Advertisment

Daily Horoscope 24 Feb 2022: ଜାଣନ୍ତୁ ଆଜିର ରାଶିଫଳ

୨୦୨୨ ମସିହା, ଫେବୃୟାରୀ ମାସ ୨୪ ତାରିଖ, ଗୁରୁବାର, କୁମ୍ଭ୧୨ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି, ଅନୁରାଧା ନକ୍ଷତ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ....

author-image
Otv Khabar Bureau
Daily Horoscope 20 Feb 2022

Daily Horoscope 20 Feb 2022

୨୦୨୨ ମସିହା, ଫେବୃୟାରୀ ମାସ ୨୪ ତାରିଖ, ଗୁରୁବାର, କୁମ୍ଭ୧୨ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି, ଅନୁରାଧା ନକ୍ଷତ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ....

Advertisment

ମେଷ:- ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହୋଇପାରେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ଓ ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହୋଇପାରିବେ । ରାଜନୀତି କ୍ଷେତ୍ରରେ ସ୍ୱାଭିମାନ ରକ୍ଷାକରି ପ୍ରଶଂସିତ ହୋଇପାରନ୍ତି ।

  • ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

ବୃଷ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେଇପାରେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିପାରେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟସମ୍ପାଦନ ହୋଇପାରେ ।

Advertisment
  • ପ୍ରତିକାର:-ମୟୁର ଚନ୍ଦ୍ରିକାଟିଏ ପାଖରେ ରଖନ୍ତୁ

ମିଥୁନ:-ସମାଜ ସେବାରେ ସ୍ନାମ ଅର୍ଜନ କରିପାରିବେ ।କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହୋଇପାରେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହୋଇପାରେ ।

  • ପ୍ରତିକାର-ତୁଳସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ

କର୍କଟ:- କର୍ମ କ୍ଷେତ୍ରରେ ଉଚ୍ଚବର୍ଗଙ୍କ ଠାରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିପାରେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହୋଇପାରେ ।

  • ପ୍ରତିକାର:-କାଉ ଓ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ସିଂହ:- ର୍ନିମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ । ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେଇପାରେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଧନମାନ ଦିଗରୁ ସୁରକ୍ଷିତ ରହିପାରନ୍ତି ।

  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

କନ୍ୟା:-ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ମାନସିକ ଏକାଗ୍ରତା ବଜାୟ ରହିପାରେ । ଶତ୍ରୁନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇପାରନ୍ତି ।

  • ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ

ତୁଳା:-କର୍ମ କ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହୋଇପାରେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିପାରନ୍ତି । ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହୋଇପାରେ ।

  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ବିଚ୍ଛା:-ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିପାରେ । ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇପାରେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହୋଇପାରେ ।

  • ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ

ଧନୁ:-ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇପାରନ୍ତି । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିପାରନ୍ତି । ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇପାରେ ।

  • ପ୍ରତିକାର-ଗୋମୁତ୍ର ଓ ଫିଟିକିରିରେ ଦାନ୍ତସଫା ରଖନ୍ତୁ

ମକର:-ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହୋଇପାରେ । ଦୂରଯାତ୍ରାର ସୁଯୋଗ ପାଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହୋଇପାରେ । ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଉଚିତପନ୍ଥା ଗ୍ରହଣ କରି ସଂଘର୍ଷ ଦ୍ୱାରା ସଫଳତା ମିଳିପାରେ ।

  • ପ୍ରତିକାର- ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ

କୁମ୍ଭ:-ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇପାରିବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିପାରେ । ନିଜ ଲୋକମାନେ ବିଶ୍ୱାସ ଘାତକତା କରି ପାରନ୍ତି ।

  • ପ୍ରତିକାର:- କାଉ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ମୀନ:- ସମାଜ ସେବାରେ ସ୍ନାମ ଅର୍ଜନ କରିପାରିବେ । ଚାକିରି କ୍ଷେତ୍ରରେ ଉନ୍ନତି ହେବା ସହ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହୋଇପାରେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ ।

  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ
Daily Horoscope
Advertisment
Advertisment