• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

୨୦୨୨ ମସିହା, ଏପ୍ରିଲ ମାସ ୧୭ ତାରିଖ, ରବିବାର, ମେଷ ୪ ଦିନ, ବୈଶାଖ ମାସ କୃଷ୍ଣପକ୍ଷ, ପ୍ରତିପଦତିଥି। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

ମେଷ:- ବ୍ୟବସାୟରେ ଉନ୍ନତି ସହିତ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିପାରେ। ଉଚିତ୍‌ପନ୍ଥା ଗ୍ରହଣ କରିବା ଫଳରେ ମାନସିକ ଅସ୍ଥିରତା ଦୂରେଇ ଯିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖା ଦେଇପାରେ। 
ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ବୃଷ:- ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିପାରନ୍ତି। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ।

ପ୍ରତିକାର- ଶ୍ୱେତ ଚନ୍ଦନରେ କର୍ପୁର ମିଶାଇ ମସ୍ତକରେ ଧାରଣ କରନ୍ତୁ

ମିଥୁନ:- ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ରାଜନୀତିରେ ପ୍ରଶଂସିତ ହେବେ ଓ ସାମାଜିକ ପତିଆରା ଅମଳିନ ରହିବ। 
ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ରଖି ପ୍ରଣାମ କରନ୍ତୁ

କର୍କଟ:- ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ଉଚ୍ଚ ଆଶା ସଫଳ ହେବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ପରିବାରରେ ମତାନ୍ତର ଦୂର ହେବ। 
ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ

ସିଂହ:- ଶୁଭ ସମାଚାର ପାଇ ଖୁସି ହେବେ ଓ ଚିତ୍ତପ୍ରସନ୍ନ ରହିବା ସହ କାର୍ଯ୍ୟ ସିଦ୍ଧି ହେବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ଯୋଗେ ଆୟ ବଢିବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ ଓ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ।
ପ୍ରତିକାର- ବେଲ କାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ

କନ୍ୟା:- ଆର୍ଥିକ ସ୍ଥିତି ପୂର୍ବପରି ରହିବ ଓ ଗୃହରେ ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟ ହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦ ମର୍ଯାଦା ବୃଦ୍ଧି ପାଇବ। ବୁଦ୍ଧି ବିବେକ ଖଟାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟ କରି ଚାଲିବା ହିତକର। 
ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ତୁଳା:- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ଓ ସମସ୍ତ ପ୍ରକାର ବ୍ୟବସାୟରେ ଲାଭବାନ୍ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ଶତ୍ରୁମାନଙ୍କୁ ପରାସ୍ତ କରି ପାରିବେ। ଯକୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହୋଇପାରନ୍ତି।
ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ

ବିଚ୍ଛା:- ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ପରିବାରରେ ମତାନ୍ତର ଦୂର ହେବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହୋଇପାରନ୍ତି।
ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

ଧନୁ:- ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥ ଆସିପାରେ। ନୂତନ ଚାକିରି ପାଇଁ ପ୍ରୟାସ ଚଲାଉଥିଲେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। 
ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ

ମକର:- ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହ ଅଚାନକ ଧନ ପ୍ରାପ୍ତି ହୋଇପାରେ। ଗୃହାରମ୍ଭ, ଦୂରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣି ପାରିବେ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ।
ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

କୁମ୍ଭ:- ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ।
ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ 

ମୀନ:- ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିପାରେ। 
ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ