Advertisment

Daily Horoscope 27 Feb 2022: ଜାଣନ୍ତୁ ଆଜିର ରାଶିଫଳ

୨୦୨୨ ମସିହା, ଫେବୃୟାରୀ ମାସ ୨୭ ତାରିଖ, ରବିବାର, କୁମ୍ଭ୧୫ ଦିନ, ଫାଲଗୁନମାସ, କୃଷ୍ଣପକ୍ଷ,ଏକାଦଶୀତିଥି, ପୂର୍ବାଷାଢା ନକ୍ଷତ୍ର, ଜାଣନ୍ତୁ ଆଜିର ରାଶିଫଳ...

author-image
Otv Khabar Bureau
Daily Horoscope 27 Feb 2022

Daily Horoscope 27 Feb 2022

୨୦୨୨ ମସିହା, ଫେବୃୟାରୀ ମାସ ୨୭ ତାରିଖ, ରବିବାର, କୁମ୍ଭ୧୫ ଦିନ, ଫାଲଗୁନମାସ, କୃଷ୍ଣପକ୍ଷ,ଏକାଦଶୀତିଥି, ପୂର୍ବାଷାଢା ନକ୍ଷତ୍ର, ଜାଣନ୍ତୁ ଆଜିର ରାଶିଫଳ...

Advertisment

ମେଷ:- ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିପାରନ୍ତି । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇପାରନ୍ତି ।

  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ବୃଷ:-ସଂଘର୍ଷ ଦ୍ୱାରା ସଫଳତା ମିଳିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହୋଇପାରେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହୋଇପାରେ । ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇପାରନ୍ତି ।

Advertisment
  • ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ମିଥୁନ:- ଦୂରଯାତ୍ରାର ସୁଯୋଗ ପାଇସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହୋଇପାରେ । ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇପାରେ । ନୂତନପନ୍ଥା ଅନୁସରଣ କରିବା ଫଳରେ ବ୍ୟବସାୟରେ ଆଶାତୀତ ଲାଭ ମିଳିପାରେ ।

  • ପ୍ରତିକାର-ତୁଳସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ

କର୍କଟ:- ବ୍ୟବସାୟ କ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ ଧନ ଲାଭ ହେବାରୁ ମନ ଖୁସି ରହିପାରେ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହୋଇପାରିବେ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ ।

  • ପ୍ରତିକାର-ମସ୍ତକରେ ଶ୍ୱେତଚନ୍ଦନରେ କର୍ପୁର ମିଶେଇ ଟିକା ଲଗାନ୍ତୁ

ସିଂହ:- ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିପାରେ । ସେବାକାରୀ ମାନଙ୍କ ସହଯୋଗରେ ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହୋଇପାରେ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହୋଇପାରନ୍ତି ।

  • ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

କନ୍ୟା:-ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇପାରିବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେକ ସମସ୍ୟା ସମାଧାନ ହୋଇପାରେ ।

  • ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ

ତୁଳା:- ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହୋଇପାରନ୍ତି । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବା ସହପାରିବାରିକ ଜୀବନ ଆନନ୍ଦମୟ ହୋଇପାରେ । ଜନସେବାଦ୍ୱାରା ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିପାରେ ।

  • ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ବିଚ୍ଛା:-କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇପାରେ । ଛାତ୍ରଛାତ୍ରୀମାନେଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେଇପାରେ । ବୁଦ୍ଧି ବିବେକ ଖେଳାଇ ସାମାଜିକ ସ୍ଥିତି ଓ ମାନସମ୍ମାନ ବଜାୟ ରଖି ପାରନ୍ତି ।

  • ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

ଧନୁ:- ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେଓ ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହୋଇପାରେ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହୋଇପାରନ୍ତି । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିପାରନ୍ତି ।

  • ପ୍ରତିକାର- ହଳଦିଆ ରୁମାଲ ଟିଏ ପାଖରେ ରଖନ୍ତୁ

ମକର:- ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିପାରେ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇପାରେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭ ହୋଇପାରେ ।

  • ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କୁମ୍ଭ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ଆଲୋଚନା କ୍ଷେତ୍ରରେ ସୁଫଳ ପାଇପାରନ୍ତି । ରାଜନୀତି କ୍ଷେତ୍ରରେ କେତେକ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ପାରନ୍ତି । ବାସସ୍ଥାନ ବା ଯାନବାହାନର ନବୀକରଣ କରିବା ପାଇଁ ମନ ବଲେଇ ପାରନ୍ତି ।

  • ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ମୀନ:-ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିପାରନ୍ତି । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବା ସହନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିପାରେ । ବ୍ୟବସାୟ କ୍ଷେତ୍ରରେ ଅଚାନକ ଧନ ଲାଭ ହେବାରୁ ମନଖୁସି ରହିପାରେ ।

  • ପ୍ରତିକାର-ହଳଦୀ ଚନ୍ଦନ ଟୀକା ମୁଣ୍ଡରେ ଲଗାନ୍ତୁ
Daily Horoscope
Advertisment
Advertisment