• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  • ଜାଣନ୍ତୁ ଆଜିର ରାଶିଫଳ

ଆଜି ୨୦୨୨ ମସିହା, ଏପ୍ରିଲ ମାସ ୨୫ ତାରିଖ ସୋମବାର, ମେଷ୧୨ ଦିନ,ବୈଶାଖମାସ, କୃଷ୍ଣପକ୍ଷ, ଦଶମୀତିଥି, ଧନିଷ୍ଠା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର, ମିଥୁନ ରାଶିର ଘାତବାର,ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର । ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ...


ମେଷ:-

ସ୍ୱାସ୍ଥ୍ୟରେ କିଛି ପରିବର୍ତ୍ତନ ଘଟିବା ସହ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି ।

ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ

ବୃଷ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବା ସହପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ
କର୍ମକ୍ଷେତ୍ରରେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ ।
ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ

ମିଥୁନ:-

ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ୱରାନିତ ହେବ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରି ନିଜକୁ ପ୍ରତିଷ୍ଠିତ କରିପାରିବେ । ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।
ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

କର୍କଟ:-

ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବା ସହ ଦୁଃଖୀ ଲୋକଙ୍କୁ ସାହାରା ହେବେ । ଆତ୍ମୀୟସ୍ୱଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରି ପାରନ୍ତି । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ ।
ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

ସିଂହ:-

ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହ ଭୟ ଆଶଙ୍କା ଦୂରେଇ ଯିବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ ।
ପ୍ରତିକାର- କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ

କନ୍ୟା:-

ଶାରୀରିକ ଅସୁସ୍ଥତା ଦୂରେଇ ଯିବା ସହ ମାନସିକ ସୁସ୍ଥତା ଅନୁଭବ କରିବେ । ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ  । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ଆଶା ମୁତାବକ ଫଳ ପାଇବେ ।
ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ତୁଳା:-

ସନ୍ତାନ ମାନଙ୍କ ଉନ୍ନତି ପାଇଁ ଖୁସି ରହିବେ  । ସାହିତ୍ୟ, କଳା, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । 
କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ।
ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ବିଚ୍ଛା:-

ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ  । ଅଧ୍ୟୟନ, ଅଧ୍ୟାପନ ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ ।
ଉଚିତପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ।
ପ୍ରତିକାର-ନାଲି ରୁମାଲ ଟିଏ ପାଖରେ ରଖନ୍ତୁ

ଧନୁ:-

ସରକାରୀ କାଯର୍ୟରେ ସଫଳତା ପ୍ରାପ୍ତ ହେବା ସହ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କ ଦ୍ୱାରା ବିଶେଷ ଲାଭବାନ ହେବେ । ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ ।
ପ୍ରତିକାର-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ 

ମକର:-

ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବେ । ପୂର୍ବରୁ ଲାଗିରହିଥିବା ଅଶାନ୍ତିଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ
ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ
ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

କୁମ୍ଭ:-

ଶିକ୍ଷାକ୍ଷେତ୍ରରେ ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ ।  ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ  ।
ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ

ମୀନ:-

ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ ଓ କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।
ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ