍ତି । ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିପାରିବ ।

 

ସିଂହ -ଆଜି ବିଳମ୍ବିତ ହେଲେ ମଧ୍ୟ ସମସ୍ତ କାର୍ଯ୍ୟ ସାଧିତ ହୋଇପାରେ । ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିପାରିବ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।

 

କନ୍ୟା -ଆଜି ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥବ୍ୟୟ ସାହାଯ୍ୟ କରିପାରେ । ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗରେ ମନୋନିବେଶ କରିପାରନ୍ତି ।

 

ତୁଳା -ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇପାରନ୍ତି । ବହୁଦିନରୁ ଅଟକି ରହିଥିବା କାର୍ଯ୍ୟ ପୁନର୍ବାର ଆରମ୍ଭ କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହୋଇପାରିବେ । କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ ।

 

ବିଛା -ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳ ହୋଇପାରିବେ । ଯେକୌଣସିମତେ ଅର୍ଥ ରୋଜଗାରର ହୋଇପାରେ । ମହିଳାମାନେ ଗୃହ କର୍ମରେ ପ୍ରଶଂସନୀୟା ହେବେ ।

 

ଧନୁ - ଆଜି ଦୂର ଯାତ୍ରା କରିବାର ସୁଯୋଗ ପାଇପାରିବେ । ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ୱୀକାର କରିହେବନି । କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ ।

 

ମକର- ଆଜି ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିପାରିବେ । କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି । ପୁରାତନ ରୋଗର ଉପସମ ହୋଇପାରେ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ ।

 

କୁମ୍ଭ- ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ ।କର୍ମ କ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିପାରିବେ । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ ।

 

ମୀନ - ଆଜି ଦିନଟି ଆପଣଙ୍କ ପାଇଁ ଲାଭ ପ୍ରଦ ହୋଇପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିପାରେ । ଅବହେଳାଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିପାରନ୍ତି ।