Advertisment

Daily Horoscope 22 March 2022: ଜାଣନ୍ତୁ ଆଜିର ରାଶିଫଳ..

ଆଜି ୨୦୨୨ ମସିହା, ମାର୍ଚ୍ଚମାସ ୨୨ ତାରିଖ, ମଙ୍ଗଳବାର, ମୀନ୮ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି, ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର, ମକର ରାଶିର ଘାତବାର, ବେଲ ନ ଖାଇଲେ ଭଲ । ଏବେ ଆସନ୍ତୁ ଦେଖିବା ଆଜି ଆପଣଙ୍କ ଭାଗ୍ୟ କଣ ରହିଛି ।

author-image
Otv Khabar Bureau
ଅଦ୍ୟତନ ହୋଇଛି
Daily Horoscope

Daily Horoscope

ଆଜି ୨୦୨୨ ମସିହା, ମାର୍ଚ୍ଚମାସ ୨୨ ତାରିଖ, ମଙ୍ଗଳବାର, ମୀନ୮ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି, ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର, ମକର ରାଶିର ଘାତବାର, ବେଲ ନ ଖାଇଲେ ଭଲ

Advertisment

ଏବେ ଆସନ୍ତୁ ଦେଖିବା ଆଜି ଆପଣଙ୍କ ଭାଗ୍ୟ କଣ ରହିଛି । ତେବେ ଆସନ୍ତୁ ଜାଣିବା ମେଷ ରାଶିଠାରୁ କନ୍ୟା ରାଶି ପର୍ୟ୍ୟନ୍ତ ଜନ୍ମିତ ବ୍ୟକ୍ତିମାନଙ୍କ ରାଶିଫଳ ସମ୍ପର୍କରେ...

ମେଷ:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ପରିବର୍ତ୍ତନର ଝଲକ ଦୃଶ୍ୟହେବ ।

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଓ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ ।

ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ ଓ ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି ।

Advertisment

ପ୍ରତିକାର:- ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-

ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ ।

ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ ଓ କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ ।

ପ୍ରତିକାର:- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-

ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ ।

ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ ।

ରାଜନୀତି କ୍ଷେତ୍ରରେ ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବା ସହ କରଜ ଭାରରୁ ମୁକ୍ତି ମିଳିବ ।

ପାରିବାରିକ ବ୍ୟବସ୍ଥା ପରିବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ ।

କ୍ରୀଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ ।

ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା ହେଲେ ଆଗେଇ ନ ଆଗେଇବା ଉଚିତ୍ ।

ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ ।

ପ୍ରତିକାର:- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-

ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ ।

ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇ ପାରନ୍ତି ।

ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ ।

ପ୍ରତିକାର:- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-

ଆର୍ଥିକ ମାମଲାରେ ସ୍ଥାୟିତ୍ ଆସିବା ସହପରିବାରରେ ଆଦରପାଇ ସୁଖଭୋଗ କରିବେ ।

ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ ।

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ।

ପ୍ରତିକାର:- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ବିଚ୍ଛା:-

ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ ।

ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ ।

ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ୱାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ ।

ପ୍ରତିକାର:- ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-

ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ୱଳ ହେବ ।

ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ ।

କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ ।

ପ୍ରତିକାର:- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ ।

କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ ।

ଛାତ୍ରଛାତ୍ରୀମାନେ ବିଦ୍ୟା କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ ହେବେ ।

ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ ।

ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ ସନ୍ତୋଷ ହେବେ ।

ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ ।

ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-

ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ ଓ ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇ ଯିବେ ।

ସାମାଜିକ ସ୍ତରରେ କାର୍ଯ୍ୟଦକ୍ଷତା ଦେଖାଇ ସମ୍ମାନ ଲାଭ କରିବେ ।

ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ ।

ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Daily Horoscope
Advertisment
Advertisment