• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୨ ମସିହା, ଜାନୁୟାରୀ ମାସ ୨୬ ତାରିଖ, ବୁଧବାର, ମକର୧୩ ଦିନ, ମାଘମାସ, କୃଷ୍ଣପକ୍ଷ, ନବମୀତିଥି, ସ୍ୱାତୀନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର, କର୍କଟ ରାଶିର ଘାତବାର, ଲାଉ ନ ଖାଇଲେ ଭଲ

ପର୍ବଦିନ-ସାଧାରଣତନ୍ତ୍ର ଦିବସ

ଏବେ ଆସନ୍ତୁ ଦେଖିବା ଆଜି ଆପଣଙ୍କ ଭାଗ୍ୟ କଣ ରହିଛି । ତେବେ ଜାଣନ୍ତୁ ମେଷ ରାଶିଠାରୁ ମୀନ ରାଶି ପର୍ଯ୍ୟନ୍ତ ଜନ୍ମିତ ବ୍ୟକ୍ତିମାନଙ୍କ ରାଶିଫଳ ସମ୍ପର୍କରେ..

ମେଷ:-

ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ।

ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ ।

ସମୟକୁ ହାତଛଡ଼ା ନକରିବା ଉଚିତ୍ ।

ପ୍ରତିକାର:- ଶ୍ରୀ ହନୁମାନ ଚାଳିଶା ପାଠ କରନ୍ତୁ ।

ବୃଷ:-

ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି,ସମ୍ମାନବୃଦ୍ଧି ଓ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ ।

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ।

ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ଚିତ୍ତପ୍ରସନ୍ନ ରହିବ ।

ପ୍ରତିକାର:- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ଶତ୍ରୁମାନେ ପରାଜିତ ହେବେ ଓ କର୍ମକ୍ଷେତ୍ରରେ ସହକର୍ମୀଙ୍କ ଯୋଗେ ଶାନ୍ତି ମିଳିବ ।

ରାଜନୈତିକ କ୍ଷେତ୍ରରେ ଯଶ, ମାନବୃଦ୍ଧି ହୋଇ ଉଚ୍ଚ ଆଶା ସଫଳ ହେବ ।

ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ ଓ ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ ।

ପ୍ରତିକାର:- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-

ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ।

କ୍ରିଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍ ।

ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବା ଫଳରେ ମାନସିକ ସ୍ଥିରତା ଦେଖାଦେବ ।

ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବା ସହ ସୁଖ ଶାନ୍ତିରେ ଦିନଟି କାଟିବେ ।

ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ ।

ପ୍ରତିକାର:- କମଳା ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କନ୍ୟା:-

ସାମାଜିକ ପତିଆରା ଅମଳିନ ରହିବା ସହ ବକେୟା ଅର୍ଥ ଆଦାୟ ହେବ ।

ମାନସିକ ବିଷାଦ, ଦାମ୍ପତ୍ୟକଳହ, ଭୟ ଆଶଙ୍କା ଦୂରେଇ ଯିବ ।

କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ସମ୍ପର୍ଣ୍ଣ ହେବ ।

ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ ।

କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖା ଦେବ ।

ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ଅସୁବିଧାର ସମ୍ମୁଖିନ ହେବ ।

ପ୍ରତିକାର:- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ରାଜନୀତି କ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ଦୂର ହୋଇଯିବ ।

ପାରିବାରିକ ସ୍ଥିତିରେ ସୁଦୃଢ ହେବ ଓ ସୁବିଧା ସୁଯୋଗ ପାଇ ଖୁସିହେବେ ।

ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-

ଶତୃ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ ।

କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସୁଖସମ୍ପତ୍ତି ଲାଭ ହେବ ।

ସ୍ୱାମୀ ସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ ।

ପ୍ରତିକାର:- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମକର:-

ଶାରୀରିକ କଷ୍ଟ ଦୂରେଇ ଯିବ ଓ ସରକାରୀ ସାହାଯ୍ୟ ମିଳିପାରେ ।

କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ ।

ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ ।

ପ୍ରତିକାର:- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-

ସନ୍ତାନ ମାନଙ୍କର ଉନ୍ନତି ହେବା ସହ କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ ।

ସମାଜ ସେବାକରି ସୁନାମ ଅର୍ଜନ କରିବେ ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟସିଦ୍ଧି ହେବ ।

ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ସୃଷ୍ଟିହେବା ଫଳରେ ବିଭିନ୍ନ କାର୍ଯ୍ୟରେ ବାଧା ସୃଷ୍ଟି ହୋଇପାରେ ।

ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ପାଇବେ ।

ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ ।

ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହୋଇ ପାରନ୍ତି ।

ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।