• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

୨୦୨୨ ମସିହା, ଏପ୍ରିଲ ମାସ, ୨୧ ତାରିଖ, ଗୁରୁବାର, ମେଷ ୮ ଦିନ,ବୈଶାଖମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି, ମୂଳା ନକ୍ଷତ୍ର,ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ...

ମେଷ:- ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ଅଶାତୀତ ଲାଭବାନ୍ ହୋଇପାରନ୍ତି । କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିପାରନ୍ତି । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇପାରିବେ ।

  • ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ବୃଷ:- କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବା ସହ ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିପାରେ । କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହୋଇପାରନ୍ତି । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିପାରନ୍ତି ।

  • ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

ମିଥୁନ:- ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବା ସହ ଆର୍ଥିକ ସ୍ଥିତି ସୁଦୃଢ ହୋଇପାରେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ ଓ ପରିବାରରେ ସୁଖ ଶାନ୍ତି ଫେରି ଆସିପାରେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହୋଇପାରନ୍ତି ।

  • ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ

କର୍କଟ:- ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇପାରନ୍ତି । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ-ସମ୍ପର୍କ ଫଳରେ ଯଶମାନ ପ୍ରତିଷ୍ଠା ଲାଭର ଯୋଗ ରହିଛି । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇପାରେ ।

  • ପ୍ରତିକାର-ତୁଳସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ

ସିଂହ:- ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ ଓ ବିରୋଧିମାନେ ଦୂରେଇ ଯାଇପାରେ । ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହୋଇପାରେ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହୋଇପାରେ ।

  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

କନ୍ୟା:- ବାଦବିବାଦ, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହୋଇପାରନ୍ତି । ରାଜନେତାମାନଙ୍କର ଶତ୍ରୁ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିପାରେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶ୍ରୃତି ରକ୍ଷା କରିପାରନ୍ତି ।

  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ତୁଳା:- ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିପାରନ୍ତି । କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହୋଇ ପାରନ୍ତି । ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ବିଚ୍ଛା:- ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହୋଇପାରେ । ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିପାରନ୍ତି । ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହୋଇପାରେ ।

  • ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ଧନୁ:- ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବା ସହ ଚେଷ୍ଟାକଲେ ବାକିରହିଥିବା ଟଙ୍କା ମିଳିପାରେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ର୍ନିମାଣଧୀନ କାର୍ଯ୍ୟ ସମ୍ପନ୍ନ ହୋଇପାରେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ସୁନାମ ଅର୍ଜନ କରିପାରନ୍ତି ।

  • ପ୍ରତିକାର-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ

ମକର:-ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ ଓ ଦାମ୍ପତ୍ୟ ସୁଖରେ ମଧୁରତା ଆସିପାରେ । ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହୋଇପାରେ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ପରିବାରରେ ଖୁସିର ବାତାବରଣ ସ୍ଥାୟୀ ରହିପାରେ ।

  • ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ

କୁମ୍ଭ:- କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ କର୍ମ ସମ୍ବନ୍ଧିତ ଯାତ୍ରା ନକରିବା ଉଚିତ୍ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ । ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ମୀନ:- ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ମାନସିକ ଶାନ୍ତି ଅନୁଭବ କରିପାରନ୍ତି । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇପାରେ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିପାରେ ।

  • ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ