• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୨ ମସିହା, ଏପ୍ରିଲ ମାସ, ୨୨ ତାରିଖ, ଶୁକ୍ରବାର, ମେଷ୯ ଦିନ,ବୈଶାଖମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ପୂର୍ବାଷାଢା ନକ୍ଷତ୍ର,ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ...

ମେଷ:- ସାମାଜିକ ସ୍ତରରେ ପ୍ରଶଂସିତ ହେବେଓ ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିପାରନ୍ତି । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିପାରେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା ହେଲେ ସୁଯୋଗକୁ ଅପେକ୍ଷା କରିବା ଉଚିତ୍ ।

  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ବୃଷ:- ସକ୍ରିୟ ହୋଇ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ୱୀକାର କରିପାରନ୍ତି । ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିପାରନ୍ତି ।

  • ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ମିଥୁନ:-ସମସ୍ତ କାଯର୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହୋଇପାରେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହୋଇପାରେ । ବିଦ୍ୟା କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିପାରନ୍ତି ।

  • ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

କର୍କଟ:- ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ମାନସିକ ସୁସ୍ଥତା ଅନୁଭବ କରିପାରନ୍ତି । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇପାରନ୍ତି । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିପାରେ ।

  • ପ୍ରତିକାର- ଘିଅ ବା କ୍ରିମରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ

ସିଂହ:- ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହୋଇପାରେ । ବ୍ୟବସାୟୀମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେଇପାରନ୍ତି । ରାଜନୀତିରେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହୋଇପାରନ୍ତି ।

  • ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ

କନ୍ୟା:- ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହୋଇପାରେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବା ପାଇଁ ଯୋଗାଯୋଗ କରିପାରନ୍ତି ।ସହକର୍ମୀ ମାନଙ୍କର ସହଯୋଗ ପାଇ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି ।

  • ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ତୁଳା:- ବ୍ୟବସାୟ କ୍ଷେତ୍ରରେ ଥିବା ସମସ୍ୟା ସମାଧାନ ହୋଇ ଆଶାତୀତ ଲାଭ ପାଇପାରନ୍ତି । କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।

  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ବିଚ୍ଛା:- ଶତ୍ରୁ ଓ ବିରୋଧୀଙ୍କ ଠାରୁ ନିଜର ବୁଦ୍ଧିମତା କାରଣରୁ କାମ ହାସଲ କରିପାରିବେ ।ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହୋଇପାରନ୍ତି । ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ପରିବର୍ତ୍ତନ ଆସିବା ସହ ଆଶାତୀତ ଲାଭ ପ୍ରାପ୍ତି ହୋଇପାରନ୍ତି ।

  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ଧନୁ:- ବନ୍ଧୁ, ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ପୁରୁଣା ପ୍ରାପ୍ୟ ଆଦାୟ ହୋଇପାରେ । ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇପାରେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

  • ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ମକର:- କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିପାରନ୍ତି । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ ଓ ଅଜଣା ଲୋକମାନଙ୍କ ସହିତ ସମ୍ପର୍କ ସ୍ଥାପନ ହୋଇପାରେ । ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବା ସହ ଅଧିକ ଲାଭବାନ୍ ହୋଇପାରିବେ ।

  • ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

କୁମ୍ଭ:- ବ୍ୟବସାୟରେ ପ୍ରସାର ପ୍ରଚାର କରି ଆଶାତୀତ ଲାଭ ପାଇପାରିବେ । କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ବନ୍ଧୁମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ କିନ୍ତୁ କଥାବାର୍ତ୍ତାରେ ନିୟନ୍ତ୍ରଣ ନରଖିଲେ ବିପଦରେ ପଡିପାରିବେ ।

  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ମୀନ:-ସାମାଜିକ ସ୍ତରରେ ଖ୍ୟାତି ଅର୍ଜନ କରିବା ସହ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିପାରିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ।

  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ