Advertisment

Daily Horoscope 28 Jan 2022: ଜାଣନ୍ତୁ ଆଜିର ରାଶିଫଳ

୨୦୨୨ ମସିହା, ଜାନୁୟାରୀ ମାସ ୨୮ ତାରିଖ, ଶୁକ୍ରବାର, ମକର ୧୫ ଦିନ, ମାଘମାସ, କୃଷ୍ଣପକ୍ଷ ଏକାଦଶୀତିଥି, ଜ୍ୟେଷ୍ଠା ନକ୍ଷତ୍ର, ବିଛାରାଶିରେ ଚନ୍ଦ୍ର,ବିଛା, ଧନୁ, ମୀନ ରାଶିର ଘାତବାର, ତେବେ ଆସନ୍ତୁ ଜାଣିବା ମେଷ ରାଶିଠାରୁ ମୀନ ରାଶିର ବ୍ୟକ୍ତିଙ୍କ ରାଶିଫଳ ସମ୍ପର୍କରେ..

author-image
Otv Khabar Bureau
Daily Horoscope

Daily Horoscope

୨୦୨୨ ମସିହା, ଜାନୁୟାରୀ ମାସ ୨୮ ତାରିଖ, ଶୁକ୍ରବାର, ମକର ୧୫ ଦିନ, ମାଘମାସ, କୃଷ୍ଣପକ୍ଷ ଏକାଦଶୀତିଥି, ଜ୍ୟେଷ୍ଠା ନକ୍ଷତ୍ର, ବିଛାରାଶିରେ ଚନ୍ଦ୍ର,ବିଛା, ଧନୁ, ମୀନ ରାଶିର ଘାତବାର 
ଶିମ୍ବ ନ ଖାଇଲେ ଭଲ 

Advertisment

ପର୍ବଦିନ-ସର୍ବସମ୍ମତ ଷଟ୍ ତିଳା ଏକାଦଶୀ, ଓଳାଶୁଣି ଯାତ୍ରା 

ତେବେ ଆସନ୍ତୁ ଜାଣିବା ମେଷ ରାଶିଠାରୁ ମୀନ ରାଶିର ବ୍ୟକ୍ତିଙ୍କ ରାଶିଫଳ ସମ୍ପର୍କରେ..

ମେଷ:-

ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରି ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ ।
କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ ।
କର୍ମକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ । 

Advertisment

ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରିପାରିବେ ।
ଲେଖନ, କଳା ଓ ସମ୍ପାଦନ କାର୍ଯ୍ୟ ଆଦିରେ ଜଡିତ ବ୍ୟକ୍ତିଙ୍କର ଉନ୍ନତି ହେବ ।
ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ଶୁଭ ସମାଚାର ପ୍ରାପ୍ତି ହେବ ।

ପ୍ରତିକାର:- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ ।
ରାଜନୀତି କ୍ଷେତ୍ରରେ ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ ।
ବ୍ୟବସାୟରେ ଧାର୍ଯ୍ୟ ଓ ସାହସ ଦ୍ୱାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ।

ପ୍ରତିକାର:- ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

ଶାରୀରିକ ପୀଡା ଦୂରେଇ ଯିବ ଓ ସ୍ୱାସ୍ଥ୍ୟ ଭଲ ରହିବ ।
ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ ଓ ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ ।
ନିଜର ବୁଦ୍ଧି ଓ ବିବେକ ଦ୍ୱାରା ସମସ୍ତ ସମସ୍ୟା ସମାଧାନ କରିପାରିବେ ।

ପ୍ରତିକାର:- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-

ରାଜନୀତି କ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିପାରିବେ ।
ଚାକିରି କ୍ଷେତ୍ରରେ କୌଣସି ମହପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ । 
ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ । 

ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ ।
ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ ।
ଅଚାନକ ଭାବରେ ଧନ ଲାଭ ହେବା ଫଳରେ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ ।

ପ୍ରତିକାର:- ମହୁଟିକେ ଖାଇ ଘରୁ ବାହାରନ୍ତୁ । 

ତୁଳା:-

ସୁନ୍ଦର ବସ୍ତୁପ୍ରତି ଆକର୍ଷିତ ହେବେ ଓ ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ ।  
ରାଜକୀୟ କାର୍ଯ୍ୟ ପ୍ରଭାବଶାଳି ବ୍ୟକ୍ତିଙ୍କ ସହାୟତାରେ ସମ୍ପନ୍ନ ହେବ ।
ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାମ ନିଶ୍ଚୟ ସମ୍ପନ୍ନ ହେବ କିନ୍ତୁ ବିରୋଧୀଙ୍କ ଠାରୁ ସାବଧାନ ରହିବା ଉଚିତ୍ ।

ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅନୁକୂଳ ହୋଇଥିବାରୁ ପ୍ରତିଯୋଗୀତା ପରୀକ୍ଷାରେ ସଫଳ ହେବେ ।
ରାଜନୀତିରେ ଲୋକସମର୍ଥନ ପାଇ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ ।
ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ କର୍ମକ୍ଷେତ୍ରରେ ସଫଳତା ମିଳିବ । 

ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଅନେକ ଦିଗରୁ ଖୁସି ମିଳିବ । 
ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ ।
ରାଜନୈତିକ ଯାତ୍ରାରେ ପୁରାତନ ଶତୃମାନେ ମୁଣ୍ଡଟେକି ପାରନ୍ତି ।

ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ସାମୁହିକ ଗତିବିଧି ଦ୍ୱାରା ଆପଣ ସଫଳତା ହାସଲ କରି ପାରିବେ । 
ଆତ୍ମବିଶ୍ୱାସ ଓ ମନବଳ ଦ୍ୱାରା ବହୁତ ଆଗକୁ ବଢି ପାରିବେ ।
ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ ।

ପ୍ରତିକାର:- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । 
କର୍ମକ୍ଷେତ୍ରରେ କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ ।
ଭାଗୀଦାରୀଙ୍କ ସହିତ ଲାଗିରହିଥିବା ମତଭେଦର ନିରାକରଣ ହୋଇଯିବ ।

ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-

ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବା ସହ ଶୁଭ ସମାଚାର ଶୁଣିବାକୁ ମିଳିବ । 
ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ ।
ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବ ।

ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Daily Horoscope
Advertisment
Advertisment