Advertisment

Daily Horoscope 22 Jan 2022: ଜାଣନ୍ତୁ ଆଜିର ରାଶିଫଳ

ଆଜି ୨୦୨୨ ମସିହା, ଜାନୁୟାରୀ ମାସ ୨୨ ତାରିଖ, ଶନିବାର, ମକର ୯ଦିନ, ମାଘମାସ, କୃଷ୍ଣପକ୍ଷ ଚତୁର୍ଥୀତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହରାଶିରେ ଚନ୍ଦ୍ର, ବୃଷ, ସିଂହ, କନ୍ୟା ରାଶିର ଘାତବାର,କର୍କଟ, ମକର ରାଶିର ଘାତଚନ୍ଦ୍ର, କଣ ରହିଛି ଆଜି ଦିନର ମହତ୍ତ୍ୱ ଜାଣନ୍ତୁ...

ଅଦ୍ୟତନ ହୋଇଛି
Daily Horoscope 22 Jan 2022

Daily Horoscope 22 Jan 2022

Advertisment

ଆଜି ୨୦୨୨ ମସିହା, ଜାନୁୟାରୀ ମାସ ୨୨ ତାରିଖ, ଶନିବାର, ମକର ୯ଦିନ, ମାଘମାସ, କୃଷ୍ଣପକ୍ଷ ଚତୁର୍ଥୀତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହରାଶିରେ ଚନ୍ଦ୍ର, ବୃଷ, ସିଂହ, କନ୍ୟା ରାଶିର ଘାତବାର,କର୍କଟ, ମକର ରାଶିର ଘାତଚନ୍ଦ୍ର,  କଣ ରହିଛି ଆଜି  ଦିନର ମହତ୍ତ୍ୱ ଜାଣନ୍ତୁ...

Advertisment

ମେଷ:-ମାନସିକ କ୍ଷମତା ଓ ଶାରୀରିକ କାଯର୍ୟ କ୍ଷମତାରେ ବୃଦ୍ଧି ହୋଇପାରେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହୋଇପାରେ । ଅଧ୍ୟୟନ, ଅଧ୍ୟାପନ ଓ ଅନୁସନ୍ଧାନପରି କାଯର୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହୋଇପାରନ୍ତି ।

  • ପ୍ରତିକାର: କାଉ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ବୃଷ:-ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ ଓ ସ୍ୱାସ୍ଥ୍ୟ ଦୃଷ୍ଟିରୁ ସୁଧାର ଆସିପାରେ । ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ମାନଙ୍କ ଦ୍ୱାରା ଲାଭବାନ ହେହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇ ପାରନ୍ତି ।

Advertisment
  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ମିଥୁନ:-ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହୋଇପାରେ । କର୍ମରେ ଉନ୍ନତି ସହିତ ବ୍ୟବସାୟ, ରାଜନୀତି, ଖେଳ ପାଇଁ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହୋଇପାରେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ବଢିପାରେ ।

  • ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କର୍କଟ:-ବ୍ୟବସାୟ କ୍ଷେତ୍ରରୁ ସାମାନ୍ୟ ଲାଭ ମିଳିବା ସହ ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେହୋଇପାରନ୍ତି । ପରିବାରର ସମସ୍ତ ଆଶାପୂରଣ କରିବାକୁ ସକ୍ଷମ ହୋଇପାରନ୍ତି । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍ ।

Advertisment
  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ସିଂହ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବା ସହ ଅଟକିଥିବା କାଯର୍ୟ ସଫଳତା ପୂର୍ବକ ସମ୍ପନ୍ନ ହୋଇପାରିବ । ପରିବାରରେ ନିଜରପଦ ଗରିମା ବଜାୟ ରହିବା ସହ ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ । ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତି ହୋଇପାରିବ ।

  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

କନ୍ୟା:-ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ଯୋଗେ ସାମାନ୍ୟ ଲାଭ ପାଇପାରିବେ । ପରିବାରର ସାହାଯ୍ୟରେ ଉପକୃତ ହେବେ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହୋଇପାରେ । ବ୍ୟବସାୟ କ୍ଷେତ୍ରରେ ସାବଧାନତା ଅବଲମ୍ବନ ନ କଲେ ଧନ ହାନି ହୋଇପାରେ ।

  • ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ତୁଳା:-ଶୁଭ ସନ୍ଦେଶ ପାଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିପାରେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ପାଇବେ ଓ ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାଯର୍ୟ ସମ୍ପାଦନ ହୋଇପାରିବ । ନୂତନ କର୍ମ ଯୋଗୁ ଆୟ ବୃଦ୍ଧି ହେବ ଓ ନୂତନ ଗୃହସୁଖ ମିଳିପାରେ ।

  • ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ

ବିଚ୍ଛା:-ସହଜ ସରଳରେ କର୍ମ ନିଯୁକ୍ତି ପାଇବେ ଓ ସ୍ୱାସ୍ଥ୍ୟ ଭଲ ରହିପାରେ । ଦୂର ଯାତ୍ରାର ସୁଯୋଗ ପାଇ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇ କାର୍ଯ୍ୟ ହାସଲ କରିପାରନ୍ତି ।

  • ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଧନୁ:-ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିଲେ ମଧ୍ୟଭଲ ଲାଭ ହୋଇପାରିବ । ପରିବାରରେ ସୁଖଶାନ୍ତି ଫେରି ଆସିବଓ ଶୁଭଫଳ ପ୍ରାପ୍ତି ହୋଇପାରେ । ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରନ୍ତି ।

  • ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

ମକର:-ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହୋଇପାରେ । କର୍ମ ସ୍ଥଳରେ ନିଜେ କଠିନ ପରିଶ୍ରମକରି ପତିଆରା ରକ୍ଷା କରିପାରନ୍ତି । ଚାଷି ଓ ଚାଷଦ୍ରବ୍ୟ ବ୍ୟବସାୟୀମାନେ ଆଶାତୀତ ଲାଭ ପାଇପାରିବେ ।

  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

କୁମ୍ଭ:-ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେବ୍ୟବସାୟରେ ନିଜରପଦ ଗରିମା ବଜାୟ ରହିପାରେ । ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତି ହୋଇପାରେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହୋଇପାରେ ।

  • ପ୍ରତିକାର-ମହୁଟିକେ ଖାଇ ଘରୁ ବାହାରନ୍ତୁ

ମୀନ:- କର୍ମରେ ଉନ୍ନତି, ବିଦ୍ୟାରେ ଉନ୍ନତି, ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଦୀର୍ଘଦିନର ଯୋଜନାକୁ କାର୍ଯ୍ୟକାରୀ କରିବେଓ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇପାରେ । ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହୋଇପାରେ ।

ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ

Daily Horoscope Bhagyarekh
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ