Advertisment

Daily Horoscope 23 Jan 2022 : ଜାଣନ୍ତୁ ଆଜିର ରାଶିଫଳ

ଆଜି ୨୦୨୨ ମସିହା, ଜାନୁୟାରୀ ମାସ ୨୩ତାରିଖ, ରବିବାର, ମକର୧୦ ଦିନ, ମାଘମାସ, କୃଷ୍ଣପକ୍ଷ ପଞ୍ଚମୀତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, କନ୍ୟାରାଶିରେ ଚନ୍ଦ୍ର,ମେଷ ରାଶିର ଘାତବାର,ବୃଷ ରାଶିର ଘାତଚନ୍ଦ୍ର । ତେବେ ଜାଣନ୍ତୁ ମେଷ ରାଶିଠାରୁ ମୀନ ରାଶି ପର୍ଯ୍ୟନ୍ତ ଜନ୍ମିତ ବ୍ୟକ୍ତିମାନଙ୍କ ରାଶିଫଳ ସମ୍ପର୍କରେ..

Daily Horoscope

Daily Horoscope

Advertisment

ଆଜି ୨୦୨୨ ମସିହା, ଜାନୁୟାରୀ ମାସ ୨୩ତାରିଖ, ରବିବାର, ମକର୧୦ ଦିନ, ମାଘମାସ, କୃଷ୍ଣପକ୍ଷ ପଞ୍ଚମୀତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, କନ୍ୟାରାଶିରେ ଚନ୍ଦ୍ର,ମେଷ ରାଶିର ଘାତବାର,ବୃଷ ରାଶିର ଘାତଚନ୍ଦ୍ର

Advertisment

ବେଲ ପଣସ ନ ଖାଇଲେ ଭଲ

ଏବେ ଆସନ୍ତୁ ଦେଖିବା ଆଜି ଆପଣଙ୍କ ଭାଗ୍ୟ କଣ ରହିଛି । ତେବେ ଜାଣନ୍ତୁ ମେଷ ରାଶିଠାରୁ ମୀନ ରାଶି ପର୍ଯ୍ୟନ୍ତ ଜନ୍ମିତ ବ୍ୟକ୍ତିମାନଙ୍କ ରାଶିଫଳ ସମ୍ପର୍କରେ...

ମେଷ:-

ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ ଓ ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ ।

ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ।

ରାଜନୈତିକ କ୍ଷେତ୍ରରେ ନିଜ ଲୋକଙ୍କ ତରଫରୁ ଆଶ୍ୱାସନା ବା ସହାନୁଭୂତି ପାଇବେ ।

ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ ।

ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ ।

ଖେଳକୁଦ, ପରୀକ୍ଷା ଓ ପ୍ରତିଦ୍ୱନ୍ଦିତା ବିଜୟୀ ହେବେ, କିନ୍ତୁ ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ ।

Advertisment

ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ଦର୍ୟ ପୂର୍ଣ୍ଣ ସଂପର୍କ ରହିବ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ ।

ପୁରାତନ ରୋଗର ପୀଡାରୁ ଉପସମ ପାଇବେ ।

ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କର ସମର୍ଥନ ଫଳରେ ବିପଦ ସଙ୍କୁଳ ଟଳିଯିବ ।

ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ ।

ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବା ସହ ନୁତନ କାର୍ଯ୍ୟ ର୍ନିଦ୍ୱୋନ୍ଦରେ ଆଗେଇ ନେବେ ।

Advertisment

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କ ଦ୍ୱାରା ବିଶେଷ ଲାଭବାନ ହେବେ ।

ପ୍ରତିକାର:- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:- ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ପରିବାରରେ ମନୋମାଳିନ୍ୟ ଦୂରେଇ ଯିବ ।

ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସହଜ ସରଳ କରି ପ୍ରଶଂସିତ ହେବେ ।

ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ ।

ପ୍ରତିକାର:- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-

ସ୍ୱାସ୍ଥ୍ୟରେ ଉନ୍ନତି, ସାମ୍ବାଦିକତାରୁ ଲାଭ ଓ ରାଜନୀତିରେ ପ୍ରଶଂସିତ ହେବେ ।

ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ ।

ପ୍ରତିକାର:- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-

ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବା ସହ ପାରିବାରିକ ସମ୍ପର୍କରେ ଉନ୍ନତି ହେବ ।

ଆୟ ଉତ୍ତମ ହୋଇ ଆର୍ଥିକ ସ୍ଥିତି ସ୍ୱଛଳ ରହିବ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ ।

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ।

ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ ।

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ ।

ରାଜନୀତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ।

ପ୍ରତିକାର:- ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:- ସମାଜ ସେବା ଫଳରେ ଅନ୍ୟମାନଙ୍କୁ ସାହାଯ୍ୟ କରିବେ ।

ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ ।

ରାଜନୀତିରେ ଧର୍ଯ୍ୟ ଓ ସଂଯମତା ରଖି ପାରିଲେ ସୁନାମ ଅର୍ଜନ କରିପାରିବେ ।

ପ୍ରତିକାର:- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ ।

ଦୂରଯାତ୍ରାର ସୁଯୋଗ ପାଇବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।

ବନ୍ଧୁମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବିତିଯାଇଥିବା ମାମଲାରେ ସଫଳତା ମିଳିବ ।

ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ ।

ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ ।

ନୂତନପନ୍ଥା ଅନୁସରଣ କରିବା ଫଳରେ ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ ।

ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-

ଶୁଭ ସମାଚାର ମିଳିବା ସହ ନୂତନ ସମ୍ପତ୍ତି ଯାନବାହାନ ଗୃହୋପକରଣ କ୍ରୟ କରି ପାରନ୍ତି ।

ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ଆଜି ନିଶ୍ଚିତ ଭାବେ ପାଇବେ ।

ରାଜନୈତିକ କ୍ଷେତ୍ରରେ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ ।

ପ୍ରତିକାର:- ହଳଦୀଚନ୍ଦନର ଟୀକା ମୁଣ୍ଡରେ ଲଗାନ୍ତୁ ।

Daily Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ