• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ମେଷ:-ସମାଜ ସେବାରେ ସୁନାମ ଅର୍ଜନ କରିପାରିବେ ଓ ବିତିଯାଇଥିବା ମାମଲାରେ ସଫଳତା ମିଳିବ। ବ୍ୟବସାୟରେ ସଫଳତା ଅର୍ଜନ କରି ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ।

ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ

ବୃଷ:- କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ଓ ଅଧିକାରୀ ଖୁସି ହେବେ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ।

ପ୍ରତିକାର- ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ

ମିଥୁନ:- ଶୁଭ ସମାଚାର ମିଳିବ ଓ ନିଜ ଲୋକ ସାହାଯ୍ୟ କରିବେ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ।

ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

କର୍କଟ:- ଶତୃମାନେ ପରାଜିତ ହେବା ସହ ଦୂରଯାତ୍ରାରେ ଲାଭ ପାଇବେ। ଶାରିରୀକ ଅସୁସ୍ଥତା ଦୂର ହେବ ଓ ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ 
ବନ୍ଧୁ ମିତ୍ରଙ୍କର ସହଯୋଗରେ ପରିବାରର ପରିସ୍ଥିତି ସମାଧାନ କରିବେ। 

ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:- ଧନ ଲାଭ ହେବାରୁ ମନଖୁସି ରହିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବା ସହ ବିଦ୍ୟାରେ ଯଥେଷ୍ଟ ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ।

ପ୍ରତିକାର- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ। 

କନ୍ୟା:- ପୁରାତନ ରୋଗର ଉପଶମ ହେବ ଓ  ସମସ୍ତ କାର୍ଯ୍ୟରେ ଶୁଭଫଳ ପାଇବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତି ପାଇବେ।

ପ୍ରତିକାର- ମହୁ ଟିକେ ଖାଇ ଘରୁ ବାହାରନ୍ତୁ।

ତୁଳା:- ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ ବ୍ୟବହାର କରିବା କଷ୍ଟ ହେବ। କ୍ରୋଧକୁ ଦମନ କରି ହସ ଖୁସିର ବାତାବରଣ ସୃଷ୍ଟି ହେବ।

ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ। 

ବିଚ୍ଛା:- କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟୀ ରହିବ।

ପ୍ରତିକାର- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:- ସତସଙ୍ଗ ଓ ମନୋରଞ୍ଜନ ପାଇଁ ସମୟ ଅନୁକୂଳ ରହିବ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳ କ୍ରମେ ସମାଧାନ କରିବେ।

ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:- ଶିଳ୍ପ, ବାଣିଜ୍ୟ ଓ ଜମିଜମା ସଙ୍କ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ।
ସବୁ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ।

ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:- ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । କର୍ମକ୍ଷେତ୍ରରେ କିଛି ନୂଆ ସୁଯୋଗ ଆସିବ। ବିଦ୍ୟାକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଦୂରେଇ ଯାଇ ମାନସିକ ସୁସ୍ଥତା ଅନୁଭବ କରିବେ। 

ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:- ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁ ରଖିପାରନ୍ତି।

ପ୍ରତିକାର- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ