Advertisment

Daily Horoscope 24 March 2022: ଜାଣନ୍ତୁ ଆଜିର ରାଶିଫଳ…

ଆଜି ୨୦୨୨ ମସିହା, ମାର୍ଚ୍ଚମାସ ୨୪ ତାରିଖ, ଗୁରୁବାର, ମୀନ୧୦ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ସପ୍ତମୀତିଥି, ଜ୍ୟେଷ୍ଠାନକ୍ଷତ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ...

Daily Horoscope 24 March 2022

Daily Horoscope 24 March 2022

Advertisment

ଆଜି ୨୦୨୨ ମସିହା, ମାର୍ଚ୍ଚମାସ ୨୪ ତାରିଖ, ଗୁରୁବାର, ମୀନ୧୦ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ସପ୍ତମୀତିଥି, ଜ୍ୟେଷ୍ଠାନକ୍ଷତ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ...

Advertisment

ମେଷ:- ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇପାରିବେ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିପାରେ । ଶତ୍ରୁପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଟା ଆରମ୍ଭ କରିପାରନ୍ତି ।

  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ବୃଷ:- ଶାରିରୀକ ଅସୁସ୍ଥତା ଦୂରହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହୋଇପାରନ୍ତି । ବ୍ୟବସାୟରେ ଆର୍ଥିକ ସ୍ଥିତି ସୁଦୃ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇପାରନ୍ତି । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିପାରିବ ।

Advertisment
  • ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ

ମିଥୁନ:- ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେଓ ଆର୍ଥିକ କ୍ଷେତ୍ରରେ ଉନ୍ନତି ହୋଇପାରେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧି ହୋଇପାରେ । କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିପାରେ ।

  • ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ

କର୍କଟ:- ନୈତିକତା ଦ୍ରୁଷ୍ଟିରୁ ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହୋଇପାରିବେ । ଅଧ୍ୟୟନ, ଅନୁସନ୍ଧାନ କ୍ଷେତ୍ରରେ ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଆସିପାରେ । କଷ୍ଟ ଓ କଠିନ ପରିଶ୍ରମ ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ ।

Advertisment
  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ସିଂହ:- ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହୋଇପାରନ୍ତି । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇପାରେ । ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବା ସହପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହୋଇପାରନ୍ତି ।

  • ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

କନ୍ୟା:-ଶାରିରୀକ ଅସୁସ୍ଥତା ଦୂର ହୋଇ ଆର୍ଥିକସ୍ଥିତି ଅସନ୍ତୋଷପ୍ରଦ ହୋଇପାରେ । ଛାତ୍ର ଛାତ୍ରୀମାନେ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିପାରନ୍ତି । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ଆୟର ସ୍ରୋତ ବୃଦ୍ଧି ହୋଇପାରେ ।

  • ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ତୁଳା:- ବ୍ୟବସାୟରେ ଭାଗୀଦାରୀଙ୍କ ସହିତ ଲାଗିରହିଥିବା ମତଭେଦର ନିରାକରଣ ହୋଇପାରେ । ଛାତ୍ର-ଛାତ୍ରୀମାନେ ହସ ଖୁସିରେ ସମୟ କଟାଇପାରନ୍ତି । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯାଇପାରନ୍ତି ।

  • ପ୍ରତିକାର:- କାଉ ଓ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ବିଚ୍ଛା:- କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହୋଇପାରେ । ନୂତନ ବନ୍ଧୁଙ୍କ ସହିତ ଭେଟ ହୋଇ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ପାଇପାରନ୍ତି । ରାଜନୀତି କ୍ଷେତ୍ରରେବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ମାନେ ସାହାଯ୍ୟ କରିପାରନ୍ତି ।

  • ପ୍ରତିକାର-ମହୁଟିକେ ଖାଇ ଘରୁ ବାହାରନ୍ତୁ

ଧନୁ:- ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ୱାରା ବିଚାର କଲେ ଲାଭ ମିଳିପାରେ । ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ଅବସାନ ହୋଇପାରେ ।

  • ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ

ମକର:- ସେବାକାରୀ ମାନଙ୍କ ସହଯୋଗରେ ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହୋଇପାରେ । ବ୍ୟବସାୟ କ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ ଧନ ଲାଭ ହେବାରୁ ମନ ଖୁସି ରହିପାରେ । ଆର୍ଥିକ ଦିଗରୁ ଉନ୍ନତି ହେବା ସହ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିପାରେ ।

  • ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କୁମ୍ଭ:- ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ ପାଇପାରନ୍ତି । ଭୋଗବିଳାସରେ ସାମିଲ ହୋଇ ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇପାରନ୍ତି । ପାରିବାରିକ କ୍ଷେତ୍ରରେ ହସଖୁଶିର ବାତାବରଣ ସୃଷ୍ଟି ହୋଇପାରେ ।

  • ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ମୀନ:- ସାଂସାରିକ ଜୀବନରେ ମହପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ବୃଦ୍ଧି ପାଇପାରିବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହୋଇପାରେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଫଳରେରାଜନୈତିକ କ୍ଷେତ୍ରରେ ସଫଳତା ମିଳିପାରେ ।

  • ପ୍ରତିକାର:- କାଉ ଓ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ
Daily Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ