Advertisment

Daily Horoscope 25 Jan 2022 : ଜାଣନ୍ତୁ ଆଜିର ରାଶିଫଳ

ଆଜି ୨୦୨୨ ମସିହା, ଜାନୁୟାରୀ ମାସ ୨୫ ତାରିଖ, ମଙ୍ଗଳବାର, ମକର୧୨ଦିନ, ମାଘମାସ, କୃଷ୍ଣପକ୍ଷ, ସପ୍ତମୀ ଯୁକ୍ତ ଅଷ୍ଟମୀ ତିଥି, ଚିତ୍ରାନକ୍ଷତ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

author-image
Otv Khabar Bureau
ଅଦ୍ୟତନ ହୋଇଛି
Daily Horoscope 25 Jan 2022

Daily Horoscope 25 Jan 2022

ଆଜି ୨୦୨୨ ମସିହା, ଜାନୁୟାରୀ ମାସ ୨୫ ତାରିଖ, ମଙ୍ଗଳବାର, ମକର୧୨ଦିନ, ମାଘମାସ, କୃଷ୍ଣପକ୍ଷ, ସପ୍ତମୀ ଯୁକ୍ତ ଅଷ୍ଟମୀ ତିଥି, ଚିତ୍ରାନକ୍ଷତ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

Advertisment

ମେଷ:- ସହକର୍ମୀ ମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଗୃହରେଭାତୃବିବାଦ, ପଡ଼ୋଶୀକଳହ, ଜମି ପାଇଁ ମାଲିମକଦ୍ଦମାର ସମାଧାନ ହୋଇପାରିବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇ ପାରନ୍ତି ।

  • ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ବୃଷ:- ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ ରହିବା ସହ ଅନେକ ଦିନର ଅଭିଳାଷ ପୂର୍ଣ୍ଣହୋଇପାରେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗୀତା, ପରୀକ୍ଷାରେ କୃତକାର୍ଯ୍ୟ ହୋଇପାରିନ୍ତି । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିପାରନ୍ତି । ପରିବାରର ଉନ୍ନତି ହୋଇପାରେ ।

Advertisment
  • ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ

ମିଥୁନ:- ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିପାରିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି ।

  • ପ୍ରତିକାର:-କାଉ ଓ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

କର୍କଟ:- ଶାରୀରିକ ଅସୁସ୍ଥତା ଦୂରହେବା ସହରାଜନୈତିକ କ୍ଷେତ୍ରରେ ଯଶ ଲାଭ ହେବ । ସନ୍ତାନର ବିଦ୍ୟାରେ ଉନ୍ନତି ଖବରପାଇ ଖୁସି ହୋଇପାରନ୍ତି । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିପାରନ୍ତି ।

  • ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ

ସିଂହ:- ଶତ୍ରୁ ମାନେ ପରାଜିତହେବା ସହ ଆୟ ବୃଦ୍ଧି ହୋଇ ଆର୍ଥିକ ଉନ୍ନତି ହେବ । ବିଦେଶ ଯାତ୍ରାରେ ଲାଭ ପାଇବେ ଓ ବ୍ୟବସାୟରେ ଆଶାତୀତ ଲାଭହୋଇପାରେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହୋଇ ଅନେକ ଶୁଭ କର୍ମର ସୁଯୋଗ ପାଇପାରିବେ ।

  • ପ୍ରତିକାର-ଆମିଷ ସେବନ କରନ୍ତୁ ନାହିଁ

କନ୍ୟା:- ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଯୋଗେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହୋଇପାରେ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭ ଫଳ ମିଳିପାରେ । ଟଙ୍କା ପଇସା କାରବାର ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ ।

  • ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ

ତୁଳା:- ଶାରିରୀକ ସୁସ୍ଥତାସହ ମାନସିକ ଶାନ୍ତି ଦେଖାଦେଇପାରେ । ପାରିବାରିକ ଦ୍ୱନ୍ଦ ମେଣ୍ଟିଯାଇ ମାନସିକ ଏକାଗ୍ରତା ବଜାୟ ରହିପାରେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇପାରିବେ ।

  • ପ୍ରତିକାର- ଶ୍ୱେତଚନ୍ଦନରେ କର୍ପୁର ମିଶେଇ ମସ୍ତକରେ ଧାରଣ କରନ୍ତୁ

ବିଚ୍ଛା:- ସମାଜ ସେବାକରି ସୁନାମ ଅର୍ଜନ କରିପାରିବେ ଓ ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହୋଇପାରନ୍ତି । ଜମିବାଡ଼ିନେଇ କେତେକ ସମସ୍ୟା ସମାଧାନ ହୋଇପାରେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଅଧିକ ଲାଭ କରିପାରିବେ ।

  • ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

ଧନୁ:- ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁନେଇ ମନ ସନ୍ତୁଷ୍ଟ ରହିପାରେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହୋଇପାରେ । କର୍ମ କ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହୋଇପାରେ ।

  • ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ମକର:- ବ୍ୟବସାୟିକ କ୍ଷେତ୍ରରେ ଆଶାଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତି ହୋଇପାରେ । ଆର୍ଥିକ ପରିସ୍ଥିତି ଉତ୍ତମରହିବା ସହ ରାଜନୀତି କ୍ଷେତ୍ରରେ ଉଚ୍ଚ ସମ୍ପର୍କରୁ ଲାଭବାନ ହୋଇପାରିବେ ।କର୍ମ କ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ ।

  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

କୁମ୍ଭ:- କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ ନ୍ୟାୟ ମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣ ହୋଇପାରେ । ପରିବାରରେ ଆଦରପାଇ ସୁଖଭୋଗ କରିପାରନ୍ତି ଓ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହୋଇପାରେ । ରାଜନୀତିକ୍ଷେତ୍ରରେସଫଳତା ମିଳିବା ସହ ଉଚ୍ଚ ଆଶା ସଫଳ ହୋଇପାରେ ।

  • ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ

ମୀନ:- ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ୱନ୍ଦ ରସମାଧାନ ହୋଇ ଶାନ୍ତି ଶୃଙ୍ଖଳା ବଜାୟ ରହିପାରେ । ରାଜନୀତି କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିପାରେ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ ।

  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ
Daily Horoscope
Advertisment
Advertisment