Advertisment

Daily Horoscope 24 April 2022: ଜାଣନ୍ତୁ ଆଜିର ରାଶିଫଳ...

ଆଜି ୨୦୨୨ ମସିହା, ଏପ୍ରିଲ ମାସ ୨୪ ତାରିଖ, ରବିବାର, ମେଷ୧୧ ଦିନ,ବୈଶାଖମାସ, କୃଷ୍ଣପକ୍ଷ, ନବମୀତିଥି, ଶ୍ରବଣା ନକ୍ଷତ୍ର,ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ...

author-image
Otv Khabar Bureau
undefined

Daily Horoscope 24 April 2022

ଆଜି ୨୦୨୨ ମସିହା, ଏପ୍ରିଲ ମାସ ୨୪ ତାରିଖ, ରବିବାର, ମେଷ୧୧ ଦିନ,ବୈଶାଖମାସ, କୃଷ୍ଣପକ୍ଷ, ନବମୀତିଥି, ଶ୍ରବଣା ନକ୍ଷତ୍ର,ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ...

Advertisment

ମେଷ:- ପାରିବାରିକ ଜୀବନରେ ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନା ଯୁକ୍ତ ହୋଇପାରେ । ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ସୁସମ୍ବାଦ ପ୍ରାପ୍ତି ହୋଇପାରେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ବୃଷ:- ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବା ସହ ଆର୍ଥିକ ଦିଗରୁ ଉନ୍ନତି ହୋଇପାରେ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବା ଫଳରେ ଶାନ୍ତି ଅନୁଭବ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇପାରେ ।

Advertisment
  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ମିଥୁନ:- ଶତ୍ରୁ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହୋଇପାରନ୍ତି । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ ।

  • ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

କର୍କଟ:- ଦୂର ଯାତ୍ରାରେ ସଫଳ ହେବା ସହଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇପାରେ । ପୁରାତନ ରୋଗ ପୀଡ଼ାର ଉପଶମ ହେବ ଓ ବ୍ୟବସାୟରେ ଲାଭବାନ୍ ହୋଇପାରେ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିପାରେ ।

  • ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ

ସିଂହ:- ସମସ୍ତ ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତି ହୋଇପାରେ । ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

  • ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

କନ୍ୟା:- ବିଦ୍ୟାକ୍ଷେତ୍ରରେ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ ଓ ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିପାରନ୍ତି । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହୋଇପାରେ ।

  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ତୁଳା:- ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହୋଇପାରେ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଭଲ ଲାଭ ପାଇପାରନ୍ତି । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ ।

  • ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ

ବିଚ୍ଛା:- ଶରୀର ସୁସ୍ଥ ରହିବା ସହ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହୋଇପାରେ । ବ୍ୟବସାୟ କ୍ଷେତ୍ରରେ ଆକସ୍ମିକ ଧନ ପ୍ରାପ୍ତି ହେବା ସହ ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି । ପୈତୃକ ସମ୍ପତ୍ତିକୁ ନେଇ ବିବାଦର ସମାଧାନ ହୋଇପାରେ ।

  • ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ

ଧନୁ:- ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିପାରେ । ପାରିବାରିକ ଜୀବନ ଆନନ୍ଦରେ କଟିବା ସହସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହୋଇପାରେ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ଅଧାଥିବା କାର୍ଯ୍ୟ ପୂରଣ ହୋଇପାରେ ।

  • ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ମକର:- ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହୋଇପାରେ । ସାହିତ୍ୟ, କଳା, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିପାରେ । ବନ୍ଧୁମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିପାରେ ।

  • ପ୍ରତିକାର- ନୀଳରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ

କୁମ୍ଭ:- ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିପାରନ୍ତି । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ୱାରା ସହଜ ସୁବିଧାରେ ହୋଇପାରେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କଲେ ସଫଳତା ପ୍ରାପ୍ତି ହୋଇପାରେ ।

  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ମୀନ:- କିଛି ନୂତନ କର୍ମ ଆରମ୍ଭ କରିବା ପାଇଁ ସମ୍ପର୍କୀୟଙ୍କ ସହ ଆଲୋଚନା କରି ପ୍ରଶଂସା ପାଇପାରନ୍ତି । ଦୂର ଯାତ୍ରାରେ ସଫଳ ହେବେ ଓ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହୋଇପାରେ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ ଓ ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହୋଇପାରେ ।

  • ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ
Daily Horoscope
Advertisment
Advertisment