• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  • ଜାଣନ୍ତୁ ଆଜିର ରାଶିଫଳ

ଆଜି ୨୦୨୨ ମସିହା, ମାର୍ଚ୍ଚ ମାସ ୧୮ ତାରିଖ, ଶୁକ୍ରବାର, ମୀନ୪ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ,ପୂର୍ଣ୍ଣିମାତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର, ବିଛା, ଧନୁ ଓ ମୀନ ରାଶିର ଘାତବାର, ବୃଷ ରାଶିର ଘାତଚନ୍ଦ୍ର । ଚାଲନ୍ତୁ ଜାଣିବା ଆଜିର ରାଶିଫଳ....

ମେଷ:-

ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ ଓ ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ ।

ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ବୃଷ:-

ସନ୍ତାନ ମାନଙ୍କର ଉନ୍ନତି ହେବା ସହ ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ବାସଗୃହ ଓ ଯାନବାହାନର କେତେକ ସମସ୍ୟା ସମାଧାନ ହେବ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ ।

ପ୍ରତିକାର:-ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ

ମିଥୁନ:-

ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । କେତେକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍ ।

ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ

କର୍କଟ:-

ଶୁଭକାମ କରି ପ୍ରଶଂସିତ ହେବେ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବାସହ ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ ।

ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ସିଂହ:-

ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ବିଜୟୀ ହେବା ସହ ଯାନ ବାହନ ସୁଖ ମିଳିବ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ ।

ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ
 

କନ୍ୟା:-

ବାଣିଜ୍ୟ, ର୍ନିମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ପୂର୍ଣ୍ଣ ସମାଚାର ଶୁଣିବେ ।

ପ୍ରତିକାର-ତୁଳସୀ ମୂଳ ମାଟି ଧାରଣ କରନ୍ତୁ

ତୁଳା:-

ସହକର୍ମୀ ଓ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟରେ ଉନ୍ନତି ହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ ।

ପ୍ରତିକାର:-କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ

ବିଚ୍ଛା:-

କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରି ପାରନ୍ତି । ରାଜନୀତିରେ କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ଛାତ୍ରଛାତ୍ରୀମାନଙ୍କୁ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ ।

ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ

ଧନୁ:-

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଇଚ୍ଛା କରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ ।

ପ୍ରତିକାର-ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ 

ମକର:-

ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ଅଧିକାରୀଙ୍କଠାରୁ ସହଯୋଗ ପାଇ ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ।

ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ 

କୁମ୍ଭ:-

ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ସାମାଜିକ ପତିଆରା ଅମଳିନ ରହିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ରାଜନୀତି କ୍ଷେତ୍ରରେ ଜନସେବାରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ ।

ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ମୀନ:-

ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁଙ୍କୁ ଦେଇ ଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ ।

ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ