• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୨ ମସିହା, ଜାନୁୟାରୀ ମାସ ୨୪ତାରିଖ, ସୋମବାର, ମକର୧୧ ଦିନ, ମାଘମାସ, କୃଷ୍ଣପକ୍ଷ,ଷଷ୍ଠୀତିଥି, ହସ୍ତାନକ୍ଷତ୍ର, ଜାଣନ୍ତୁ ଆଜିର ରାଶିଫଳ....

ମେଷ:-ଶରୀର ପୀଡା ଦୂରହୋଇ ସ୍ବାସ୍ଥ୍ୟ ଠିକ୍ ରହିବଓ ସମସ୍ତ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳ ହୋଇପାରନ୍ତି । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିପାରିବେ ।

  • ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

 

ବୃଷ:-କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ମିଳିପାରିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିପାରିବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ ନତୁବା ଅନେକ ପ୍ରକାର ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।

  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ମିଥୁନ:-କର୍ମ କ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହୋଇପାରନ୍ତି । ଭାଗୀଦାର ବ୍ୟବସାୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବ୍ୟସ୍ତ ବିବ୍ରତ ହୋଇ ପାରନ୍ତି । ରାଜନୀତି କ୍ଷେତ୍ରରେ ଧର୍ଯ୍ୟ ଓ ସଂଯମତା ରଖି ପାରିଲେ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହୋଇପାରେ ।

  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

 

କର୍କଟ:-ନୂଆ ନିଯୁକ୍ତିର ସୁଯୋଗ ପାଇ ରୋଜଗାର ସମସ୍ୟା ସୁଧୁରିପାରେ । ଧନ ଲାଭ ହେବାରୁ ମନ ଖୁସି ରହିବ ଓ ଅଧିକାରୀଙ୍କଠାରୁ ସହଯୋଗ ମିଳିପାରେ । ବ୍ୟବସାୟୀକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହୋଇପାରେ ।

  • ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ

 

ସିଂହ:-କର୍ମ କ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିପାରନ୍ତି । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବଓ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି । କର୍ମ ବ୍ୟବସାୟ ପାଇଁ ଯାତ୍ରା କରିବାକୁ ବାଧ୍ୟ ହୋଇପାରନ୍ତି ।

  • ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

 

କନ୍ୟା:-ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯାଇ ଅଟକିଥିବା କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହୋଇପାରିବ । ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବା ସହ କର୍ମ କ୍ଷେତ୍ରରେ ପ୍ରମୋଶନ ମିଳିବାର ସମ୍ଭାବନା ରହିଛି । ପରିବାରରେ ସ୍ନେହଆଦର ପାଇ ସୁଖଭୋଗ କରିପାରନ୍ତି ।

  • ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ

 

ତୁଳା:-ସନ୍ତାନଙ୍କ ସମ୍ବନ୍ଧୀୟ କୌଣସି ମହତ୍ୱପୂର୍ଣ୍ଣ ସମାଚାର ଶୁଣିପାରନ୍ତି । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିପାରେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବଓ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି ।

  • ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ

 

ବିଚ୍ଛା:-ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇପାରେ । କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହୋଇପାରନ୍ତି । ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇପାରେ ।

  • ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

 

ଧନୁ:-ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିପାରେ । ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହୋଇପାରନ୍ତି । ଆର୍ଥିକ ଦିଗରୁ ଉନ୍ନତି ଅନୁଭବ କରି ନୂତନ ପଦାର୍ଥ କ୍ରୟ କରିପାରନ୍ତି ।

  • ପ୍ରତିକାର-ଅଷ୍ଟଗନ୍ଧ ତିଳକଚନ୍ଦନ ମସ୍ତକରେ ଧାରଣ କରନ୍ତୁ

 

ମକର:-ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିପାରେ । ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କୁ ଆପଣେଇ ନବା ଫଳରେ ସମ୍ମାନିତ ହୋଇପାରନ୍ତି ।

  • ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

 

କୁମ୍ଭ:-ଛାତ୍ରଛାତ୍ରୀମାନେ ଅଯଥାରେ ସମୟ ନଷ୍ଟ କରି ପାରନ୍ତି । ପରିବାର କଥା ଚିନ୍ତା କରି ମନରେ ଅସନ୍ତୋଷ ଦେଖାଦେଇପାରେ । ସ୍ଥଳବିଶେଷରେ ବ୍ୟୟ ସଂକୋଚନ ନ କଲେ ଆପଣା ଲୋକଙ୍କ ବିରକ୍ତି ଭାଜନ ହୋଇପାରନ୍ତି ।

  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

 

ମୀନ:-ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀ ହୋଇପାରିବେ । ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିପାରନ୍ତି । ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିପରେ ।

  • ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ