• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  • ଜାଣନ୍ତୁ ଆଜିର ରାଶିଫଳ,କେମିତି କଟିବ ଦିନ

ଆଜି ୨୦୨୨ ମସିହା, ମାର୍ଚ୍ଚ ମାସ ୧୫ ତାରିଖ, ମଙ୍ଗଳବାର, ମୀନ,୧ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ଦ୍ୱାଦଶୀତିଥି, ଆଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର, ମକର ରାଶିର ଘାତବାର । ଜାଣନ୍ତୁ ଆଜିର ରାଶିଫଳ ।

ମେଷ:-

ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ ।

ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ

ବୃଷ:-

ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ ଓ ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ସଫଳତା ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ

ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ

ମିଥୁନ:-

ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ ଓ ମନରେଥିବା କାମନା ପୂର୍ଣ୍ଣ ହେବ । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ

ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କର୍କଟ:-

ସ୍ୱାସ୍ଥ୍ୟ ଭଲ ରହିବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି । କୌଣସୀ ଶୁଭ ସମାଚାର ଶୁଣି ହସ ଖୁସିରେ ସମୟ ବ୍ୟତୀତ ହେବ ।

ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ

ସିଂହ:-

ସାମାଜିକ କାଯର୍ୟରେ ଯୋଗଦାନ ଦେଲେ ଯଶ କୀର୍ତ୍ତିରେ ଉନ୍ନତି ହେବ । ଯେକୌଣସି ପ୍ରତିଯୋଗୀତାକୁ ସ୍ବୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅପୋଷ ସମାଧାନ ହେବ ।

ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

କନ୍ୟା:-

ଶାରୀରିକ କଷ୍ଟ ଦୂର ହୋଇ ସ୍ୱାସ୍ଥ୍ୟ ଭଲ ରହିବ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତପୂର୍ଣ୍ଣ ସମାଚାର ଶୁଣିବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେଓ ବିରୋଧୀ କିଛି କ୍ଷତି କରିପାରିବେ ନାହିଁ

ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ତୁଳା:-

ଧନଲାଭ ହେବା ଫଳରେ ସମସ୍ତକାଯର୍ୟ ସହଜରେ ପୂର୍ଣ୍ଣ ହେବ । କର୍ମପାଇଁ ଦୂରଯାତ୍ରା କରି ନିଜକୁ ସୁସ୍ଥ ମନେ କରିବେ ଓ କାରବାରରେ ସୁଧାର ଆସିବ । ଉଚ୍ଚଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ ।

ପ୍ରତିକାର-ଆମିଷ ସେବନ କରନ୍ତୁ ନାହିଁ

ବିଚ୍ଛା:-

ବ୍ୟବସାୟରେ ସଫଳତା ଅର୍ଜନ କରିବେଓ ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହକର୍ମୀ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ରଛାତ୍ରୀମାନେ ମାନସିକ ଶାନ୍ତି ଅନୁଭବ କରିବେ

ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ

ଧନୁ:-

ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେଓ ସହକର୍ମୀ ମାନଙ୍କ ଦ୍ୱାରା ଲାଭବାନ ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ପାଇବା ସହ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିପାରେ । ଛାତ୍ରଛାତ୍ରୀମାନେ ଜନକଲ୍ୟାଣ କାଯର୍ୟ ଇଛାନୁସାରେ ସମ୍ପନ୍ନ କରିବେ।

ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ମକର:-

ସହକର୍ମୀ ମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁ ସୁନାମ ଅର୍ଜନ କରିବେ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ

ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

କୁମ୍ଭ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ,ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାଯର୍ୟରେ କୃତିତ୍ ଲାଭ କରିବେ ।

ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ

ମୀନ:-

ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ମିଳିବା ସହ ପରିବାରରେ ଶାନ୍ତି ଅନୁଭବ କରିବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେଓ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂରହେବ

ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

OTV is now on Whatsapp

Join and get latest news update delivered to you via whatsapp

Join Now