• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଆଜି ୨୦୨୧ ମସିହା, ଡିସେମ୍ବର  ୧୦ ତାରିଖ  ଶୁକ୍ରବାର, ବିଛା ୨୫ ଦିନ, ମାର୍ଗଶିର ମାସ, ଶୁକ୍ଳପକ୍ଷ, ସପ୍ତମୀ ତିଥି। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

ମେଷ: ବନ୍ଧୁମାନଙ୍କ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ। ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ଯୋଗୁ କାମ ଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ।
ପ୍ରତିକାର- ଗାୟତ୍ରୀ ମନ୍ତ୍ରକୁ ୨୭ଥର ଜପ କରନ୍ତୁ 

ବୃଷ: ମାନସିକ ଅସ୍ଥିରତା ଦେଖାଦେଇପାରେ। ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମ ଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। 
ପ୍ରତିକାର- ଦରିଦ୍ର ଅସହାୟ ବ୍ୟକ୍ତିଙ୍କୁ କିଛି ଖାଦ୍ୟ ପ୍ରଦାନ କରନ୍ତୁ

ମିଥୁନ: ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିପାରନ୍ତି। ଆର୍ଥିକ ସମସ୍ୟାର ସମାଧାନ ହୋଇପାରେ। ଗତକାଲି ଠାରୁ ଯେଉଁ ବିଷୟ ପାଇଁ ଚିନ୍ତିତ ରହିଛନ୍ତି ସେଥିରେ ଶୁଭ ଫଳ ମିଳିପାରେ।
ପ୍ରତିକାର- କିଛି ଦୁବଘାସ ଗାଈକୁ ଖାଇବାକୁ ଦିଅନ୍ତୁ

କର୍କଟ: ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ଲାଭ କରିପାରନ୍ତି। ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।
ପ୍ରତିକାର- ମିଠା ଦହି ଖାଇ କାଯର୍ୟ ଆରମ୍ଭ କରନ୍ତୁ

ସିଂହ: ଆଜି ବିଳମ୍ବିତ ହେଲେ ମଧ୍ୟ ସମସ୍ତ କାର୍ଯ୍ୟ ସାଧିତ ହେବ। ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ଅଫିସରେ ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।  
ପ୍ରତିକାର- ଗୁଡ଼ ପାଣିରେ ସୂର୍ଯ୍ୟଙ୍କୁ ଅଘର୍ୟ ପ୍ରଦାନ କରନ୍ତୁ 

କନ୍ୟା: ଆଜି ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ କଥାବାର୍ତ୍ତା ଓ ଅର୍ଥ ବ୍ୟୟ ସାହାଯ୍ୟ କରିପାରେ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। ସାହିତ୍ୟ ଓ ସଭା ସମିତିରେ ମୁଖ୍ୟ ଭୂମିକା ଗ୍ରହଣ କରି ପାରନ୍ତି।
ପ୍ରତିକାର-ସାତଟି ପାନ ପତ୍ର ଗଣେଶଙ୍କୁ ଚଳାନ୍ତୁ

ତୁଳା: ବହୁଦିନରୁ ଅଟକି ରହିଥିବା କାର୍ଯ୍ୟ ପୁନର୍ବାର ଆରମ୍ଭ କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ। କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ। 
ପ୍ରତିକାର- ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ 

ବିଛା: ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିପାରନ୍ତି। ଯେକୌଣସିମତେ ଅର୍ଥ ରୋଜଗାର ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଦିନ ଶୁଭ ପ୍ରଦ ହେବ। 
ପ୍ରତିକାର-ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ 

ଧନୁ: ପାରିବାରିକ ସମସ୍ୟା ସମାଧାନ ହେବା ପାଇ ବନ୍ଧୁଙ୍କ ଅବଦାନକୁ ଅସ୍ୱୀକାର କରି ହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ ରହିବ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।
ପ୍ରତିକାର- ହଳଦୀ ରଙ୍ଗର ଚନ୍ଦନର ଟିକା ମଥାରେ ଲଗାନ୍ତୁ

ମକର: କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି। ପୁରାତନ ରୋଗର ଉପଶମ ହେବ। ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ। ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ଦେଖାଦେଇପାରେ।
ପ୍ରତିକାର- ମା କାଳୀଙ୍କ ପାଖରେ ସାତଟି ନୀଳ ଅପରାଜିତା ଫୁଲ ଚଢାନ୍ତୁ

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ। କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିବେ। ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୁରାନ୍ତୁ ନାହିଁ।
ପ୍ରତିକାର- ଅଶ୍ବତ୍ଥ ବୃକ୍ଷ ମୂଳରେ କଞ୍ଚା କ୍ଷୀର କଳାରାଶି ମିଶାଇ ଢାଳନ୍ତୁ 

ମୀନ: ଆଜି ଦିନଟି ଆପଣଙ୍କ ପାଇଁ ଲାଭପ୍ରଦ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ଅବହେଳା ଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ
ପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି କାର୍ଯ୍ୟ କ୍ଷେତ୍ରକୁ ଯାଆନ୍ତୁ