• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

୨୦୨୨ ମସିହା, ଜାନୁଆରୀ ମାସ ୨୯ ତାରିଖ, ଶନିବାର, ମକର ୧୬ ଦିନ, ମାଘମାସ, କୃଷ୍ଣପକ୍ଷ, ଦ୍ୱାଦଶୀତିଥି। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

ମେଷ:- ଅସହାୟ ଲୋକଙ୍କୁ ସାହାଯ୍ୟ କରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିତ ସମସ୍ୟା ସମାଧାନର ବାଟ ମିଳିବ ଓ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ପ୍ରାପ୍ତ ହେବ। ବ୍ୟବସାୟିକ ଯାତ୍ରା କରିବା ଦ୍ୱାରା ଧନ ଲାଭ ହେବାର ସମ୍ଭାବନା ଅଛି।
ପ୍ରତିକାର:- ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ବୃଷ:- ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ ଓ ଭାଇ ଭଉଣୀଙ୍କ ସହ ଉତ୍ତମ ସମ୍ପର୍କ ରହିବ। କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବାନା ଅଛି। କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ଉଚିତ୍। 
ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ମିଥୁନ:- ସ୍ୱାସ୍ଥ୍ୟରେ ସୁଧାର ଆସିବା ସହ ଆତ୍ମବିଶ୍ୱାସ ଓ ମନୋବଳ ଦୃଢ ହେବ। ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହୋଇ ସହଯୋଗୀଙ୍କ ଦ୍ୱାରା ଆଶାତୀତ ଲାଭ ପାଇବେ। ଆକସ୍ମିକ ଧନ ଲାଭ ହୋଇପାରେ ଓ ପାରିବାରିକ ସୁଖ ଶାନ୍ତି ମିଳିବ।
ପ୍ରତିକାର- ମା’ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କର୍କଟ:- ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବା ସହ ବକେୟା ଅର୍ଥ କିଛି ଆଦାୟ ହେବ। 
ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ 

ସିଂହ:- ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନ ଲାଭ ହେବା ସହ ଯୋଜନା ମୁତାବକ କାର୍ଯ୍ୟ କରିବେ। ରାଜନୈତିକ କ୍ଷେତ୍ରରେ ଥିବା ଶତ୍ରୁମାନେ ଦୁର୍ବଳ ହେବେ। ଚାକିରିରେ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିପାରେ।
ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

କନ୍ୟା:- ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ପରୀକ୍ଷା, ପ୍ରତିଯୋଗିତା, ସାକ୍ଷାତକାରରେ ବିଜୟୀ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। 
ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ତୁଳା:- ବ୍ୟବସାୟିକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ପାରିବ। ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।
ପ୍ରତିକାର:- ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ବିଛା:- ବ୍ୟବସାୟରେ ଭାଗୀଦାର ମାନଙ୍କ ସହ ମତାନ୍ତର ମନାନ୍ତରର ସମାଧାନ ହେବ। ପ୍ରତ୍ୟେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ ଓ ରାଜନୀତିରେ ଭାବମୂର୍ତ୍ତି ରକ୍ଷା କରି ପାରିବେ।
ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ

ଧନୁ:- କର୍ମକ୍ଷେତ୍ରରେ ପଦୋନ୍ନତି ଓ ସୁଖ, ସମ୍ପତ୍ତି ଲାଭ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ 
ପ୍ରତିକାର- ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ 

ମକର:- ଅଧିକାରୀଙ୍କଠାରୁ ସହଯୋଗ ମିଳିବ ଓ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଛାତ୍ରଛାତ୍ରୀମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍‌ରେ ବ୍ୟସ୍ତ ରହିବେ।
ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ 

କୁମ୍ଭ:- ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ପାରିବାରିକ ଜୀବନରେ ଶାନ୍ତି ଆସିବ। ରାଜନୀତିରେ କୃତ କାର୍ଯ୍ୟ ହୋଇ ଉଚ୍ଚଆଶା ସଫଳ ହେବ। ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍।
ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ମୀନ:-ସ୍ୱାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ପାରିବାରିକ ଜୀବନ ସୁଖମୟ ହେବ।
ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ