Advertisment

Daily Horoscope 23 April 2022: ଜାଣନ୍ତୁ ଆଜିର ରାଶିଫଳ...

ଆଜି ୨୦୨୨ ମସିହା, ଏପ୍ରିଲ ମାସ ୨୩ ତାରିଖ, ଶନିବାର, ମେଷ ୧୦ ଦିନ,ବୈଶାଖମାସ କୃଷ୍ଣପକ୍ଷ, ସପ୍ତମୀ ଯୁକ୍ତ ଅଷ୍ଟମୀତିଥି, ଉତ୍ତରାଷାଢା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର,ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ...

undefined

Daily Horoscope 23 April 2022

Advertisment

ଆଜି ୨୦୨୨ ମସିହା, ଏପ୍ରିଲ ମାସ ୨୩ ତାରିଖ, ଶନିବାର, ମେଷ ୧୦ ଦିନ,ବୈଶାଖମାସ କୃଷ୍ଣପକ୍ଷ, ସପ୍ତମୀ ଯୁକ୍ତ ଅଷ୍ଟମୀତିଥି, ଉତ୍ତରାଷାଢା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର,ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ...

Advertisment

ମେଷ:- ସ୍ୱାସ୍ଥ୍ୟରେ ଉନ୍ନତି ଘଟିବା ସହ ପାରିବାରିକ ଜୀବନରେ ଆନନ୍ଦିତ ହୋଇପାରନ୍ତି । ଶତ୍ରୁ ମାନେ ତଳମୁହାଁ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ଦୂର ହୋଇପାରେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବା ସହ ପ୍ରେମ କ୍ଷେତ୍ରରେ ସଫଳ ହୋଇପାରନ୍ତି ।

  • ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ

ବୃଷ:- ସାହିତ୍ୟ, କଳା, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିପାରେ । ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖା ଦେଇପାରେ ।

Advertisment
  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ମିଥୁନ:- ଆନୁଷ୍ଠାନିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିପାରନ୍ତି । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇପାରନ୍ତି । ଗୃହସ୍ଥ ଜୀବନ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ସୁଖମୟ ହୋଇପାରନ୍ତି ।

  • ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

କର୍କଟ:- ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବା ସହ ନୂତନ ଆୟପନ୍ଥା ପ୍ରାପ୍ତି ହୋଇପାରେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇପାରନ୍ତି । ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହୋଇପାରେ ।

Advertisment
  • ପ୍ରତିକାର-ତୁଳସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ

ସିଂହ:- କର୍ମ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତା ପୂର୍ଣ୍ଣ ହୋଇପାରେ । ଯୋଜନା ମୁତାବକ କାମ କରନ୍ତୁ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

କନ୍ୟା:- ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିପାରିବେ । କର୍ମ କ୍ଷେତ୍ରରେ ଅଧିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦୌଡ କରିବାକୁ ପଡିପାରେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ତୁଳା:- ସାମ୍ବାଦିକମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହୋଇପାରନ୍ତି । ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିପତ୍ର ହୋଇପାରେ ଓ ନୂତନ ଆୟର ପନ୍ଥା ଖୋଲିଯିବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିପାରନ୍ତି ।

  • ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ

ବିଚ୍ଛା:-ଶାରିରୀକ ସୁସ୍ଥତା ଦେଖା ଦେବା ସହ ଆକସ୍ମିକ ଧନ ଲାଭ ହୋଇପାରେ । ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଓ ସୁନାମ ଅର୍ଜନ କରିପାରନ୍ତି । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହୋଇପାରେ ।

  • ପ୍ରତିକାର-ନାଲି ରୁମାଲ ଟିଏ ପାଖରେ ରଖନ୍ତୁ

ଧନୁ:- ସାହିତ୍ୟ, କଳା, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିପାରେ । ଛାତ୍ରଛାତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପାଠରେ ମନଯୋଗ ଦେଇପାରନ୍ତି । ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସି ହୋଇପାରନ୍ତି ।

  • ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ

ମକର:- ଶତ୍ରୁମାନେ ପରାଜିତ ହେବେ ଓ ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିପାରେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ଓହଇପାରନ୍ତି । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିପାରେ ।

  • ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ

କୁମ୍ଭ:-ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିପାରେ । ଅଧାଅଧୁରା ଥିବା କାର୍ଯ୍ୟ ପୂରଣ ହୋଇପାରେ । ଜନସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଭୂମି, ବାହନକ୍ରୟ ଓ ଗୃହର୍ନିମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିପାରେ ।

  • ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ

ମୀନ:- ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଶତ୍ରୁମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିପାରେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବଢିଯାଇପାରେ ।

  • ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ
Daily Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ