Daily Horoscope 19 March 2022: ଜାଣନ୍ତୁ ଆଜିର ରାଶିଫଳ

ଆଜି ୨୦୨୨ ମସିହା, ମାର୍ଚ୍ଚ ମାସ ୧୯ ତାରିଖ, ଶନିବାର, ମୀନ,୫ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ,ପ୍ରତିପଦାତିଥି,ହସ୍ତାନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର, ବୃଷ, ସିଂହ ଓ କନ୍ୟା ରାଶିର ଘାତବାର,ବୃଷ ରାଶିର ଘାତଚନ୍ଦ୍ର ।

Daily Horoscope

News Summary

 ଜାଣନ୍ତୁ ଆଜି ଦିନର ମହତ୍ତ୍ୱ କଣ ରହିଛି

ଆଜି ୨୦୨୨ ମସିହା, ମାର୍ଚ୍ଚ ମାସ ୧୯ ତାରିଖ, ଶନିବାର, ମୀନ୫ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ,ପ୍ରତିପଦାତିଥି, ହସ୍ତାନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର, ବୃଷ, ସିଂହ ଓ କନ୍ୟା ରାଶିର ଘାତବାର,ବୃଷ ରାଶିର ଘାତଚନ୍ଦ୍ର । ଚାଲନ୍ତୁ ଜାଣିବା ଆଜିର ରାଶିଫଳ....

ମେଷ:

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଦୂରଯାତ୍ରାର ସୁଯୋଗ ପାଇ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ବଢିବ । କାମ କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ ।

ପ୍ରତିକାର-ତୁଳସୀ ମୂଳ ମାଟି ଧାରଣ କରନ୍ତୁ

ବୃଷ:

ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପାରିବାରିକ ଜୀବନରେ ଅନେକ ପ୍ରକାରର ବାଧାବିଘ୍ନ ଦୂରେଇ ଯିବ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ୱାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି ।

ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ମିଥୁନ:

ସାମାଜିକ ପତିଆରା ଅମଳିନ ରହିବ ଓ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଳତର କରିବାର ସାମଥର୍ୟ ବଢିବ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ ।

ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

କର୍କଟ:
ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବାଫଳରେଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ନୂତନ ବ୍ୟବସାୟର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ ।

ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ସିଂହ:

କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରିବାକୁ ପଡିପାରେ ।

ପ୍ରତିକାର:-କାଉ ଓ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

କନ୍ୟା:-ସାହିତ୍ୟ, କଳା କ୍ଷେତ୍ରରେ ଆଗ୍ରହ ବଢିବା ସହ କର୍ମକ୍ଷେତ୍ରରେ ସୁଧାର ଆସିବ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବା ଫଳରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ ।

ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ତୁଳା:

ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ ।

ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

ବିଚ୍ଛା:

ସ୍ୱାସ୍ଥ୍ୟ ଦିଗରୁ ଉତ୍ତମ ଫଳ ପ୍ରାପ୍ତି ହେବା ସହ ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରଚୁର ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ ।

ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଧନୁ:

ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ । ବାଦବିବାଦ, କ୍ରିଡା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ନୂତନକର୍ମ ପ୍ରାପ୍ତିର ସୁଯୋଗ ପାଇବେ ଓ ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ।

ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ

ମକର:

ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆନନ୍ଦିତ ହେବେ ।

ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ

କୁମ୍ଭ:

ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।

ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ମୀନ:

ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବା ସହ ସ୍ବାସ୍ଥ୍ୟ ସମସ୍ୟା ଭଲ ରହିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାଯର୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସରକାରୀ ସାହାଯ୍ୟ ମିଳି ପାରେ

ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ

ମୀନ:

ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବା ସହ ସ୍ବାସ୍ଥ୍ୟ ସମସ୍ୟା ଭଲ ରହିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାଯର୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସରକାରୀ ସାହାଯ୍ୟ ମିଳି ପାରେ ।

ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ