• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୨ ମସିହା, ଏପ୍ରିଲ ମାସ ୨୦ ତାରିଖ, ବୁଧବାର, ମେଷ ୭ ଦିନ,ବୈଶାଖମାସ, କୃଷ୍ଣପକ୍ଷ, ଚତୁର୍ଥୀତିଥି, ଜ୍ୟେଷ୍ଠାନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର, କର୍କଟ ରାଶିର ଘାତବାର,ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ...

ମେଷ:- ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ କର୍ମ କ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି । ରାଜନୀତିରେ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ ହୋଇପାରେ । ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ ।

ବୃଷ:- ବ୍ୟବସାୟରେ ସଫଳତା ଅର୍ଜନ କରି ମାନସିକ ସୁସ୍ଥତା ଅନୁଭବ କରିପାରନ୍ତି । ବିଦ୍ୟାରେ ମନ ଯୋଗଦେଲେ ପ୍ରତିକୁଳ ପରିସ୍ଥିତି ଦୂରେଇଯାଇପାରେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିପାରେ ।

  • ପ୍ରତିକାର-ଶ୍ୱେତେଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ

ମିଥୁନ:- ଶୁଭ ସମାଚାର ମିଳିବା ସହ ଅର୍ଥଲାଭର ମାର୍ଗ ଖୋଲିପାରେ । ବନ୍ଧୁ ମିତ୍ରଙ୍କର ସହଯୋଗରେ ପରିବାରର ପରିସ୍ଥିତି ସମାଧାନ କରିହେବ । ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ଓହଇପାରେ ।

  • ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ

କର୍କଟ:- ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ କେତେକ ଯୋଜନା ସଫଳ ହୋଇପାରେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ସଫଳତା ମିଳିପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।

  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ସିଂହ:- ନୂଆ ଯୋଜନାରେ ସଫଳ ହେବେଓ ଆର୍ଥିକ ସହାୟତା ମିଳିପାରେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇପାରନ୍ତି । ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟି ରହିପାରେ ।

  • ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କନ୍ୟା:- ସୁଯୋଗ ହାତପାହାନ୍ତାରେ ପହଞ୍ଚିବା ସହଶ୍ରମିକ ଓ କର୍ମଚାରୀମାନେ ବେସୀ ଉପକୃତ ହୋଇପାରନ୍ତି । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ୱାରା ବ୍ୟବସାୟରେ ସଫଳତା ମିଳିପାରିବ । ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ ।

  • ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ତୁଳା:- ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିପାରନ୍ତି । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ ।ରାଜନୀତି କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ।

  • ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ବିଚ୍ଛା:- କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହୋଇପାରନ୍ତି । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ଓହଇପାରେ । ବ୍ୟବସାୟରେ ସଫଳତା ଅର୍ଜନ ତଥା କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ଓହଇପାରେ ।

  • ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ

ଧନୁ:- ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହୋଇପାରେ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେଇପାରନ୍ତି । କର୍ମକ୍ଷେତ୍ର ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିପାରେ ।

  • ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

ମକର:- ବନ୍ଧୁ ମିତ୍ରଙ୍କର ପ୍ରେରଣାରେ ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହୋଇପାରନ୍ତି । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ଦେଖାଦେଇପାରେ । ବ୍ୟବସାୟ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହୋଇପାରନ୍ତି ।

  • ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ

କୁମ୍ଭ:- କର୍ମ କ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିପାରନ୍ତି । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହୋଇପାରନ୍ତି । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହୋଇପାରନ୍ତି ।

  • ପ୍ରତିକାର-ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ

ମୀନ:-ରାଜନୈତିକ କ୍ଷେତ୍ରରେ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହୋଇପାରନ୍ତି । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହୋଇପାରିବେ । କର୍ମ କ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ଓହଇପାରନ୍ତି ।

  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ