Astrospeak
  • Live TV
  • Read In English

Daily Horoscope,27 Oct 2021: ଜାଣନ୍ତୁ ଆଜିର ରାଶିଫଳ…

୨୦୨୧ ମସିହା, ଅକ୍ଟୋବର ମାସ ୨୭ ତାରିଖ, ବୁଧବାର, ତୁଳା୧୧ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ପୁନର୍ବସୁ ନକ୍ଷତ୍ର। ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

Daily Horoscope
Daily Horoscope

୨୦୨୧ ମସିହା, ଅକ୍ଟୋବର ମାସ ୨୭ ତାରିଖ, ବୁଧବାର, ତୁଳା୧୧ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ପୁନର୍ବସୁ ନକ୍ଷତ୍ର। ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

ମେଷ:- ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ ଓ ଆର୍ଥିକ ସ୍ଥିତି ସୁଦୃଢ ହୋଇପାରେ। ଶରୀର ସୁସ୍ଥ ରହିବ। ସୌଖୀନ ଦ୍ରବ୍ୟ ବ୍ୟବସାୟରେ ବିଶେଷ ଲାଭ କରି ପାରିବେ।
ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ବୃଷ:- ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଆନୁଷ୍ଠାନିକ କାମ ହାସଲ କରିବା ପାଇ ବନ୍ଧୁଙ୍କ ସାହାଯ୍ୟ ଉପରେ ର୍ନିଭର କରିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। 
ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ 

ମିଥୁନ:- ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ଆର୍ଥିକ ସ୍ଥିତି ସୁଦୃଢ ହୋଇପାରେ। ମାନସିକ ଶାନ୍ତି ଅନୁଭବ କରିବେ। 
ପ୍ରତିକାର- ଶ୍ୱେତ ଚନ୍ଦନରେ କର୍ପୁର ମିଶାଇ ମସ୍ତକରେ ଟିକା ଲଗାନ୍ତୁ 

କର୍କଟ:- କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ରାସ୍ତାରେ ଯାଆସ ବେଳେ ସତର୍କ ରୁହନ୍ତୁ।
ପ୍ରତିକାର:- ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ସିଂହ:- ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ ଓ ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହୋଇ ପାରନ୍ତି। ଚେଷ୍ଟା କଲେ ମୋକଦ୍ଦମାର ଆପୋଷ ସମାଧାନର ରାସ୍ତା ଖୋଲି ଯିବ।
ପ୍ରତିକାର- ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ

କନ୍ୟା:- ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖା ଦେଇପାରେ। 
ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ତୁଳା:- ଶାରିରୀକ ଅସୁସ୍ଥତା ଦୂର ହେବ ଓ ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବା ସହ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। 
ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ବିଛା:- ସରକାରୀ କ୍ଷେତ୍ରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଆସିପାରେ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ଉନ୍ନତି କରିବେ ଓ ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତକାରରେ ଉତ୍ତୀର୍ଣ୍ଣ ହେବେ। 
ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ 

ଧନୁ:- ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହୋଇପାରନ୍ତି। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ୍ୱ ଦୂର ହେବ। ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବା ସହ ଧନଲାଭ ହେବାରୁ ଖୁସି ହେବେ।
ପ୍ରତିକାର- ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ମକର:- ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। 
ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କୁମ୍ଭ:- ସନ୍ତାନ ଯୋଗେ ଆନନ୍ଦିତ ହେବେ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇପାରନ୍ତି। ଶତ୍ରୁମାନେ ପରାଜିତ ହେବା ଫଳରେ ର୍ନିମାଣ ମୂଳକ ଯୋଜନାରେ ଆଗେଇ ପାରିବେ। 
ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ

ମୀନ:-ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିବ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ ଓ ଆର୍ଥିକ ସ୍ଥିତି ପୂର୍ବପରି ଠିକ୍ ରହିବ।
ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢାଳନ୍ତୁ