Advertisment

Daily Horoscope, 2 Jan 2022: ଜାଣନ୍ତୁ, ଆଜିର ରାଶିଫଳ

ଆଜି ୨୦୨୨ ମସିହା ଜାନୁଆରୀ ୨ ତାରିଖ, ରବିବାର, ଧନୁ ୧୮ ଦିନ, ପୌଷ ମାସ, କୃଷ୍ଣପକ୍ଷ, ଅମାବାସ୍ୟା ତିଥି। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଅପାଣଙ୍କ ରାଶିରେ...

author-image
Rajalaxmi Sahoo
Daily Horoscope

Daily Horoscope

ଆଜି ୨୦୨୨ ମସିହା ଜାନୁଆରୀ ୨ ତାରିଖ, ରବିବାର, ଧନୁ ୧୮ ଦିନ, ପୌଷ ମାସ, କୃଷ୍ଣପକ୍ଷ, ଅମାବାସ୍ୟା ତିଥି। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଅପାଣଙ୍କ ରାଶିରେ...

Advertisment

ମେଷ: ବନ୍ଧୁମାନଙ୍କ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ। ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ଯୋଗୁ କାମ ଗୁଡ଼ିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ।

ପ୍ରତିକାର- ଗାୟତ୍ରୀ ମନ୍ତ୍ରକୁ ୨୭ଥର ଜପ କରନ୍ତୁ 

ବୃଷ: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗୀନ କରିଦେଇପାରେ। ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମ ଗୁଡ଼ିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ।  

Advertisment

ପ୍ରତିକାର- ଦରିଦ୍ର ଅସହାୟ ବ୍ୟକ୍ତିଙ୍କୁ କିଛି ଖାଦ୍ୟ ପ୍ରଦାନ କରନ୍ତୁ

ମିଥୁନ: ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିପାରନ୍ତି। ଆର୍ଥିକ ସମସ୍ୟାର ସମାଧାନ ହୋଇପାରେ। ଗତକାଲି ଠାରୁ ଯେଉଁ ବିଷୟ ପାଇ ଚିନ୍ତିତ ରହିଛନ୍ତି ସେଥିରେ ଶୁଭ ଫଳ ମିଳିପାରେ। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିପାରନ୍ତି।

ପ୍ରତିକାର- କିଛି ଦୁବଘାସ ଗାଈକୁ ଖାଇବାକୁ ଦିଅନ୍ତୁ

କର୍କଟ: ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହୋଇପାରନ୍ତି। ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ମିଳିପାରେ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। 

ପ୍ରତିକାର- ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ

ସିଂହ: ଆଜି ବିଳମ୍ବିତ ହେଲେ ମଧ୍ୟ ସମସ୍ତ କାର୍ଯ୍ୟ ସାଧିତ ହୋଇପାରେ। ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିପାରେ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। 

ପ୍ରତିକାର- ଗୁଡ଼ ପାଣିରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରନ୍ତୁ 

କନ୍ୟା: ଆଜି ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥବ୍ୟୟ ସାହାଯ୍ୟ କରିବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। 

ପ୍ରତିକାର-ସାତଟି ପାନ ପତ୍ର ଗଣେଶଙ୍କୁ ଚଳାନ୍ତୁ

ତୁଳା: ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇପାରନ୍ତି। ବହୁ ଦିନରୁ ଅଟକି ରହିଥିବା କାର୍ଯ୍ୟ ପୁନର୍ବାର ଆରମ୍ଭ କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ। କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ। 

ପ୍ରତିକାର-ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ 

ବିଛା: ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିପାରେ। ଯେକୌଣସିମତେ ଅର୍ଥ ରୋଜଗାରର ହେବ। କ୍ରୀଡା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିବେ, ମହିଳାମାନେ ଗୃହ କର୍ମରେ ପ୍ରଶଂସନୀୟା ହେବେ।

ପ୍ରତିକାର- ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ 

ଧନୁ: ଆଜି ଦୂର ଯାତ୍ରା କରିବାର ସୁଯୋଗ ପାଇପାରିବେ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ୱୀକାର କରି ହେବନି। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡ଼ିପାରେ।

ପ୍ରତିକାର-ହଳଦୀ ରଙ୍ଗର ଚନ୍ଦନର ଟିକା ମଥାରେ ଲଗାନ୍ତୁ

ମକର: ଆଜି ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ। କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି। ପୁରାତନ ରୋଗର ଉପଶମ ହେବ। ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ।

ପ୍ରତିକାର-ମା’ କାଳୀଙ୍କ ପାଖରେ ସାତଟି ନୀଳ ଅପରାଜିତା ଫୁଲ ଚଢାନ୍ତୁ

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ। କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିବେ। ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ।

ପ୍ରତିକାର-ଅଶ୍ୱତ୍ଥ ବୃକ୍ଷ ମୂଳରେ କଞ୍ଚା କ୍ଷୀର କଳାରାଶି ମିଶାଇ ଢାଳନ୍ତୁ। 

ମୀନ: ଆଜି ଦିନଟି ଆପଣଙ୍କ ପାଇଁ ଲାଭପ୍ରଦ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ବିଦ୍ୟାର୍ଥୀମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ। ଅବହେଳା ଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। 

ପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି କାର୍ଯ୍ୟ କ୍ଷେତ୍ରକୁ ଯାଆନ୍ତୁ

Daily Horoscope
Advertisment
Advertisment