• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି୨୦୨୨ ମସିହା, ମାର୍ଚ୍ଚମାସ ୨୩ ତାରିଖ, ବୁଧବାର, ମୀନ୯ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ଅନୁରାଧା ନକ୍ଷତ୍ର, ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ...

ମେଷ:- ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି । ନିଜର ଯୋଜନା ମୁତାବକ କାର୍ଯ୍ୟକଲେ ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ହୋଇପାରନ୍ତି । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହୋଇପାରନ୍ତି ।

  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ବୃଷ:- କର୍ମ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ସହଯୋଗୀଙ୍କ ଯୋଗେ ପ୍ରଶଂସା ପାଇପାରନ୍ତି । ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହୋଇପାରେ । ନୂତନ କାମ ଆରମ୍ଭ କଲେ ଓ ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହୋଇପାରନ୍ତି ।

  • ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ମିଥୁନ:- ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂର ହୋଇପାରେ । ବ୍ୟବସାୟ କ୍ଷେତ୍ରରେ ଧନ ଆଦାନ ପ୍ରଦାନରେ ବିଶେଷ ଲାଭବାନ୍ ହୋଇପାରେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିପାରନ୍ତି ।

  • ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

କର୍କଟ:- ସହକର୍ମୀ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇପାରିବ । ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିପାରନ୍ତି । କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବକିନ୍ତୁ ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇପାରେ ।

  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ସିଂହ:- ସେବା ଭବନରେ ଅନେକଙ୍କର କଲ୍ୟାଣ କରିବା ସୁଯୋଗ ପାଇପାରନ୍ତି । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯାଇପାରେ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରନ୍ତି ।

  • ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କନ୍ୟା:- ଦୂର ଯାତ୍ରାର ସୁଯୋଗ ପାଇସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହୋଇପାରେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହୋଇପାରେ । ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇପାରେ ।

  • ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ

ତୁଳା:- କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିପାରନ୍ତି । ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆଶାତୀତ ଲାଭ ହୋଇପାରେ । ପରିବାର ସମ୍ବନ୍ଧୀୟ କୌଣସି ମହତ୍ୱପୂର୍ଣ୍ଣ ସମାଚାର ଶୁଣିପାରନ୍ତି ।

  • ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ

ବିଚ୍ଛା:- ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ ଓ ମାନସିକ ଅଶାନ୍ତି ଦୂର ହୋଇପାରେ । ଛାତ୍ର-ଛାତ୍ରୀମାନେ ପାଠ ପାରେ ମନଯୋଗ ଦେବା ସହ ସମସ୍ତ କାର୍ଯ୍ୟରେ ସଫଳତା ପାଇପାରନ୍ତି । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସୁସମ୍ପର୍କ ରହିପାରେ ।

  • ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ

ଧନୁ:- ସନ୍ତାନଙ୍କ ସମ୍ବନ୍ଧିୟ କୌଣସି ମହତ୍ୱପୂର୍ଣ୍ଣ କାମ ଆପଣଙ୍କ ଦ୍ୱାରା ହୋଇପାରେ । ବ୍ୟବସାୟ କ୍ଷେତ୍ରରେ ବହୁତ ପରିଶ୍ରମ କଲେ ଅର୍ଥ ଲାଭ ହୋଇପାରେ । ବାଦବିବାଦ, ମାଲିମୋକଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହୋଇପାରନ୍ତି ।

ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

ମକର:- ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିପାରିପାରନ୍ତି । ମିତ୍ରମାନଙ୍କ ସହଯୋଗରେ ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆର୍ଥିକସ୍ଥିତି ସୁଧୁରିପାରେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହୋଇପାରେ ।

  • ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ

କୁମ୍ଭ:- ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହୋଇପାରନ୍ତି । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ ଉନ୍ନତି ଲାଭ କରିପାରନ୍ତି । ଉଦ୍ୟମ ବଳରେ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରିପାରନ୍ତି ।

  • ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ

ମୀନ:- ସାଧାରଣ କର୍ମୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧି ହୋଇପାରେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିପାରନ୍ତି । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବଓ ଦାମ୍ପତ୍ୟ ସୁଖରେ ଖୁସି ହୋଇପାରନ୍ତି ।

  • ପ୍ରତିକାର:- କାଉ ଓ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ