• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  • ଜାଣନ୍ତୁ ଆଜିର ରାଶିଫଳ

ଆଜି ୨୦୨୧ ମସିହା, ନଭେମ୍ବର ମାସ ୨୩ ତାରିଖ, ମଙ୍ଗଳବାର, ବିଛା ୮ ଦିନ, ମାର୍ଗଶୀର ମାସ, କୃଷ୍ଣପକ୍ଷ, ଚତୁର୍ଥୀ ତିଥି । ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

ମେଷ:- ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାଯର୍ୟଗତି ଉତ୍ସାହପୂର୍ଣ୍ଣ ହେବ ।
 ଆଜି ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା, ସମାଧାନ ହେବାର ସମ୍ଭାବନା ରହିଛି ।

ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ବୃଷ:- କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁସମ୍ପର୍କ ଫଳରେ ପ୍ରଶଂସା ପାଇବେ । ନୂଆ ସମ୍ପର୍କରେ ଉନ୍ନତି ହେବା ସହପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ବ୍ୟବସାୟ କ୍ଷେତ୍ରରେ କଥାବାର୍ତ୍ତାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ ।

ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ମିଥୁନ:- ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ ହେବ । ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ ।


ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ

କର୍କଟ:- ଶତୃମୁକ୍ତ ନିରୁପଦ୍ରବ ଜୀବନଚଯର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ  । ର୍ନିମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ ।

ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ

ସିଂହ:-କାର୍ଯ୍ୟକ୍ଷେତ୍ରରେ ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ।

ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ

କନ୍ୟା:- ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ପତିପତ୍ନୀଙ୍କ ମଧ୍ୟରେ କଳହ ସମାପ୍ତ ହୋଇ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ 
ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ ।

ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ତୁଳା:-ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ  । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ 
ବନ୍ଧୁଙ୍କ ଠାରୁ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ମିଳିବ ।

ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ

ବିଚ୍ଛା:-ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ଦାମ୍ପତ୍ୟ ସୁଖରେ ଆନନ୍ଦ ଦାୟକ ପରିସ୍ଥିତି ଦେଖାଦେଇ ପାରେ ଭାବି ଚିନ୍ତି କାର୍ଯ୍ୟ ନକଲେ ଠକାମିରେ ପଡିବେ ।

ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

ଧନୁ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବଓ ଶୁଭ ସମାଚାର ପାଇବେ । କୌଣସି ବନ୍ଧୁଙ୍କ ସାହାଯ୍ୟରେ ବିଗିଡିଥିବା କାର୍ଯ୍ୟ ସୁଧାରୀ ପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ଓ କର୍ମୋନ୍ନତି ହେବ ।

ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ 

ମକର:-ସମସ୍ତ ଚିନ୍ତା ଦୂର ହେବା ଫଳରେ ମାନସିକ ଶାନ୍ତି ପାଇବେ  । ସାମାନ୍ୟ ପରିଶ୍ରମ କଲେ ଅଧିକ ଧନ ପ୍ରାପ୍ତି ହେବ ।
ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ ।

ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

କୁମ୍ଭ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ ।
ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ 

ମୀନ:-ସମସ୍ତ କାଯର୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ  । ସନ୍ତାନର କାର୍ଯ୍ୟରେ ଉନ୍ନତି ଖବର ପାଇ ଖୁସି ହେବେ ।
ଜାଗା, ଜମି, ଗୃହପୋକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି ।

ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ