Advertisment

Daily Horoscope,27 Dec 2021: ଆଜି ଦିନର ମହତ୍ତ୍ୱ କଣ ରହିଛି, ଆସନ୍ତୁ ଜାଣିବା....

୨୦୨୧ ମସିହା, ଡିସେମ୍ବର ମାସ, ୨୭ ତାରିଖ, ସୋମବାର, ଧନୁ ୧୨ ଦିନ, ପୌଷମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ....

Daily Horoscope,27 Dec 2021

Daily Horoscope,27 Dec 2021

Advertisment

୨୦୨୧ ମସିହା, ଡିସେମ୍ବର ମାସ, ୨୭ ତାରିଖ, ସୋମବାର, ଧନୁ ୧୨ ଦିନ, ପୌଷମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ....

Advertisment

ମେଷ:- ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହୋଇପାରେ । କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହୋଇପାରନ୍ତି । ବ୍ୟବସାୟୀମାନେ ଅଧିକ ଲାଭବାନ ହୋଇପାରିବେ ।

  • ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ

ବୃଷ:-ସାମାଜିକ ସ୍ତରରେ ସୁନାମ ଅର୍ଜନ କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତହେବା ସହ ବକେୟା ଅର୍ଥ କିଛି ଆଦାୟ କରିପାରନ୍ତି । ହଠାତ ଆବଶ୍ୟକତା ପୂରଣ ଦିଗରେ ଖର୍ଚ୍ଚାନ୍ତ ହୋଇପାରେ ।

Advertisment
  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ମିଥୁନ:-ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇପାରିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରନ୍ତୁ ।

  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

କର୍କଟ:- ଶରୀର ସୁସ୍ଥ ରହିବା ସହ ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିପାରେ । ଆର୍ଥିକ ସ୍ଥିତିରେ ବୃଦ୍ଧି ହେବା ସହ ସରକାରୀ କାର୍ଯ୍ୟରେ ସଫଳତା ମିଳିପାରେ । ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହୋଇପାରନ୍ତି ।

Advertisment
  • ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ସିଂହ:-ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯାଇପାରେ । ଛାତ୍ର ଛାତ୍ରୀମାନେ ଉଚ୍ଚଶ୍ରେଣୀ ପାଇପାରିବେ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହିପାରିବେ ।

  • ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

କନ୍ୟା:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯାଇପାରେ । ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହୋଇପାରେ । ଜମି ଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇପାରିବ ।

  • ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ତୁଳା:- ସନ୍ତାନଙ୍କ ସମ୍ବନ୍ଧିୟ କୌଣସି ମହତ୍ୱପୂର୍ଣ୍ଣ କାମ ଆପଣଙ୍କ ଦ୍ୱାରା ହୋଇପାରେ । କର୍ମ କ୍ଷେତ୍ରରେ ସାଧାରଣ ବ୍ୟକ୍ତି ବିଶେଷଙ୍କ ଠାରୁ ବିଶେଷ ଲାଭବାନ ହୋଇପାରନ୍ତି । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଥିବା ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହୋଇପାରନ୍ତି ।

  • ପ୍ରତିକାର-ଆମିଷ ସେବନ କରନ୍ତୁ ନାହିଁ

ବିଚ୍ଛା:- ସ୍ୱସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିପାରିବ । ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି ସୁନାମ ଅର୍ଜନ କରିପାରନ୍ତି । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହୋଇପାରେ ।

  • ପ୍ରତିକାର-ମହୁ ଟିକେ ଖାଇ ଘରୁ ବାହାରନ୍ତୁ

ଧନୁ:-ଶାରିରୀକ ସୁସ୍ଥତା ଦେଖା ଦେବା ସହ ହରାଇ ଥିବା ଧନ ପ୍ରାପ୍ତି ହୋଇପାରେ । କର୍ମ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଶାନ୍ତି ପାଇପାରିବେ । ବ୍ୟବସାୟ ସମ୍ବନ୍ଧିତ ଦୂରଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ ।

  • ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ

ମକର:- ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇ ପାରିପାରିବେ । ସ୍ୱାସ୍ଥ କ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ପାଇପାରନ୍ତି । ଜୀବନସାଥିଙ୍କ ସହ ଅଯଥା ଯୁକ୍ତିତର୍କ ନକରି ଶାନ୍ତ ରହିବା ଉଚିତ ।

  • ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ

କୁମ୍ଭ:- କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିପାରନ୍ତି । ପାରିବାରିକ ଜୀବନ ସୁଖମୟ ହେବ ଓ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହୋଇପାରନ୍ତି । ରାଜନେତାଙ୍କର ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇପାରେ ।

  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ମୀନ:- ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ ଓ ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯାଇପାରେ । ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇପାରିବେ । ଆକସ୍ମିକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିପାରନ୍ତି ।

  • ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
Daily Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ