ଆଜି ୨୦୨୧ ମସିହା, ନଭେମ୍ବର ମାସ ୨୯ତାରିଖ, ସୋମବାର, ବିଛା୧୪ ଦିନ, ମାର୍ଗଶୀରମାସ, କୃଷ୍ଣପକ୍ଷ,ଦଶମୀତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, କନ୍ୟାରାଶିରେ ଚନ୍ଦ୍ର, ମିଥୁନ ରାଶିର ଘାତବାର,ବୃଷ ରାଶିର ଘାତଚନ୍ଦ୍ର,କଳମଶାଗ ନ ଖାଇଲେ ଭଲ । ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...
- ମେଷ:-ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ କର୍ମ କ୍ଷେତ୍ରରେ ରାଜକୀୟ ସମ୍ମାନ ପାଇପାରିବେ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିପାରେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିପାରିବ ।
Also Read
ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
- ବୃଷ:-ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିପାରନ୍ତି । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିପାରିବ । ବ୍ୟବସାୟରେ ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହୋଇପାରେ ।
ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ
- ମିଥୁନ:-ଉଚ୍ଚାଧିକାରୀ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇ ଦେଇପାରେ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇପାରେ । ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରନ୍ତୁ ।
ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ
- କର୍କଟ:-ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହୋଇପାରେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କରେ ଦୃଢତା ଆସିପାରେ ।
ପ୍ରତିକାର-ଆମିଷ ସେବନ କରନ୍ତୁ ନାହିଁ
- ସିଂହ:-ଶୁଭ ସମାଚାର ପାଇବା ସହ ନୂଆ ଜ୍ଞାନର ବୃଦ୍ଧି ହୋଇପାରେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହୋଇଯିବ । ବ୍ୟବସାୟମାନେ ଅଧିକ ଲାଭବାନ ହୋଇପାରିବେ ।
ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ
- କନ୍ୟା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେଇପାରେ । ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିପାରନ୍ତି । କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିପାରିବେ ।
ପ୍ରତିକାର-ମାଦକ ଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ
- ତୁଳା:- ଶତ୍ରୁମାନେ ସାମ୍ନାକୁ ଆସିବାକୁ ସାହସ କରିପାରିବେ ନାହିଁ ।କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିପାରନ୍ତି । ସବୁଥିରେ ସଫଳତା ମିଳିବା ଫଳରେ ସମୟ ହସ ଖୁସିରେ ବିତିପାରେ ।
ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ
- ବିଚ୍ଛା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ଓ ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହୋଇପାରନ୍ତି । ଜମିବାଡି ଓ ଘର ଜାଗାନେଇ ଥିବା ଦ୍ୱନ୍ଦର ସମାଧାନ ହୋଇପାରେ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିବାର ସମ୍ଭାବନା ରହିଛି ।
ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
- ଧନୁ:-ଶତ୍ରୁ ନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇପାରନ୍ତି । ଧନର ଆଗମନ ହୋଇ ଗୃହ ବାହନ ପ୍ରାପ୍ତି ହୋଇ ପାରେ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହୋଇପାରନ୍ତି ।
ପ୍ରତିକାର-ମହୁ ଟିକେ ଖାଇ ଘରୁ ବାହାରନ୍ତୁ
- ମକର:-ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିପାରିବ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିପାରେ । ରୋଜଗାର ସମସ୍ୟା ସୁଧୁରି ଯାଇ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିପାରିବ ।
ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ
- କୁମ୍ଭ:- ଶିକ୍ଷା କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଶୁଭ ସୂଚନା ପାଇପାରିବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହୋଇପାରନ୍ତି । ବ୍ୟବସାୟୀମାନେ ଅନେକ ସମସ୍ୟାର ସମାଧାନ କରି ଲାଭବାନ ହୋଇପାରନ୍ତି ।
ପ୍ରତିକାର:- କାଉ ଓ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ
- ମୀନ:-ସାମାଜିକ ପତିଆରା ଅମଳିନ ରହିବା ସହ ସ୍ୱାସ୍ଥ୍ୟରେ ଉନ୍ନତି ହୋଇପାରେ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହୋଇପାରନ୍ତି ।
ପ୍ରତିକାର- ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ