• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୧ ମସିହା, ଡିସେମ୍ବର ମାସ ୨୮ ତାରିଖ, ମଙ୍ଗଳବାର, ଧନୁ ୧୩ ଦିନ, ପୌଷମାସ, କୃଷ୍ଣପକ୍ଷ, ନବମୀତିଥି,ତେବେ ଜାଣନ୍ତୁ କେମିକି କଟିବ ଆଜି ଆପଣଙ୍କ ଦିନ....

ମେଷ:-ଶୁଭ କାମ କରି ପ୍ରଶଂସିତ ହେବେ ଓ ପରିବାରରେ ସୁସ୍ଥ ବାତାବରଣ ଜାରି ରହିପାରେ । ଶତ୍ରୁମାନେ ମଥାନତ କରିବେ ଓ ବ୍ୟବସାୟରେ ଲାଭର ପରିମାଣ ଅଧିକ ହୋଇପାରିବ । ଆୟବୃଦ୍ଧି, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହୋଇପାରେ ।

  • ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ

 

ବୃଷ:- ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହୋଇପାରେ । କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇପାରନ୍ତି । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିପାରେ ।

  • ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

 

ମିଥୁନ:- ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହୋଇ ସରକାରୀ କାର୍ଯ୍ୟରେ ସଫଳତା ମିଳିପାରିବ । ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ମଉଜ ମଜିଲିସ୍‌ରେ ମଜ୍ଜି ରହିପାରନ୍ତି । ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହୋଇପାରନ୍ତି ।

  • ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ

କର୍କଟ:-ସମସ୍ତ ଦୁଃଶ୍ଚିନ୍ତା ଦୂର ହେବା ସହ ପୁରାତନ ରୋଗର ଉପଶମ ହୋଇପାରିବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିପାରନ୍ତି । ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହୋଇପାରେ ।

  • ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

 

ସିଂହ:- ଶତ୍ରୁମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଅଧସ୍ତନ କର୍ମୀ ଓ ସହଯୋଗୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିପାରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯାଇପାରେ ।

  • ପ୍ରତିକାର- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

 

କନ୍ୟା:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ରହିଛି । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିପାରେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହୋଇପାରେ ।

  • ପ୍ରତିକାର- ମିଠା ଦହି ଖାଇ ଘରୁ ବାହାରନ୍ତୁ

 

ତୁଳା:- କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହୋଇପାରନ୍ତି । ଶିକ୍ଷାର୍ଥୀ ମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହୋଇପାରନ୍ତି ।

  • ପ୍ରତିକାର- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ

 

ବିଚ୍ଛା:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେଇପାରେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହୋଇପାରେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିପାରେ ।

  • ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ

 

ଧନୁ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି । ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାଯର୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇପାରନ୍ତି । କର୍ମସନ୍ଧିତ୍ସ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହୋଇପାରନ୍ତି ।

  • ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ

 

ମକର:-କାରବାରରେ ସୁଧାର ଆସିବା ସହ ଅଧିକାରୀ କାମରେ ପ୍ରସନ୍ନ ରହିପାରନ୍ତି । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିପାରେ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହୋଇପାରନ୍ତି ।

  • ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

 

କୁମ୍ଭ:-ସାମାଜିକ ପତିଆରା ଅମଳିନ ରହିପାରେ । କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିପାରେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହୋଇପାରିବେ ।

  • ପ୍ରତିକାର-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

 

ମୀନ:-ମାନସିକ ଶାନ୍ତି ମିଳିବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିପାରେ । ଆର୍ଥିକ ଦିଗରୁ ଉନ୍ନତି ହୋଇ ନୂତନ ପଦାର୍ଥ କିଛି ସଂଗ୍ରହ କରିପାରନ୍ତି । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇପାରନ୍ତି ।

  • ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ