Advertisment

Daily Horoscope 10 April 2022: ଜାଣନ୍ତୁ ଆଜିର ରାଶିଫଳ...

ଆଜି ୨୦୨୨ ମସିହା ଅପ୍ରେଲ ୧୦ ତାରିଖ, ରବିବାର, ମୀନ, ୨୬ ଦିନ, ଚୈତ୍ର ମାସ, ଶୁକ୍ଳପକ୍ଷ, ନବମୀ ତିଥି, ପୂଷ୍ୟା ନକ୍ଷତ୍ର, କର୍କଟ ଚନ୍ଦ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

ଅଦ୍ୟତନ ହୋଇଛି
undefined

Daily Horoscope 10 April 2022

Advertisment

ଆଜି ୨୦୨୨ ମସିହା ଅପ୍ରେଲ ୧୦ ତାରିଖ, ରବିବାର, ମୀନ, ୨୬ ଦିନ, ଚୈତ୍ର ମାସ, ଶୁକ୍ଳପକ୍ଷ, ନବମୀ ତିଥି, ପୂଷ୍ୟା ନକ୍ଷତ୍ର, କର୍କଟ ଚନ୍ଦ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

Advertisment

ମେଷ:-ଆଜି ଦାମ୍ପତ୍ୟ ଜୀବନ ସୁଖମୟ ରହିପାରେ । ସନ୍ତାନଙ୍କ ଉନ୍ନତିରେ ଖୁସି ହୋଇପାରେ । କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ, ଆକସ୍ମିକ ଅର୍ଥ ଲାଭ ହୋଇପାରେ ।

  • ପ୍ରତିକାର- କୈାଣସି ଅସହାୟ ବ୍ୟକ୍ତିକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ

ବୃଷ:- ଆଜି ପିଲାମାନଙ୍କ ଆଚରଣ ଉଚ୍ଚାରଣକୁ ନେଇ ମନଭାରାକ୍ରାନ୍ତ ହୋଇପାରେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି । ଜମିବାଡ଼ି ସମ୍ପର୍କିତ ସମସ୍ୟାର ସମାଧାନ କରିପାରନ୍ତି ।

Advertisment
  • ପ୍ରତିକାର-: ମା ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶ ଥର ଜପ କରନ୍ତୁ

ମିଥୁନ:- ଆଜି ଶାରୀରିକ ପୀଡ଼ା ଦେଖାଦେଇପାରେ ।ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହୋଇପାରନ୍ତି । ଘରର ବରାଦ ଅନୁଯାୟୀ ଫେରିବା ବାଟରୁ କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି ।

  • ପ୍ରତିକାର-: ଶିବ ପଞ୍ଚାକ୍ଷର ସ୍ତୋତ୍ର ପାଠ କରନ୍ତୁ

କର୍କଟ:- ଆଜି ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ମନାନ୍ତର ମତାନ୍ତର ଦେଖାଦେଇପାରେ ।ଆଜି ବଜାର ସଉଦା କିଣିବାରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି । କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହୋଇପାରନ୍ତ।

Advertisment
  • ପ୍ରତିକାର-ତୁଳସୀ ମୂଳରେ ପାଣି ଢାଳନ୍ତୁ, ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ

ସିଂହ:- ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେଇପାରେ । ପାରିବାରିକ ସମସ୍ୟାର ସମାଧାନ ଘଟିବ, ଏ ଦିଗରେ ଜଣେ ବନ୍ଧୁଙ୍କ ସାହାଯ୍ୟ ଆପଣଙ୍କୁ ଅନେକାଂଶରେ ସଫଳତା ଆଣିଦେଇପାରେ । ଆର୍ଥିକ ଅନଟନ ଜନିତ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିପାରେ ।

  • ପ୍ରତିକାର-:ଓଁ ଘୃଣିସୂର୍ଯ୍ୟାୟ ନମଃ ଏହି ମନ୍ତ୍ରରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦିଅନ୍ତୁ

କନ୍ୟା:- ଆଜି ପରିବାରରେ ସମସ୍ୟା ବଢ଼ିପାରେ । ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନେଗେଟିଭ୍ ଚିନ୍ତାଧାରା ମନକୁ ଆକ୍ରାନ୍ତ କରିପାରେ । ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ ।

  • ପ୍ରତିକାର-ଓଁ ନମଃ ଭଗବତେ ବାସୁଦେବାୟ ଏହି ମନ୍ତ୍ରକୁ ୨୭ଥର ଜପ କରନ୍ତୁ

ତୁଳା:- କର୍ମ କ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟିର ଆଶଙ୍କା ରହିଛି । ଆତ୍ମୀୟମାନେ ସମାଲୋଚନା କରିପାରନ୍ତି । ବହୁ ଦିନରୁ ଆଶା କରିଥିବା କାମଟିରେ ସୁଯୋଗ ପାଇଲେ ମଧ୍ୟ ସଦ୍ ବ୍ୟବହାର କରିବା କଷ୍ଟକର ହୋଇପାରେ ।

  • ପ୍ରତିକାର- ସାତୋଟି ନୀଳ ଅପରାଜିତା ଫୁଲ ମା କାଳୀଙ୍କୁ ଚଢାନ୍ତୁ ଓ ସାତଟି କଳାମିଠା ଭୋଗ କରନ୍ତୁ

ବିଛା:- ଆଜି ଆପଣଙ୍କୁ କୌଣସି ନୀଚ ଜାତିର ବ୍ୟକ୍ତିବିଶେଷ ପରୋକ୍ଷ ଭାବେ ଆକ୍ଷେପ କରିପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ଉଚ୍ଚ ସମ୍ମାନ ଓ ବସ୍ତ୍ର ଆଭୂଷଣ ପ୍ରାପ୍ତି ଯୋଗ ରହିଛି । ଅସାବଧାନତା କାରଣରୁ କୌଣସି ଜିନିଷ ହଜିଯିବାର ସମ୍ଭାବନା ରହିଛି ।

  • ପ୍ରତିକାର-ଶୁଭଫଳ ପାଇବା ପାଇଁ ହନୁମାନଙ୍କ ପାଖରେ ରାଶି ତେଲରେ ଦୀପଟିଏ ଜାଳନ୍ତୁ

ଧନୁ:- ଆଜି ଆକସ୍ମିକଭାବରେ ବନ୍ଧୁମାନଙ୍କ ଦୂର ସ୍ଥାନକୁ ଯାଇପାରନ୍ତି ।ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ପାରଷ୍ପରିକ ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍ ରହିପାରେ ।

  • ପ୍ରତିକାର-ଶୁଭଫଳ ପାଇଁ ଗାୟତ୍ରୀ ମନ୍ତ୍ରକୁ ୨୭ଥର ପାଠ କରନ୍ତୁ

ମକର:- ଆଜି ଆପଣ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇପାରନ୍ତି । ଭାତୃ ସମ୍ପର୍କରେ ମତଭେଦ ଦେଖାଦେଇପାରେ । ଘରୋଇ କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ ।

  • ପ୍ରତିକାର-ଅଶ୍ୱତ୍ଥ ବୃକ୍ଷ ମୂଳରେ କଞ୍ଚା କ୍ଷୀରରେ କଳାରାଶି ମିଶାଇ ଢାଳନ୍ତୁ

କୁମ୍ଭ:- ଆଜି କର୍ମ କ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି । ସତ୍ସଙ୍ଗ ପ୍ରତି ମନ ବଳିବ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇପାରନ୍ତି । ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିପାରନ୍ତି ।

  • ପ୍ରତିକାର-ଓଁ ନମଃ ଶିବାୟ ମନ୍ତ୍ରରେ ୫ଟି ତ୍ରୀଶାଖା ବେଲପତ୍ର ଶିବଲିଙ୍ଗ ଉପରେ ଚଢାନ୍ତୁ

ମୀନ:- ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ,ପରିବହନ ପାଇଁ ଦିନଟି ବହୁତ ଭଲ ରହିପାରେ । ହଠାତ୍ ହଜି ଯାଇଥିବା ବ୍ୟକ୍ତି, ଚୋରି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି ।

  • ପ୍ରତିକାର-ଶୁଭଫଳ ପାଇବା ପାଇଁ ରକ୍ତ ଚନ୍ଦନର ଟିକା ମଥାରେ ଲଗାନ୍ତୁ
Daily Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ