Advertisment

Daily Horoscope 26 Feb 2022: ଜାଣନ୍ତୁ ଆଜିର ରାଶିଫଳ

୨୦୨୨ ମସିହା, ଫେବୃୟାରୀ ମାସ ୨୬ ତାରିଖ, ଶନିବାର, କୁମ୍ଭ୧୪ ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ଦଶମୀତିଥି, ମୂଳାନକ୍ଷତ୍ର,ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

Daily Horoscope 26 Feb 2022

Daily Horoscope 26 Feb 2022

Advertisment

୨୦୨୨ ମସିହା, ଫେବୃୟାରୀ ମାସ ୨୬ ତାରିଖ, ଶନିବାର, କୁମ୍ଭ୧୪ ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ଦଶମୀତିଥି, ମୂଳାନକ୍ଷତ୍ର,ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

Advertisment

ମେଷ:-ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇପାରେ । ରାଜନୈତିକ କ୍ଷେତ୍ରରେ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ପ୍ରଶଂସିତ ହୋଇପାରନ୍ତି ।

  • ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ

ବୃଷ:-ପରିବାର କଥା ଚିନ୍ତା କରି ମନରେ ସନ୍ତୋଷ ଭାବ ଦେଖାଦେଇପାରେ । କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିପାରେ । ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ ।

Advertisment
  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ମିଥୁନ:- ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହୋଇପାରେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟ ବର୍ତ୍ତୀ ହେବେ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହୋଇପାରେ । ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇପାରନ୍ତି ।

  • ପ୍ରତିକାର-ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ

କର୍କଟ:- ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହୋଇପାରେ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବା ସହ ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେଇପାରେ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିପାରନ୍ତି ।

Advertisment
  • ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ

ସିଂହ:-ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହୋଇପାରନ୍ତି । ଅଧିକ ପରିଶ୍ରମ କରି ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇପାରିବେ । ରାଜନୈତିକ କ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ଆନନ୍ଦ ସୃଷ୍ଟି କରିପାରେ । 

  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

କନ୍ୟା:- ସାମାଜିକ ସ୍ତରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହୋଇପାରେ । ରାଜନୀତି କ୍ଷେତ୍ରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହୋଇପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ତୁଳା:- ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇପାରିବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇପାରନ୍ତି । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇପାରେ ।

  • ପ୍ରତିକାର:- କାଉ ଓ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ବିଚ୍ଛା:- ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଫଳରେରାଜନୈତିକ କ୍ଷେତ୍ରରେ ସଫଳତା ମିଳିପାରେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ୱାରା ସହଜ ସୁବିଧାରେ ହୋଇପାରେ । ଅଧ୍ୟୟନ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିପାରେ ।

  • ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

ଧନୁ:- ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିପାରେ । କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହୋଇପାରେ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିପାରେ ।

  • ପ୍ରତିକାର-ଗୋମୁତ୍ର ଓ ଫିଟିକିରିରେ ଦାନ୍ତସଫା ରଖନ୍ତୁ

ମକର:- ସାଙ୍ଗ ସାଥିମାନଙ୍କ ସାହାଯ୍ୟ ସହଯୋଗ ପାଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇପାରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପା‌ଇପାରେ । ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇପାରନ୍ତି ।

  • ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ

କୁମ୍ଭ:- ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହୋଇପାରେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିପାରନ୍ତି । ପାରିବାରିକ ଜୀବନ ଆନନ୍ଦରେ କଟିବା ସହ ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇପାରିବେ ।

  • ପ୍ରତିକାର:- କାଉ ଓ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ମୀନ:-ସ୍ୱାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିପାରେ । ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇପାରନ୍ତି । ପରୀକ୍ଷା ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବା ସହକର୍ମ କ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି ।

  • ପ୍ରତିକାର- ହଳଦିଆ ରୁମାଲ ଟିଏ ପାଖରେ ରଖନ୍ତୁ
Daily Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ